ସ୍କୁଲ ଗେଟ୍‌ରେ ତାଲା ପକାଇ ଧାରଣା

ଭୋଗରାଇ,୧।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ଡିହକଖଡ଼ା ପ୍ରାଥମିକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ ଏବଂ ମଧ୍ୟାହ୍ନ ଭୋଜନରେ ଅନିୟମିତତା ଭଳି ଘଟଣା ନେଇ ସୋମବାର ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଶତାଧିକ ଗ୍ରାମବାସୀ ଓ ଛାତ୍ରୀଛାତ୍ର ସ୍କୁଲ ଗେଟ୍‌ରେ ତାଲା ପକାଇ ୧ ଘଣ୍ଟା ଧାରଣା ଦେଇ ବସିଥିଲେ। ଭୋଗରାଇ ସହକାରୀ ଶିକ୍ଷା ଅଧିକାରୀ ଯୋଗେଶ୍ୱର ଜେନା ଓ ସିଆର୍‌ସିସି ଅଶୋକ କୁମାର ସାହୁ ପହଞ୍ଚତ୍ ଗ୍ରାମବାସୀଙ୍କ ସମେତ ଅଭିଭାବକ ଓ ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିଥିଲେ। ଅଭିଭାବକଙ୍କଠାରୁ ସମସ୍ତ ଅଭିଯୋଗ ଶୁଣିବା ପରେ ସେମାନେ ଶିକ୍ଷାନୁଷ୍ଠାନ ସ୍ଥିତି ଅନୁଧ୍ୟାନ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହାପରେ ଗ୍ରାମବାସୀ ଓ ଛାତ୍ରୀଛାତ୍ର ଆନ୍ଦୋଳନରୁ ଓହରିଥିଲେ।
ସ୍କୁଲ ପରିଚାଳନା କମିଟିର ସଭାପତି କୃପାସିନ୍ଧୁ ଗିରି, ଉପସଭାନେତ୍ରୀ ଶାନ୍ତିଲତା ଗିରି, ସମିତିସଦସ୍ୟ କମଳଲୋଚନ ଜେନା, ୱାର୍ଡ଼ମେମ୍ବର ରୁନୁ ମହାନ୍ତି, ଗୀତାରାଣୀ ଜେନା ପ୍ରମୁଖ କହିଥିଲେ, ଶିକ୍ଷାନୁଷ୍ଠାନରେ ପରିଚାଳନାଗତ ଅବ୍ୟବସ୍ଥା ଦୂର ନ ହେବାରୁ ଗ୍ରାମବାସୀ ବାଧ୍ୟହୋଇ ଗେଟ୍‌ରେ ତାଲା ପକାଇ ଆନ୍ଦୋଳନ କରିବା ଭଳି ଚରମ ପଦକ୍ଷେପ ନେଇଛନ୍ତି। ମଧ୍ୟାହ୍ନଭୋଜନ ଅନିୟମିତତା ସମ୍ପର୍କରେ ପୂର୍ବରୁ ଅଭିଯୋଗ କରାଯାଇଥିଲା। ସ୍କୁଲର ରେକର୍ଡ଼ପତ୍ର ଅନ୍ୟତ୍ର ନିଆଯିବା, ଦୀର୍ଘଦିନ ଧରି ପ୍ରଧାନ ଶିକ୍ଷକ ଅନୁପସ୍ଥିତ ରହିବା ଏବଂ ଛାତ୍ରୀଛାତ୍ରଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ କରିବା ଭଳି ଘଟଣା ଅଭିଭାବକଙ୍କ ସମେତ ଗ୍ରାମବାସୀଙ୍କୁ କ୍ଷୁବ୍ଧ କରିଛି। ଭୋଗରାଇ ସହକାରୀ ଶିକ୍ଷା ଅଧିକାରୀ ଓ ସିଆର୍‌ସିସି ଏସବୁ ଅଭିଯୋଗ ସମ୍ପର୍କରେ ଫୋନ କରି ବ୍ଲକ ଶିକ୍ଷାଧିକାରୀ କାଳନ୍ଦୀଚରଣ ସୋରେନଙ୍କୁ ଅବଗତ କରାଇଥିଲେ। ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବିତ କରିବା ଲାଗି ଜିଲା ଶିକ୍ଷାଧିକାରୀଙ୍କୁ ଲିଖିତ ଭାବେ ସୁପାରିଶ କରଯିବା ସହ ଆଗାମୀ ୭ ଦିନରେ ନୂତନ ଶିକ୍ଷକ ନିଯୁକ୍ତି ଦିଆଯିବ ବୋଲି ବ୍ଲକ ଶିକ୍ଷା ଅଧିକାରୀ ସୋରେନ ପ୍ରତିଶ୍ରୁତି ଦେବାରୁ ପରିସ୍ଥିତି ଶାନ୍ତ ପଡିଥିଲା। ଏପରିକି ପୂର୍ବରୁ ପ୍ରଧାନଶିକ୍ଷକଙ୍କର ୨ ମାସର ଦରମା ଅଟକାଇ ରଖାଯାଇଥିବାର ଉପସ୍ଥିତ ଅଧିକାରୀ ସୂଚନା ଦେଇଥିଲେ। ଉଲ୍ଳେଖନୀୟ ଯେ, ଏହି ବିଦ୍ୟାଳୟରେ ୧୩୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ପ୍ରଧାନଶିକ୍ଷକଙ୍କୁ ମିଶାଇ ୩ ଜଣ ଶିକ୍ଷକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri