ସ୍ତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ମାମଲା: ଅଭିଯୁକ୍ତ ସ୍ବାମୀଙ୍କୁ ୧୦ ବର୍ଷ ଜେଲ

ଅନୁଗୋଳ ଅଫିସ, ୧୯।୧୨ – ସ୍ତ୍ରୀଙ୍କୁ ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ମାମଲାର ବିଚାର କରି ଅନୁଗୋଳ ଜିଲା ଓ ଦୌରାଜଜ୍‌ କୋର୍ଟ ଅଭିଯୁକ୍ତ ସ୍ବାମୀ ଅନୁଗୋଳ ଥାନା ଜାମୁନାଳିର ବିରଞ୍ଚତ୍ ପଟ୍ଟନାୟକ(୪୯)ଙ୍କୁ ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୋଟ ୧୫ ଜଣ ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ଜିଲା ଓ ଦୌରାଜଜ୍‌ ଅଶାନ୍ତ କୁମାର ଦାସ ଏହି ରାୟ ଶୁଣାଇଛନ୍ତି। ଏଥିସହ ଅନ୍ୟ ୭ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ବୋଲି କୋର୍ଟ କହିଛନ୍ତି। ସରକାରଙ୍କ ପକ୍ଷରୁ ପିପି ପ୍ରଦୀପ କୁମାର ଦାସ ମାମଲା ପରିଚାଳନା କରୁଥିଲେ।
ବିବରଣୀରୁ ପ୍ରକାଶ ଯେ, ଅନୁଗୋଳ ଥାନା ଜାମୁନାଳି ଅଞ୍ଚଳରେ ୨୦୧୬ ଏପ୍ରିଲ ୧ରେ ବିରଞ୍ଚିଙ୍କ ସ୍ତ୍ରୀ ସାରଥୀ ପଟ୍ଟନାୟକ ରଶି ଲଗାଇ ଆତ୍ମହତ୍ୟା କରିଥିଲେ। ସ୍ବାମୀଙ୍କ ମାନସିକ ଓ ଶାରୀରିକ ନିର୍ଯାତନା ସହ୍ୟ କରି ନ ପାରି ସାରଥୀ ଆତ୍ମହତ୍ୟା କରିଥିବା ତାଙ୍କ ଭାଇ ଶ୍ରୀକାନ୍ତ ମହାନ୍ତି ଅନୁଗୋଳ ଥାନାରେ ଅଭିଯୋଗ କରିବା ପରେ ପୋଲିସ ନଂ. ୧୫୧/୧୬ରେ ମାମଲା କରି ତଦନ୍ତ ଚଳାଇଥିଲା। ଏହି ଘଟଣାରେ ବିରଞ୍ଚତ୍ଙ୍କ ମା’ ଜନକ ପଟ୍ଟନାୟକ, ସାନଭାଇ ସୁଜନ ପଟ୍ଟନାୟକ, ବଡ଼ଭାଇ ସରୋଜ ପଟ୍ଟନାୟକ, ପୁତୁରା ସୁଦର୍ଶନ ପଟ୍ଟନାୟକ, ପୋଡ଼ିବା ପାଇଁ କାଠ ଆଣିଥିବା ବ୍ୟକ୍ତି କାଣ୍ଡୁର ପ୍ରଧାନ, କୋଇଲା ଆଣିଥିବା ବ୍ୟକ୍ତି ନିଖିଲ ପଟ୍ଟନାୟକ ଓ ଗାଁର କୁମୁଦ ପ୍ରଧାନ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିବାରୁ ସମସ୍ତଙ୍କୁ ପୋଲିସ ଗିରଫ କରିଥିଲା। ତେବେ ଜିଲା ଓ ଦୌରା ଜଜ୍‌ କେବଳ ବିରଞ୍ଚତ୍ଙ୍କୁ ଦୋଷୀ ସାବ୍ୟସ୍ତ କରିଥିବାବେଳେ ଅନ୍ୟ ୭ ଜଣ ନିର୍ଦ୍ଦୋଷ ବୋଲି ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri