ସ୍କୁଲ ଆସିବାରେ ବିଳମ୍ବ : ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ଗୋପାଳପୁର,୧୬ା୯-ବିଦ୍ୟାଳୟକୁ ବିଳମ୍ବରେ ଆସିବା ନେଇ ଶନିବାର ରଙ୍ଗେଇଲୁଣ୍ଡା ବ୍ଲକ ପାର୍ବତୀପୁରସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଉଷାରାଣୀ ଚୌଧୁରୀଙ୍କୁ ନିଲମ୍ବିତ କରାଯାଇଛି। ତାଙ୍କ ସ୍ଥାନରେ ବକ୍ସିପଲ୍ଲୀସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ହରିକୃଷ୍ଣ ଶତପଥୀ ଯୋଗ ଦେଇଛନ୍ତି। ବ୍ରହ୍ମପୁରରୁ ପ୍ରାୟ ୧୦ କିମି ଦୂରରେ ଥିବା ଏହି ବିଦ୍ୟାଳୟକୁ ପ୍ରଧାନ ଶିକ୍ଷୟିତ୍ରୀ ଠିକ୍‌ ସମୟରେ ଆସୁନଥିବା ନେଇ ରଙ୍ଗେଇଲୁଣ୍ଡା ଗୋଷ୍ଠୀ ଶିକ୍ଷାଧିକାରୀ ଡ. ପ୍ରଭାତୀ ମହାପାତ୍ରଙ୍କୁ ଖବର ଦିଆଯାଇଥିଲା। ଗତ ୧୨ ତାରିଖ ପୂର୍ବାହ୍ନ ୧୦ଟାରେ ଗୋଷ୍ଠୀ ଶିକ୍ଷାଧିକାରୀ ବିଦ୍ୟାଳୟରେ ପହଞ୍ଚତ୍ଲା ବେଳକୁ କୌଣସି ଶିକ୍ଷକ କିମ୍ବା ଛାତ୍ରୀଛାତ୍ରଙ୍କ ଦେଖା ମିଳିନଥିଲା। ଏହାର ୩୦ ମି. ପରେ ଛାତ୍ରୀଛାତ୍ରମାନେ ବିଦ୍ୟାଳୟକୁ ଆସିଥିଲେ। ସେମାନଙ୍କୁ ପଚାରିବାରୁ ଶିକ୍ଷୟିତ୍ରୀ ବିଳମ୍ବରେ ଆସୁଥିବାରୁ ଆମେ ବିଳମ୍ବରେ ଆସୁଛୁ ବୋଲି କହିଥିଲେ। ଏହାର ୧୫ ମି. ପରେ ବିନା ୟୁନିଫର୍ମରେ ଚୌଧୁରୀ ପହଞ୍ଚତ୍ ବିଦ୍ୟାଳୟ ଖୋଲିଥିଲେ। ଗୋଷ୍ଠୀ ଶିକ୍ଷାଧିକାରୀ ତଦନ୍ତ କରିବାରୁ ବିଦ୍ୟାଳୟରେ ପ୍ରାର୍ଥନା କରାଯାଉନି, ବ୍ଲାକ୍‌ବୋର୍ଡରେ କିଛି ଲେଖାଯାଉନି, ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ କୌଣସି ଧ୍ୟାନ ଦିଆଯାଉନ ଥିବା ଜଣାପଡ଼ିଥିଲା। ଏଥିପାଇଁ ରଙ୍ଗେଇଲୁଣ୍ଡା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଚିଠି ନଂ. ୧୯୨୭ ପ୍ରକାରେ ମହାପାତ୍ର ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ନିଲମ୍ବନ କରି ତତ୍‌କ୍ଷଣାତ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଯୋଗଦେବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଏଥିସହ ଶତପଥିଙ୍କୁ ପାର୍ବତୀପୁରସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଯୋଗଦାନ କରିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri