ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍‌ କାର୍ଡ ନ ଦେବାରୁ ମାଟ୍ରିକ ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ର: ରାମଚଣ୍ଡୀ ଥାନାରେ ଅଭିଭାବକଙ୍କ ଅଭିଯୋଗ

କୋଣାର୍କ,୧୯।୨(ଡି.ଏନ୍‌.ଏ): ବୁଧବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ମାତ୍ର ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍‌ କାର୍ଡ ନ ଦେବାରୁ ଜଣେ ଛାତ୍ର ଏହି ପରୀକ୍ଷାରୁ ବଞ୍ଚିତ ହୋଇଛନ୍ତି। ଏ ନେଇ ରାମଚଣ୍ଡୀ ଥାନାରେ ଅଭିଯୋଗ ହୋଇଛି। ଉକ୍ତ ଥାନା ଅନ୍ତର୍ଗତ ବାବା ବାଲି କପିଳେଶ୍ୱର ସ୍କୁଲର ଛାତ୍ର ସୌମ୍ୟ ରଞ୍ଜନ ଫର୍ମ ଫିଲପ୍‌ କରିଥିଲେ ମଧ୍ୟ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁସାରେ, ଗୋପ ବ୍ଲକ ଶ୍ରୀବାଲିକପିଳେଶ୍ୱର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମୁଦାୟ ୧୨୯ ଛାତ୍ରୀଛାତ୍ର ୧୦ମ ଶ୍ରେଣୀରେ ଅଧ୍ୟୟନ କରୁଥିଲେ। ୩ଟି ପର୍ଯ୍ୟାୟରେ ୧୧୮ ଛାତ୍ରୀଛାତ୍ର ଫର୍ମ ଫିଲପ କରିଥିବା ବେଳେ ୧୧ ଜଣ ଫର୍ମ ଫିଲପ କରି ନ ଥିଲେ। ଅଭିଯୋଗ ଅନୁସାରେ, ଫର୍ମ ଫିଲପ କରି ନ ଥିବା ୧୧ ପିଲାଙ୍କ ମଧ୍ୟରୁ ସୌମ୍ୟ ରଞ୍ଜନ ବେହେରା ରହିଥିବା ସ୍କୁଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। ତେବେ ସୌମ୍ୟ କୁହନ୍ତି, ସେ ମାସକ ପୂର୍ବରୁ ଫର୍ମ ଫିଲପ ପାଇଁ ସ୍କୁଲରେ ଟଙ୍କା ଦେଇଥିଲେ। ହେଲେ ଗତ ୧୫ ତାରିଖରେ ସ୍କୁଲକୁ ଆଡ୍‌ମିଟ୍‌ କାର୍ଡ ଆଣିବାକୁ ଯିବାରୁ ସେ ଫର୍ମ ଫିଲପ କରି ନ ଥିବାରୁ ପରୀକ୍ଷା ଦେଇ ପାରିବେ ନାହିଁ ବୋଲି କର୍ତ୍ତୃପକ୍ଷ କହିଥିଲେ। ଏପରି ଅଭିଯୋଗ ଆଣିଛନ୍ତି ସୌମ୍ୟଙ୍କ ପିତା। ଏନେଇ ରାମଚଣ୍ଡୀ ଥାନାରେ ସ୍କୁଲ ପ୍ରଧାନ ଶିକ୍ଷକଙ୍କ ନାମରେ ଅଭିଯୋଗ ହୋଇଛି। ଏ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ସୌମ୍ୟଙ୍କ ପିତା ଦାବି କରିଛନ୍ତି। ଅନ୍ୟପକ୍ଷରେ ଏହି ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ ବୋଲି ସ୍କୁଲ ଶିକ୍ଷକ ଓ ପ୍ରଧାନ ଶିକ୍ଷକ କହିଛନ୍ତି। ଏତଲା ପାଇବା ପରେ ରାମଚଣ୍ଡୀ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ରାମଚଣ୍ଡୀ ଥାନା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri