ସ୍କୁଲପିଲାଙ୍କୁ ପଢ଼ାଇଲେ ଗଞ୍ଜାମ ଜିଲାପାଳ

ଗଞ୍ଜାମ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁସୋଲ ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନିର୍ମାଣ ହୋଇଥିବା ୪୦ ଗାଈ ଗୁହାଳକୁ ଗୁରୁବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗ ଅନୁଧ୍ୟାନ କରିଥିଲେ। ‘ମୋ ଗୋଧନ ସ୍କିମ ଯୋଜନା’ରେ ସେଠାରେ ଗୋବର ଗ୍ୟାସ ଉତ୍ପାଦନ ପ୍ରଣାଳୀ ବିଷୟରେ ଆଲୋଚନା କରିଥିଲେ। ଏହାପରେ ସେଠାରେ ଥିବା ସରକାରଙ୍କ ଆଦର୍ଶ ବିଦ୍ୟାଳୟ ଯାଇ କିଛି ସମୟ ଛାତ୍ରୀଛାତ୍ରଙ୍କୁ ଜିଲାପାଳ ପାଠ ପଢାଇଥିଲେ । ଏଥିସହିତ ସ୍କୁଲ ପିଲାଙ୍କ ନିମନ୍ତେ ପାଠାଗାର ପାଇଁ ଖୁବଶୀଘ୍ର ପଦକ୍ଷେପ ନିଆଯିବ ବୋଲି ଜିଲାପାଳ କହିଥିଲେ l ଖେଳପଡିଆ, ପାନୀୟଜଳ ବ୍ୟବସ୍ଥା ଆଦି ଉପରେ ମଧ୍ୟ ଜିଲାପାଳ ସ୍କୁଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ l ସ୍କୁଲ ପିଲାମାନେ ସ୍କୁଲକୁ କିପରି ଆସୁଛନ୍ତି ସେ ନେଇ ଜିଲାପାଳ ପଚାରି ବୁଝିଥିଲେ। ପିଲାମାନଙ୍କ ଯାତାୟାତ ଓ ସୁରକ୍ଷା ପ୍ରତି ବିଶେଷ ଧ୍ୟାନ ଦେବା ପାଇଁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଜିଲାପାଳ ପରାମର୍ଶ ଦେଇଥିଲେ l ଜିଲାପାଳଙ୍କ ଏହି ଗସ୍ତ ସମୟରେ ବିଡିଓ ଜ୍ୟୋତିଶଙ୍କର ରାଏ, ବ୍ଲକ ସିଡିପିଓ, ସମିତିସଭ୍ୟ, ପରିଚାଳନା କମିଟି ସଭାପତି ବାବୁଲା ପଲାଇ, ସ୍କୁଲ ଭାରପ୍ରାପ୍ତ ପ୍ରିନି୍ସପାଲ ପ୍ରମୋଦ କୁମାର ଓଝାଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର: ଆସନ ସଂରକ୍ଷଣ ପାଇଁ ଚିଠି ଲେଖିଲା…

ଭୁବନେଶ୍ୱର,୧୦।୪: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ଆସନ ସଂରକ୍ଷଣ ପାଇଁ ଜିଲାପାଳଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି।…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri