ସ୍କୁଲ ଫି’ ଛାଡ଼ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ୍‌,୨୪।୪: ଲକ୍‌ଡାଉନ୍‌ ଚାଲିଥିବା ଯୋଗୁ ଏବେ ଅଭିଭାବକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ଏଭଳି ସମୟରେ ସେମାନେ ନିଜ ପିଲାଙ୍କ ସ୍କୁଲ ଫି’ ଦାଖଲ କରିପାରିବେ ନାହିଁ। ତେଣୁ ମାର୍ଚ୍ଚ ଠାରୁ ଜୁନ୍‌ ପର୍ଯ୍ୟନ୍ତ ସ୍କୁଲ ଫି’ ଛାଡ଼ କରାଯିବା ସମ୍ପର୍କରେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଗୁରୁବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ସମ୍ବଲପୁରର ଆଇନ୍‌ଜୀବୀ ମହମ୍ମଦ ମୁସ୍ତାକ୍‌ ଅନ୍‌ଶାରୀଙ୍କ ପକ୍ଷରୁ ଏହି ମାମଲା ରୁଜୁ କରାଯାଇଛି।
ଆବେଦନକାରୀଙ୍କ ପକ୍ଷରୁ କୁହାଯାଇଛି ଯେ, ଲକ୍‌ଡାଉନ୍‌ ପାଇଁ ଏବେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନରେ ତାଲା ପଡ଼ିଛି। ମେ’ ୩ତାରିଖ ପର୍ଯ୍ୟନ୍ତ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ହେଲେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଯୋଗୁ ଲକ୍‌ଡାଉନ୍‌ କଟକଣା କେବେ ଉଠିବ, ତାହା କହିବା କଷ୍ଟକର। ଏହାର ପ୍ରଭାବରେ ଲୋକମାନେ ଘୋର ଆର୍ଥତ୍କ ଦୂରାବସ୍ଥାର ଶିକାର ହେଲେଣି। ଏ ପରିକି ଦୁଇ ମୁଠାଖାଇବା ପାଇଁ ସରକାରଙ୍କ ଉପରେ ନିର୍ଭର କରିବାକୁ ପଡ଼ୁଛି। ଯେଉଁଠି ଲୋକଙ୍କ ପାଖରେ ଦୈନନ୍ଦିନ ଖର୍ଚ୍ଚ ପାଇଁ ଟଙ୍କା ନାହିଁ, ସେଠାରେ ସେମାନେ ସ୍କୁଲ ଫି’ ଦେବା କଷ୍ଟକର ହୋଇପଡ଼ିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପ୍ରିଲ୍‌ ୧୦ତାରିଖରେ ସ୍କୁଲ ଫି’ ନେଇ ଏକ ଟୁଇଟ୍‌ କରିଥିଲେ। ଏପ୍ରିଲ୍‌ଠାରୁ ଜୁନ୍‌ ପର୍ଯ୍ୟନ୍ତ ସ୍କୁଲ ଫି’ ହ୍ରାସ କିମ୍ବା ସ୍ଥଗିତ ରଖିବା ପାଇଁ ଘରୋଇ ସ୍କୁଲଗୁଡ଼ିକୁ ନିବେଦନ କରିଥିଲେ। କେନ୍ଦ୍ର ମାନବ ସମ୍ବଳ ବିଭାଗ ତରଫରୁ ମଧ୍ୟ ଅନୁରୁପ ନିବେଦନ କରାଯାଇଛି। ଅନ୍ୟପଟେ ଅତିରିକ୍ତ ଫି’ ଆଦାୟ ନ କରିବା ପାଇଁ ସିବିଏସ୍‌ଇ ପକ୍ଷରୁ ବୋର୍ଡ଼ ଅଧିନସ୍ଥ ସ୍କୁଲଗୁଡ଼ିକୁ ଗତ ୧୭ତାରିଖରେ ନିର୍ଦ୍ଦେଶ ଦିଆଯାଇଛି। ଏଣୁ ତୁରନ୍ତ ରାଜ୍ୟ ସରକାର ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରନ୍ତୁ। ମାର୍ଚ୍ଚ ଠାରୁ ଜୁନ୍‌ ପର୍ଯ୍ୟନ୍ତ କିମ୍ବା ସମ୍ପୂର୍ଣ୍ଣ ଭାବେ ପାଠପଢ଼ା ଆରମ୍ଭ ହେବା ଯାଏଁ ସ୍କୁଲ ଫି ଛାଡ଼ କରାଯାଉ। ୨୦୨୦-୨୧ ଶିକ୍ଷା ବର୍ଷରେ ସ୍କୁଲ ଫି’ ବୃଦ୍ଧି କିମ୍ବା ଅନ୍ୟାନ୍ୟ ପ୍ରକାର ଫି’ ଆଦାୟ ଉପରେ ରୋକ୍‌ ଲଗାଯାଉ। ଯେଉଁମାନେ ଏହାକୁ ଅବମାନନା କରିବେ, ସେମାନଙ୍କ ବିରୋଧରେ ଦୃଢ଼ ଆଇନ୍‌ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ଅପରପକ୍ଷେ ସ୍କୁଲ ବନ୍ଦ ରହିଥିବା ଯୋଗୁ ଘରୋଇ ସ୍କୁଲ କର୍ତ୍ତୃପକ୍ଷ ସେମାନଙ୍କ ଶିକ୍ଷକ ଏବଂ କର୍ମଚାରୀଙ୍କୁ ଦରମା ପ୍ରଦାନ କରିବାରେ ଅସୁବିଧାର ସମ୍ମୁଖିନ ହେବେ। ଏପରିକି ବିଦ୍ୟୁତ୍‌ ବିଲ୍‌ ଏବଂ ଅନ୍ୟାନ୍ୟ ଖର୍ଚ୍ଚ ତୁଲାଇବା ମଧ୍ୟ୍ୟ ସେମାନଙ୍କ ପକ୍ଷେ କଷ୍ଟ ହେବ। ଏଣୁ ରାଜ୍ୟ ସରକାର ଘରୋଇ ସ୍କୁଲ ଗୁଡ଼ିକପାଇଁ ସ୍ବତନ୍ତ୍ର ଅନୁଦାନ ପ୍ରଦାନ କରନ୍ତୁ ବୋଲି ଆବେଦନରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri