ସ୍କୁଲ କ୍ୱାର୍ଟର ଆଟୁ ଖସିଲା, ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ

ଓଡ଼ଗାଁ,୨୬ା୪(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ ରଘୁନାଥ ବିଦ୍ୟପୀଠ ପରିସରରେ ଥିବା ଏକ ଷ୍ଟାଫ୍‌ କ୍ୱାର୍ଟର ଆଟୁ ଖସି ଯିବାରୁ ସଂପୃକ୍ତ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ୪ ନମ୍ବର କ୍ୱାର୍ଟରରେ ସ୍କୁଲ ପିଅନ କୈଳାସ ସାହୁ ରହୁଥିବା ବେଳେ ଅନ୍ୟ କ୍ୱାର୍ଟରରେ ଶିକ୍ଷକମାନେ ରହୁଛନ୍ତି। ହେଲେ ଏହି ଗୃହ ବହୁ ପୁରାତନ ହୋଇଥିବା ବେଳେ ସବୁ ଆଜବେଷ୍ଟସ୍‌ ଛାତ ତଳେ ଥିବା ଓରା ଉଇ ଖାଇ ବ୍ୟବହାର ଅନୁପଯୋଗୀ ହୋଇଛି।

ଦୁଇଦିନ ଲଗାଣ ବର୍ଷାରେ ପାଣି ଗାଳିବା ସହିତ ରବିବାର ସକାଳୁ ଉଇ ଖିଆ ଓରା ହଠାତ ଭାଙ୍ଗି ଖସିପଡ଼ିଛି। ଫଳରେ ଆଟୁର ସବୁ ମାଟି ଘର ଭିତରେ ପଡ଼ିଛି। ଏହି ସମୟରେ ଖଟ ଉପରେ ବସି ପଢ଼ୁଥିବା ପିଅନଙ୍କ ଝିଅ ଦୌଡ଼ି ପଳାଇବାରୁ ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଜରାଜୀର୍ଣ୍ଣ ସ୍କୁଲ କାର୍ଟର ସମ୍ପର୍କରେ ପ୍ରଧାନଶିକ୍ଷକ ପ୍ରସନ୍ନ ପ୍ରଧାନ ବହୁବାର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆଯାଇନାହିଁ। ସୁରକ୍ଷା ପାଇଁ କ୍ୱାର୍ଟରଗୁଡ଼ିକୁ ତୁରନ୍ତ ବିପଦପୂର୍ଣ୍ଣ ଘୋଷଣା କରିବାକୁ ଶିକ୍ଷକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର ଗାଡ଼ିକୁ ଅଟକାଇଲେ ବିକ୍ଷୋଭକାରୀ: ପ୍ରବଳ ଉତ୍ତେଜନା

ଭୁବନେଶ୍ୱର,୧୨।୨: ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ…

ଟ୍ରେନରେ କଟି ଯୁବକଙ୍କ ଚାଲିଗଲା ଜୀବନ: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ

କଣ୍ଟାବାଞ୍ଜି ୧୨।୨(ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଧାମନଡ଼ଙ୍ଗା ପଞ୍ଚାୟତ ବାନ୍ଧନପାଲି ଗ୍ରାମର ଜଣେ ଯୁବକ ଟ୍ରେନରେ କଟି ମୃତ୍ୟୁବରଣ କରିଛନ୍ତି। ମିଳିଥିବା ସୂଚନା…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୨।୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ତା’ର ଅଭିଯାନର ଏକ ଦୃଢ଼ ଆରମ୍ଭ କରିଛି। ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ୨୯…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…

ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…

ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨।୨(ସୁନିତ୍‌ ମିଶ୍ର):ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri