ସ୍କୁଲରେ ଶୋଇ ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ

କୁକୁଡ଼ାଖଣ୍ଡି,୪ା୩(ଡି.ଏନ.ଏ.)- ବିଦ୍ୟାଳୟରେ ଶୋଇବା ଜଣେ ଶିକ୍ଷୟିତ୍ରୀଙ୍କୁ ମହଙ୍ଗା ପଡ଼ିଛି। ଶୋଇଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ତାଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଗୁରୁଣ୍ଠି ପଞ୍ଚାୟତ ରଙ୍ଗରାଜପୁର ପ୍ରାଥମିକ ବିଦ୍ୟାଳୟରେ। ଶିକ୍ଷୟତ୍ରୀ ଜଣକ ହେଲେ ସୁମିତା ନାୟକ।
ସୋମବାର ମଧ୍ୟାହ୍ନରେ ପିଲାମାନଙ୍କୁ ପାଠ ନ ପଢ଼ାଇ ସୁମିତା ସ୍କୁଲର ଏକ ଗୋଦାମଗୃହରେ ଶୋଇ ରହିଥିଲେ। ଏ ନେଇ ଏକ ଭିଡିଓ ଭାଇରାଲ ହେବା ପରେ ବିଇଓ ଏସ୍‌ ଗିରିଧର ଚିଠି ନଂ. ୩୭୬ ଅନୁଯାୟୀ ମଙ୍ଗଳବାର ଶିକ୍ଷୟିତ୍ରୀ ସୁମିତାଙ୍କୁ ନିଲମ୍ବିତ କରିଛନ୍ତି। ଏଥିସହ ଚିଠିର ଏକ ନକଲ ସିଆର୍‌ସିସି, ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଏବଂ ଡିଇଓଙ୍କୁ ପଠାଇଥିବା କହିଛନ୍ତି।
ଅଞ୍ଚଳବାସୀଙ୍କ କହିବା ଅନୁଯାୟୀ, ଉକ୍ତ ବିଦ୍ୟାଳୟରେ ୨୦ଜଣ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। କିନ୍ତୁ ଦୈନିକ ମାତ୍ର ୭ଜଣ ପିଲା ଉପସ୍ଥିତ ରହୁଛନ୍ତି। ଏଥିପାଇଁ ଶିକ୍ଷୟିତ୍ରୀମାନେ କେତେବେଳେ ସ୍କୁଲକୁ ଆସୁଥିବା ବେଳେ କେତେବେଳେ ଆସୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?