ସ୍କୁଟି ଉପରେ ଚଢ଼ିଗଲା ଟ୍ରକ୍‌: ମା’ଝିଅଙ୍କ ସମେତ ୩ ମୃତ

ପରଜଙ୍ଗ/ତାଳଚେର, (ଡି.ଏନ.ଏ./ନି.ପ୍ର.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ନଂ. ଜାତୀୟ ରାଜପଥର ସରାଙ୍ଗ ବିଦ୍ୟୁତ୍‌ ସବ୍‌ଷ୍ଟେଶନ ନିକଟରେ ଶନିବାର ସା ୬ଟାରେ ଦୁର୍ଘଟଣା ଘଟିଛି। ଏକ ୧୦ ଚକିଆ ଟ୍ରକ୍‌ (ଓଆର ୦୯ ଜେ ୫୮୧୧) ଚଢ଼ିଯିବାରୁ ୩ଜଣ ସ୍କୁଟି ଆରୋହୀ ପ୍ରାଣ ହରାଇଛନ୍ତି। ମୃତକ ହେଲେ ତାଳଚେର କାକୁଡ଼ିଆ ଗ୍ରାମର ଶ୍ରାବଣୀ ଶତପଥୀ (୨୫), ତାଙ୍କ ମା’ ନମିତା ଶତପଥୀ (୪୫) ଏବଂ ମାମୁ ଝିଅ ଭଉଣୀ ଶୁଭଶ୍ରୀ ଦେବତା (୮)। ସମ୍ପୃକ୍ତ ୩ଜଣ କାକୁଡ଼ିଆରୁ ପରଜଙ୍ଗ ଥାନା ମୁଣ୍ଡେଇଲୋ ଗ୍ରାମସ୍ଥିତ ବନ୍ଧୁ ଘରକୁ ଯାଉଥିଲେ। ଏହି ସମୟରେ ଟ୍ରକ୍‌ଟି ପଛପଟୁ ସ୍କୁଟି ଉପରେ ଚଢ଼ିଯାଇଥିଲା। ଘଟଣାସ୍ଥଳରେ ଶ୍ରାବଣୀଙ୍କ ପ୍ରାଣବାୟୁ ଉଡ଼ିଯାଇଥିବାବେଳେ ତାଳଚେର ଡାକ୍ତରଖାନାରେ ଶୁଭଶ୍ରୀଙ୍କ ମୃତ୍ୟୁ ଘଟିଥିଲା। ନମିତାଙ୍କୁ ଅନୁଗୋଳ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଉଥିବାବେଳେ ରାସ୍ତାରେ ତାଙ୍କର ମୃତ୍ୟୁ ଘଟିଛି।
ଦୁର୍ଘଟଣା ଘଟାଇ ଡ୍ରାଇଭର ଗାଡ଼ି ଧରି ଫେରାର ହୋଇଯିବାକୁ ଉଦ୍ୟମ କରୁଥିଲେ। ସ୍ଥାନୀୟ ଲୋକେ ଚାଳକଙ୍କୁ କାବୁ କରି ପୋଲିସ ଜିମା ଦେଇଛନ୍ତି। ଅଭିଯୁକ୍ତ ଚାଳକ ହେଲେ ଶନି କୁମାର। ତାଙ୍କ ଘର ବିହାର ହାଜିପୁର ମହୁଆ ଥାନା ଅଞ୍ଚଳରେ।
ଘଟଣା ପରେ ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଉକ୍ତ ରାସ୍ତାରେ ଦୈନିକ ଶତାଧିକ ଭାରିଯାନ ଚଳାଚଳ କରୁଛି। ଗାଡ଼ିଗୁଡ଼ିକରେ ଧାର୍ଯ୍ୟଠାରୁ ଅଧିକ ମାଲ୍‌ ପରିବହନ କରାଯାଉଛି। ଓଭର ଲୋଡିଂ ଗାଡ଼ିଗୁଡ଼ିକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେମାନେ ଦାବି କରିଛନ୍ତି। ଥାନାଧିକାରୀ ଆନନ୍ଦ ଚନ୍ଦ୍ର ଡୁଙ୍ଗ୍‌ଡୁଙ୍ଗ୍‌, ଏସ୍‌ଆଇ ସମରଜିତ ପଟ୍ଟନାୟକ ପ୍ରମୁଖ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରୁଛନ୍ତି। ଖବର ଲେଖାଯିବା ଯାଏ ଉତ୍ତେଜନା ଲାଗିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…

ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri