ସ୍କୁଲ୍‌ରେ ଅଡ୍‌-ଇଭିନ ବ୍ୟବସ୍ଥା ପାଇଁ ଯୋଜନା

ଭୁବନେଶ୍ୱର, ୯।୫(ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ଲକ୍‌ଡାଉନ୍‌। ଦିନକୁ ଦିନ ସ୍ଥିତି ଜଟିଳ ହୋଇଚାଲିଥିବାବେଳେ ଇତିମଧ୍ୟରେ ଲକ୍‌ଡାଉନ୍‌ ଅବଧିକୁ ୩ଥର ବଢ଼ାଯାଇଛି। ଏପରି ସ୍ଥଳେ ପିଲାଙ୍କ ପାଠପଢ଼ା ଗୁରୁତର ବାଧାପ୍ରାପ୍ତ ହୋଇଛି। ନୂଆ ଶିକ୍ଷାବର୍ଷ କେବେ ଆରମ୍ଭ ହେବ ଓ ଆଗକୁ ସ୍କୁଲ ଖୋଲିଲେ ଏତେ ମାତ୍ରାରେ ପିଲା କିପରି ସ୍କୁଲ ଯିବେ ତାହାକୁ ନେଇ ବିକଳ୍ପ ବ୍ୟବସ୍ଥା କରାଯାଉଛି। ନ୍ୟାଶନାଲ୍‌ କାଉନସିଲ୍‌ ଅଫ୍‌ ଏଜୁକେଶନାଲ୍‌ ରିସର୍ଚ୍ଚ ଆଣ୍ଡ୍‌ ଟ୍ରେନିଂ(ଏନସିଇଆର୍‌ଟି) ସ୍କୁଲରେ ଅଡ୍‌-ଇଭିନ ବ୍ୟବସ୍ଥା ଲାଗୁ କରିବା ପାଇଁ ଯୋଜନା କରୁଛି। ଗୋଟିଏ ସପ୍ତାହରେ ଯୁଗ୍ମ ରୋଲ୍‌ ନମ୍ବର ଥିବା ଛାତ୍ରୀଛାତ୍ର ସ୍କୁଲ ଆସିବେ ଓ ପର ସପ୍ତାହରେ ଅଯୁଗ୍ମ ରୋଲ୍‌ ନମ୍ବର ଥିବା ଛାତ୍ରୀଛାତ୍ର ସ୍କୁଲ ଆସିବେ। ଏନେଇ ଖୁବ୍‌ ଶୀଘ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରାଯାଇ ମାନବ ସମ୍ବଳ ମନ୍ତ୍ରଣାଳୟକୁ ପଠାଯିବ। ସେଠାରୁ ଅନୁମତି ମିଳିବା ପରେ ସବୁ ରାଜ୍ୟକୁ ପଠାଯିବ। ଯଦି ରାଜ୍ୟ ସରକାର ଚାହିଁବେ ତେବେ ଏହାକୁ ସଂଶୋଧନ କରି ଲାଗୁ କରିପାରିବେ ବୋଲି ଏନ୍‌ସିଇଆର୍‌ଟି ନିର୍ଦ୍ଦେଶକ ହୃଷୀକେଶ ସେନାପତି କହିଛନ୍ତି। ସାମାଜିକ ଦୂରତ୍ୱ ଏହି ବ୍ୟବସ୍ଥାର ମୂଳ ଆଧାର ରହିବ। ଯେବେବି ସ୍କୁଲ ଖୋଲିବ ପ୍ରଥମେ ଏହି ବ୍ୟବସ୍ଥା ଲାଗୁ କରିବାକୁ ଯୋଜନା ରଖାଯାଇଛି।
ଏହାଛଡ଼ା ଟିଭି ଚ୍ୟାନେଲଗୁଡ଼ିରେ ପ୍ରସାରଣ ପାଇଁ ସରକାର ‘ଇଚ୍‌ କ୍ଲାସ୍‌, ୱାନ୍‌ ଚାନେଲ୍‌’ କାର୍ଯ୍ୟକ୍ରମ ପ୍ରସାରଣ କରିବାକୁ ଯୋଜନା କରୁଛନ୍ତି। ଏହି କାର୍ଯ୍ୟକ୍ରମ ପାଇଁ ଏନ୍‌ସିଇଆର୍‌ଟି ‘ବିଷୟବସ୍ତୁ ଓ ଲାଇଭ୍‌ ଇଣ୍ଟରଆକ୍ସନ’ ପାଠ୍ୟକ୍ରମ ମଧ୍ୟ ପ୍ରସ୍ତୁତ କରୁଛି। ଚୂଡ଼ାନ୍ତ ମାର୍ଗଦର୍ଶିକା ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଅନୁମୋଦନ କରିବ ବୋଲି ନିର୍ଦ୍ଦେଶକ ସେନାପତି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଛାତ୍ରୀଛାତ୍ରଙ୍କ ଶିକ୍ଷା ଗ୍ରହଣରେ କୌଣସି ମତେ ସାଲିସ ନ କରାଯିବା ପାଇଁ ଏହିସବୁ ବ୍ୟବସ୍ଥା କରିବାକୁ ଯୋଜନା କରାଯାଉଛି। ଯୁଗ୍ମ ଅଯୁଗ୍ମ ବ୍ୟବସ୍ଥା ସହ ସପ୍ତାହ ଅଦଳ ବଦଳ ବ୍ୟବସ୍ଥା ଉପରେ ମଧ୍ୟ ବିଚାର କରାଯାଉଛି। ଘରେ ରହୁଥିବା ଦିନ ଛାତ୍ରୀଛାତ୍ରମାନେ କ’ଣ କରିବେ ତାହା ମଧ୍ୟ ଏହି ମାର୍ଗଦର୍ଶିକାରୁ ଜଣାପଡ଼ିବ ବୋଲି ସେନାପତି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri