ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

ଦିଗପହଣ୍ଡି,୩୦ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି କାନରା ବ୍ୟାଙ୍କ ସମ୍ମୁଖରେ ଏକ ଭଡ଼ା ଘରେ ରହୁଥିବା ଗର୍ଭବତୀ ସୁଜାତା ସେଠୀଙ୍କୁ ଅଧିକା ଯୌତୁକ ପାଇଁ ସ୍ବାମୀ ଓ ଶ୍ୱଶୁର ଘର ଲୋକେ ମିଳିମିଶି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ବାପା ସନ୍ତୋଷଙ୍କ ଏତଲାକୁ ଭିତ୍ତିକରି ଦିଗପହଣ୍ଡି ପୋଲିସ ନଂ. ୨୮୮/୨୦ ଅନୁଯାୟୀ ସୋମବାର ସୁଜାତାଙ୍କ ସ୍ବାମୀ ଚିତ୍ତରଞ୍ଜନ ସେଠୀଙ୍କୁ ଗିରଫ କରିଛି। ମଙ୍ଗଳବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।
ପ୍ରକାଶ ଯେ, ବିଜୟ ପଦ୍ମନାଭପୁର ଗ୍ରାମର ସହଦେବ ସେଠୀଙ୍କ ପୁତ୍ର ଚିତ୍ତରଞ୍ଜନ ଗାଡ଼ି ଚାଳକ ଭାବେ କାମ କରନ୍ତି। ୨୦୧୭ରେ ସେହି ଗାଁର ସୁଜାତାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଚିତ୍ତରଞ୍ଜନ ଅପହରଣ କରିଥିବା ଅଭିଯୋଗ ହୋଇଥିଲା। ପରେ ସୁଜାତାଙ୍କୁ ସେ ଗୋକର୍ଣ୍ଣପୁର ଗ୍ରାମର ଏକ ଭଡ଼ା ଘର ନେଇ ରଖିଥିଲେ। ଉଭୟ ପରିବାର ସହମିତିରେ ସେମାନଙ୍କ ବିବାହ ହୋଇଥିଲା। ସ୍ବାମୀ ଓ ଶ୍ୱଶୁର ଘର ଲୋକଙ୍କ ଦାବି ମୁତାବକ ସମସ୍ତ ଯୌତୁକ ଦିଆଯାଇଥିଲା। କିଛି ଦିନ ଭଲରେ ରହିବା ପରେ ଅଧିକା ଯୌତୁକ ପାଇଁ ସ୍ବାମୀ ଓ ଶ୍ୱଶୁର ଘର ଲୋକେ ସୁଜାତାଙ୍କୁ ନିର୍ଯାତନା ଦେଉଥିଲେ। ଏ ନେଇ ସୁଜାତା ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ପୋଲିସ ଉଭୟ ପରିବାର ଲୋକଙ୍କ ଉପସ୍ଥିତିରେ ସ୍ବାମୀ – ସ୍ତ୍ରୀଙ୍କ ମଧ୍ୟରେ ଆପୋଷ ସମାଧାନ କରିଥିଲା। ସୁଜାତା ଗର୍ଭବତୀ ଥିବା ବେଳେ ଗତ ରବିବାର ତାଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ସୋମବାର ସକାଳେ ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ରନାଥ ମୁର୍ମୁ, ସ୍ଥାନୀୟ ଅତିରିକ୍ତ ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରମେଶ ଚନ୍ଦ୍ର ବେହେରାଙ୍କ ଉପସ୍ଥିତିରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ରବିବାର ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ପାଟି ତୁଣ୍ଡ ହୋଇଥିଲା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ଆଇଆଇସି କହିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri