ସ୍ତ୍ରୀଙ୍କୁ ଅଫିସ ଛାଡିବାକୁ ଯାଇ ସ୍ବାମୀ ଗଣିଲେ ଜରିମାନା

ଭଞ୍ଜନଗର,୨୦।୪(ଡି.ଏନ.ଏ.)- ଭଞ୍ଜନଗର ଉପଖଣ୍ଡର ଜଣେ ମହିଳା ଯନ୍ତ୍ରୀ ନିଜ ଘରୁ ସୋମବାର ଅଫିସ ଅଭିମୁଖେ ବାହାରିଥିଲେ। ଯନ୍ତ୍ରୀଙ୍କୁ ଗାଡ଼ି ଚଳାଇବା ଆସୁ ନ ଥିବା ଯୋଗୁ ତାଙ୍କ ସ୍ବାମୀ ସ୍କୁଟିରେ ବେଲଗୁଣ୍ଠା ରାସ୍ତାରେ ଯାଉଥିଲେ। ବାଟରେ ତନରଡ଼ା ଠାରେ ଯାଞ୍ଚ ଦାୟିତ୍ୱରେ ଥିବା କିଛି କର୍ମଚାରୀ ଯନ୍ତ୍ରୀଙ୍କ ଗାଡ଼ିକୁ ଅଟକାଇଥିଲେ। ଗୋଟିଏ ସ୍କୁଟିରେ ଏକାଧିକ ବ୍ୟକ୍ତି ଯାଇପାରିବେ ନାହିଁ, ଏହାଦ୍ୱାରା ସାମାଜିକ ଦୂରତ୍ୱ ଆଇନ ଉଲ୍ଲଘଂନ ହେଉଛି ବୋଲି କର୍ମଚାରୀମାନେ କହିଥିଲେ। ଯନ୍ତ୍ରୀଙ୍କ ସ୍ବାମୀ ଏହାର ପ୍ରତିବାଦ କରିଥିଲେ। ପରେ ତହସିଲ, ବ୍ଲକ ଏବଂ ଥାନା କର୍ମଚାରୀ ଆସି ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିଥିଲେ। ମାତ୍ର ସମାଧାନ ହୋଇ ପାରି ନ ଥିଲା। ଶେଷରେ ଉପ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଉପଖଣ୍ଡ ପଞ୍ଚାୟତ ଅଧିକାରୀ ପ୍ରହଲ୍ଲାଦ ପ୍ରଧାନ ଘଟଣାସ୍ଥଳକୁ ଯାଇ ଜରିମାନା କାଟିବାକୁ ନିର୍ଦ୍ଦେଶ ଦେଇଥିଲେ। ଫଳରେ ଯନ୍ତ୍ରୀ ୫ଶହ ଟଙ୍କା ଜରିମାନା ଦେଇଥିବା ଜଣାପଡ଼ିଛି। ଯେଉଁ ମହିଳା କର୍ମଚାରୀଙ୍କୁ ଗାଡ଼ି ଚଳାଇବା ଆସୁନାହିଁ ସେମାନେ କିଭଳି କର୍ମକ୍ଷେତ୍ରକୁ ଯିବେ ତାହା ଏବେ ଚିନ୍ତାର ବିଷୟ। ଅପରପକ୍ଷେ ଗୋଟିଏ କାରରେ ଚାଳକ ସମେତ ଆଉଜଣେ ଯାଇପାରିବ ବୋଲି ନିୟମ ଥିବାବେଳେ ଅଧିକାଶଂ ସରକାରୀ ଗାଡ଼ିରେ ଏକାଧିକ କର୍ମଚାରୀ ଯିବାଆସିବା କରୁଛନ୍ତି। ଏନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri