ସ୍କର୍ପିଓରେ ଆସି ୪ ଛେଳି ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ

ଜଗନ୍ନାଥପ୍ରସାଦ,୨୬।୧୨(ଡି.ଏନ୍‌.ଏ.): ବର୍ତ୍ତମାନ ଇଂରାଜୀ ନବବର୍ଷ ପାଳନ ଲାଗି ଗ୍ରାମଠାରୁ ସହର ଚଳଚଞ୍ଚଳ ହୋଇପଡ଼ିଛି। ଏହାକୁ ନେଇ ରାଜ୍ୟର ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଅଞ୍ଚଳରେ ଲୋକଙ୍କ ଭିଡ଼ ଜମୁଛି। ଏପରିସ୍ଥଳେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଧୀନ ଜିରାବାଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଚାଷୀଙ୍କ ଘରୁ କିଛି ଦୁର୍ବୃତ୍ତ ଛେଳି ଚୋରି କରିଥିବା ଜଣାପଡ଼ିଛି।
ବୁଧବାର ରାତି ୨ଟାରେ ସୁମା ମୁଳି(ଛେଳି ଚାଷୀ) ଛେଳିମାନଙ୍କ ଚିତ୍କାର ଶୁଣି ଘର ବାହାରକୁ ଆସିଥିଲେ। ସେଠାରେ ସେ ଏକ ସ୍କର୍ପିଓରେ କିଛି ଲୋକେ ଜୋର ଜବରଦସ୍ତ ଛେଳି ଭର୍ତ୍ତି କରୁଥିବା ଦେଖିବାକୁ ପାଇଥିଲେ। ଏହାଦେଖି ସେ ପଡ଼ୋଶୀଙ୍କୁ ସହଯୋଗ ପାଇଁ ଡାକ ପକାଇଥିଲେ। ତିନିଜଣ ପଡ଼ୋଶୀ ଆସି ସେମାନଙ୍କୁ ଅଟକାଇବାକୁ ଚେଷ୍ଟା କରିଥିଲେ ହେଁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରାଇଥିଲେ। ଏପରିକି ସେମାନେ ୪ଟି ଛେଳି ନେଇ ଚମ୍ପଟ ମାରିଥିଲେ। ଛେଳିର ମୂଲ୍ୟ ୨୫ହଜାର ହେବ ବୋଲି ସୁମା କହିଛନ୍ତି। ଏ ନେଇ ସ୍ଥାନୀୟ ଲୋକେ ଥାନାକୁ ଖବର ଦେବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅପରପକ୍ଷେ ବଣଭୋଜି ଲାଗି କେହି ଛେଳିଗୁଡ଼ିକୁ ଚୋରି କରିଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri