ସ୍ତ୍ରୀଙ୍କୁ ବାଡ଼େଇ ହତ୍ୟା ଘଟଣା: ଅଭିଯୁକ୍ତ ସ୍ବାମୀଙ୍କୁ ୧୦ବର୍ଷ ଜେଲ

ଯାଜପୁର ରୋଡ, ୨।୮(ନି.ପ୍ର.): ୨୦୧୫ ମସିହାରେ ଯାଜପୁର ରୋଡ ଥାନା ଅନ୍ତର୍ଗତ ଦାନଗଦି ନୂଆଗାଁ ଗ୍ରାମର କୁନା ସିଂ ସ୍ତ୍ରୀ ରଜନୀ ମୁଣ୍ଡାଙ୍କୁ ବାଡେଇ ହତ୍ୟା କରିଥିଲେ। ଏ ନେଇ ପୋଲିସ କେସ (ନଂ ୩୧୮/୧୫)ରେ ଏକ ହତ୍ୟା ମାମଲା ରୁଜୁକରିବା ସହ ଅଭିଯୁକ୍ତ କୁନାଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲେ। ଅଭିଯୁକ୍ତଙ୍କ ଜାମିନ ନାମଞ୍ଜୁରକରି ରଗଡିସ୍ଥିତ ଉପକାରାଗାରକୁ ପଠାଯାଇଥିଲା। ଶୁକ୍ରବାର ଯାଜପୁର ରୋଡ ଅତିରିକ୍ତ ଜିଲା ଦୌରା ଜଜ ଦେବଦତ୍ତ ଦାସ ମହାପାତ୍ର ଏହି ମକଦ୍ଦମାକୁ ବିଚାରକରି ସମସ୍ତ ସାକ୍ଷ୍ୟ ପ୍ରମାଣନେଇ ଅଭିଯୁକ୍ତ କୁନାଙ୍କୁ ଦୋଷୀ ସାବ୍ୟସ୍ତକରି ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୨ ହଜାର ଟଙ୍କା ଜରିମାନା କରିଥିଲେ। ଟଙ୍କା ଅନାଦାୟ ହେଲେ ଅତିରିକ୍ତ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ରାୟ ପ୍ରକାଶ ପାଇଛି। ସରକାରୀ ଓକିଲ ରଜତ କୁମାର ରାଉତ ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ହକି ଅମ୍ପାୟରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ, ୨ା୧୦: ଯୌନ ନିର୍ଯାତନା ଅଭିଯୋଗରେ ଜାପାନରେ ଚାଲିଥିବା ଏସିଆନ ଗେମ୍ସରୁ ହକି ଅମ୍ପାୟର ତଥା ଟେକ୍‌ନିକାଲ ଅଫିସିଆଲ ଗୁରିନ୍ଦର ସିଂ ସାଙ୍ଘାଙ୍କୁ ସ୍ବଦେଶ ଫେରାଇ ଅଣାଯାଇଛି।…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?