ସ୍ତନ୍ୟପାନ ସପ୍ତାହରେ ଫଳ, ଔଷଧ ବଣ୍ଟନ

ବ୍ରହ୍ମପୁର ଅଫିସ୍‌,୩ା୮-ଫ୍ରେଣ୍ଡ୍‌ସ ହେଲ୍‌ପିଂ କ୍ଲବ ତରଫରୁ ସ୍ଥାନୀୟ ଗିରି ମାର୍କେଟ ସ୍ନେହମ୍‌ ହଲ୍‌ରେ ଶୁକ୍ରବାର ସକାଳେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ କରାଯାଇଛି। ଭାରତୀୟ ଶିଶୁ ବିଶେଷଜ୍ଞ ସଂଘ, ଗଞ୍ଜାମ ଜିଲା ଶାଖା ସହଯୋଗରେ ଆୟୋଜିତ କାର୍ଯ୍ୟକ୍ରମରେ ସଦ୍ୟ ମାତୃତ୍ୱ ଲାଭ କରିଥିବା ମହିଳାମାନଙ୍କୁ ଔଷଧ, ଫଳ ଏବଂ ପୁଷ୍ଟିକର ଖାଦ୍ୟ ବଣ୍ଟନ କରାଯାଇଥିଲା। ଅତିଥି ଭାବେ ଭାରତୀୟ ଶିଶୁ ବିଶେଷଜ୍ଞ ସଂଘ ଗଞ୍ଜାମ ଜିଲା ଶାଖା ସଭାପତି ଡା. ଟି. ପ୍ରକାଶ ରାଓ, ସମ୍ପାଦକ ଡା. ଏସ୍‌.କେ. ବର୍ମା, ଫ୍ରେଣ୍ଡ୍‌ସ ହେଲ୍‌ପିଂ କ୍ଲବ ପୂର୍ବତନ ସଭାପତି ଇ. ରଘୁନନ୍ଦନ, ସଭାପତି ପି.କେ. ସୁବୁଦ୍ଧି, ମନୋଜ କୁମାର ପାଢୀ, କେ.ଏନ୍‌. ସେନାପତି, ଏସ୍‌. ଆନନ୍ଦ ରାଓ ଏବଂ ପ୍ରତିଷ୍ଠାତା ସଭାପତି ଏସ୍‌. ଆନନ୍ଦ ରାଓ ପ୍ରମୁଖ ଯୋଗଦେଇଥିଲେ। ଚଳିତ ବର୍ଷର ଥିମ୍‌ ‘ସ୍ତନ୍ୟପାନ ହିଁ ଜୀବନ ପାଇଁ ଅମୃତ’ ବିଷୟ ଉପରେ ଅତିଥିମାନେ ବକ୍ତବ୍ୟ ରଖିଥିଲେ । ଅମୃତତୁଲ୍ୟ ମା’ କ୍ଷୀର ହିଁ ଶିଶୁ ପାଇଁ ସର୍ବୋତ୍ତମ । ମାନବ ସମାଜ ପାଇଁ ଏହା ଏକ ଅମୂଲ୍ୟ ଉପହାର । ଶିଶୁ ପାଇଁ ସର୍ବୋତ୍କୃଷ୍ଟ ଦାନ। ମା’ ନିଜ ଶିଶୁକୁ ସ୍ତନ୍ୟପାନ କରାଇବା ଲାଗି ପ୍ରୋତ୍ସାହିତ କରିବା ଦିବସର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଅତିଥିମାନେ ପ୍ରକାଶ କରିଥିଲେ । ମା’ କ୍ଷୀର ଶିଶୁ ପାଇଁ ଏକ ସମ୍ପୂର୍ଣ୍ଣ ଖାଦ୍ୟ । ସହଜରେ ହଜମ ହୋଇପାରିବା ଭଳି ଯଥେଷ୍ଟ ପରିମାଣର ପୁଷ୍ଟିସାର, ସ୍ନେହସାର, ଧାତୁସାର ସହ ସମସ୍ତ ଭିଟାମିନ୍‌ ଏବଂ ଲବଣ ରହିଛି । ଏହା ସମ୍ପୂୂର୍ଣ୍ଣ ଜୀବାଣୁ ମୁକ୍ତ । ଶିଶୁର ଶାରୀରିକ, ମାନସିକ ଏବଂ ବୌଦ୍ଧିକ ବିକାଶରେ ସାହାଯ୍ୟ କରିଥାଏ। ଜନ୍ମର ଛ’ମାସ ପର୍ଯ୍ୟନ୍ତ କେବଳ ସ୍ତନ୍ୟପାନ କରାଇବା ଆବଶ୍ୟକ ବୋଲି ଅତିଥିମାନେ କହିବା ସହ କିଭଳି ଉପଯୁକ୍ତ ଉପାୟରେ ସ୍ତନ୍ୟପାନ କରାଯାଇପାରିବ, ସେ ସମ୍ପର୍କରେ ସଚେତନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା: ୧୪୦ରୁ ଊଦ୍ଧର୍‌ବ ପ୍ରତିଯୋଗୀଙ୍କ କୃତିତ୍ୱ ଅର୍ଜନ

ଭଞ୍ଜନଗର,୧୯/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଏଥିରେ ଭଞ୍ଜନଗର ସବ ଟ୍ରେଜେରୀ ଅଫିସର୍‌…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri