ସ୍କୁଲ ବ୍ୟାଗ୍‌ ଓଜନ ସମ୍ପର୍କିତ ଜନସ୍ବାର୍ଥ ମାମଲା: ୪ ସପ୍ତାହରେ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

କଟକ ଅଫିସ,୬।୮: ରାଜ୍ୟରେ ସ୍କୁଲ ଛାତ୍ରୀଛାତ୍ରଙ୍କ ବ୍ୟାଗ ଓଜନକୁ ନେଇ ହୋଇଥିବା ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ୪ମାସ ମଧ୍ୟରେ ଉକ୍ତ ନିୟମ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଡ. କହ୍ନେୟାଲାଲ ଶର୍ମା ଏ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରିଥିବାବେଳେ ସୋମବାର ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌. ଝାବେରୀ ଓ ଜଷ୍ଟିସ୍‌ କେ.ଆର୍‌. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରିଥିଲେ। ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆଗାମୀ ୪ ସପ୍ତାହ ମଧ୍ୟରେ ଏହି ନିୟମ କଡ଼ାକଡ଼ି ଲାଗୁ କରିବାକୁ ପ୍ରତ୍ୟେକ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ଲାଗି ବିଚାରପତି ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ନିୟମ ଉଲ୍ଲଂଘନ କରାଗଲେ କୋର୍ଟ ଅବମାମନା ବୋଲି ଗ୍ରହଣ କରାଯିବ ଓ ଆବେଦନକାରୀ ସମ୍ପୃକ୍ତ ବିଦ୍ୟାଳୟର ପରିଚାଳନା କମିଟି ବିରୋଧରେ ମାମଲା ରୁଜୁ କରିବା ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ବିଭାଗ ପକ୍ଷରୁ କେତେଜଣ ଜିଲା ଶିକ୍ଷାଧିକାରୀଙ୍କୁ ରିପୋର୍ଟ ପ୍ରଦାନ କରାଯାଇଥିଲେ ମଧ୍ୟ କୋର୍ଟ ସେଥିରେ ସନ୍ତୁଷ୍ଟ ହୋଇ ନ ଥିଲେ। ସେହିପରି ବିଭାଗ ପକ୍ଷରୁ ଗତ ମାର୍ଚ୍ଚ ୮ରେ ସ୍କୁଲ ବ୍ୟାଗ ଓଜନ ସମ୍ପର୍କିତ ଗାଇଡ୍‌ ଲାଇନ ପ୍ରକାଶ କରାଯାଇଥିବା ଦର୍ଶାଯାଇଛି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ସେପ୍ଟେମ୍ବର ୨୩ରେ ହେବ।
ମିଳିଥିବା ସୂଚନା ଅନୁଯାୟୀ, ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ବ୍ୟାଗ୍‌ର ଓଜନ ବୃଦ୍ଧିକୁ ନେଇ କହ୍ନେୟାଲାଲ ସରକାରଙ୍କ ବିରୋଧରେ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ପରେ ରାଜ୍ୟ ସରକାର ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ବ୍ୟାଗ୍‌ର ଓଜନ ୧.୫ କିଗ୍ରା, ତୃତୀୟରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ବ୍ୟାଗ୍‌ର ଓଜନ ୩ କିଗ୍ରା, ଷଷ୍ଠ ଏବଂ ସପ୍ତମ ଶ୍ରେଣୀ ବିଦ୍ୟାର୍ଥୀଙ୍କ ବ୍ୟାଗ୍‌ର ଓଜନ ୪କିଗ୍ରାରୁ କମ୍‌, ଅଷ୍ଟମ ଏବଂ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ବ୍ୟାଗର ଓଜନ ୪.୫ କିଗ୍ରା ଓ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ବ୍ୟାଗର ଓଜନ ୫ କିଲୋରୁ ଅଧିକ ନ ହେବା ଲାଗି ବିଜ୍ଞପ୍ତି ପ୍ରକାଶ କରିଥିଲେ। ମାତ୍ର ଏହି ନିୟମ ଠିକ୍‌ ଭାବେ କାର୍ଯ୍ୟକାରୀ ହେଉ ନ ଥିବା ହାଇକୋର୍ଟ ହୃଦୟଙ୍ଗମ କରି ସୋମବାର ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri