ସ୍କୁଲ ଛାତ୍ରୀଛାତ୍ରଙ୍କ ସହ ଖେଳିଲେ କୋହଲି

ସାଉଥାମ୍ପଟନ,୨୧।୬- ସ୍ଥାନୀୟ ସ୍ପ୍ରିଙ୍ଗହିଲ ସ୍କୁଲର ୩୦ ଛାତ୍ରୀଛାତ୍ରଙ୍କ ଲାଗି ଗୁରୁବାର ଥିଲା ସ୍ବତନ୍ତ୍ର ଦିନ। କାରଣ ଭାରତୀୟ କ୍ରିକେଟ ଦଳର ଅଧିନାୟକ ତଥା ନଂ ୧ ଦିନିକିଆ ବ୍ୟାଟ୍ସମ୍ୟାନ ବିରାଟ କୋହଲି ସେମାନଙ୍କ ସହ ଖେଳିଥିଲେ। ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପ୍ରୋଗ୍ରାମ ଅବସରରେ ଉକ୍ତ ସ୍କୁଲର ଛାତ୍ରୀଛାତ୍ର କୋହଲିଙ୍କୁ ଭେଟିବାକୁ ସୁଯୋଗ ପାଇଥିଲେ। ୩୦ ବର୍ଷୀୟ ବ୍ୟାଟ୍ସମ୍ୟାନ କୁନି ପ୍ରଶଂସକଙ୍କୁ ନିରାଶ ନ କରି ଫଟୋ ଉଠାଇବା ସହ ପ୍ରତ୍ୟେକଙ୍କୁ ଅଟୋଗ୍ରାଫ ଦେଇଥିଲେ। ୯ ବର୍ଷୀୟ ଶିଭେନ କୁମାର ନାମକ ଛାତ୍ର ନିଜ ବ୍ୟାଟ୍‌ରେ ଦୁଇ ଫେଭରାଇଟ୍‌ ଖେଳାଳି କୋହଲି ଓ ମହେନ୍ଦ୍ର ସିଂ ଧୋନୀଙ୍କ ଅଟୋଗ୍ରାଫ ନେଇଥିଲା। କୋହଲି ବହୁତ ଦୟାଳୁ ବୋଲି ଭାରତୀୟ ଅଧିନାୟକଙ୍କ ସମ୍ପର୍କରେ ଶିଭେନ କହିଥିଲେ। ଏହି କାର୍ଯ୍ୟକ୍ରମରେ ଭାରତୀୟ ଦଳର ସଦସ୍ୟ ଲୋକେଶ ରାହୁଲ ଓ ହାର୍ଦ୍ଦିକ ପାଣ୍ଡ୍ୟା ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri