ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିଲେ: ୧୮ ଦିନ ପରେ ମୃତଦେହ ଉଦ୍ଧାର, ଅଭିଯୁକ୍ତ ସ୍ବାମୀଙ୍କ ସହ ୫ ଅଟକ

ସମ୍ବଲପୁର,୧୮।୧ (ବ୍ୟୁରୋ)- ସମ୍ବଲପୁର ଜିଲା ଧନୁପାଲି ଥାନା ବାହାଲପଡାରେ ଜଣେ ମହିଳାଙ୍କୁ ହତ୍ୟା କରିବା ପରେ ସ୍ବାମୀ ପୋତି ଦେଇଥିଲେ। ଶନିବାର ପୋଲିସ ମାଟି ତଳୁ ତାଙ୍କ ମୃତଦେହକୁ ଉଦ୍ଧାର କରି ଅଭିଯୁକ୍ତ ସ୍ବାମୀ କୁନାଲ ସିଂଙ୍କ ସହ ୫ଜଣଙ୍କୁ ଅଟକ ରଖିଛି। ମୃତ ମହିଳା ହେଲେ ଆରତୀ ଦେବୀ (୨୦)।

ସୂଚନାନୁଯାୟୀ, ଡିସେମ୍ବର ୩୧ରୁ ଆରତୀ ନିଖୋଜ ଥିଲେ। ବାପା ସତେନ୍ଦ୍ର ସିଂ ଝିଅକୁ ହତ୍ୟା କରିଥିବା ନେଇ ଜାନୁୟାରୀ ୩ ତାରିଖରେ ଧନୁପାଲି ଥାନାରେ ଅଭିଯୋଗ କରିଥିଲେ। ଜାନୁୟାରୀ ୯ରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଅଭିଯୁକ୍ତ କୁନାଲଙ୍କ ବନ୍ଦ ପଡିଥିବା ଘର ଭିତରେ ମାଟି ଖୋଳା ଯାଇଥିଲା। ହେଲେ ଆରତୀଙ୍କ ମୃତଦେହ ସେମାନେ ପାଇ ନ ଥିଲେ। ହେଲେ ଘର ସମ୍ମୁଖରେ ଥିବା ଏକ ଅଟୋରୁ ରକ୍ତାଛିଟା ଥିବା ଲୁହା ରଡ ପୋଲିସ ଜବତ କରିଥିଲା । ସେ ସମୟରେ ପୋଲିସ ଆରତୀଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରିଥିଲା । ପୋଲିସର ୪ଟି ଟିମ ଗଠନ କରି ରାଜ୍ୟ ବାହାରକୁ ତଦନ୍ତ ପାଇଁ ଯାଇଥିଲେ । ସେଠାରେ ଅଭିଯୁକ୍ତ କୁନାଲ ଓ ତାଙ୍କ ପରିବାରକୁ ଗିରଫ କରିବା ପରେ ସମସ୍ତ ତଥ୍ୟ ସାମନାକୁ ଆସିଥିଲା। ନିଖୋଜ ହେବାର ୧୮ଦିନ ପରେ ଶନିବାର ମାଟି ଖୋଳିି ପୋଲିସ ଆରତୀଙ୍କ ମୃତଦେହ ଉଦ୍ଧାର କରିଛି। ତାଙ୍କୁ ହତ୍ୟା କରିବା ପରେ ଘରୁ ୫ କିମି ଦୂର ବାଗୁଡିଆ ଆମ୍ବବୁରେଇଠାରେ ଅଭିଯୁକ୍ତ ସ୍ବାମୀ କୁନାଲ ପୋତି ଦେଇଥିବା ପୋଲିସ କହିଛି। ଏହି ଘଟଣାରେ କୁନାଲଙ୍କ ସମେତ ପରିବାରର ୫ଜଣ ସଦସ୍ୟଙ୍କୁ ଅଟକ ରଖାଯାଇଛି । ଘଟଣାସ୍ଥଳରୁ ୨ଟି କୋଢ଼ି, ଶାବଳ ଓ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି। ଅଭିଯୁକ୍ତ କୁନାଲଙ୍କ ସୂଚନା ଅନୁସାରେ ଜାଗା ଚିହ୍ନଟ କରି ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ମାଟି ଖୋଳା ଯାଇଥିଲା । ଘଟଣା ସ୍ଥଳରେ ସାଇଣ୍ଟିଫିକ୍‌ ଟିମ ପହଞ୍ଚତ୍ ବିଭିନ୍ନ ନମୁନା ସଂଗ୍ରହ କରିଛନ୍ତି । ଅତିରିକ୍ତ ଏସ୍‌ପି ପିକେ ମହାପାତ୍ର, ଏସ୍‌ଡିପିଓ ତପନ କୁମାର ମହାନ୍ତିଙ୍କ ସମେତ ପୋଲିସ ଟିମ ଉପସ୍ଥିତ ରହିଥିଲେ । ମୃତ ଆରତୀଙ୍କ ପରିବାର ବିହାରରୁ ଆସିଲା ପରେ ଶବ ବ୍ୟବଚ୍ଛେଦ କରାଯିବ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

୨-୧ରେ ସିରିଜ୍‌ ଜିତିଲା ଇଂଲଣ୍ଡ

ଲଡର୍‌ସ,୧୯ା୭: ରୋହିତ ଶର୍ମାଙ୍କ ଶତକ ସତ୍ତ୍ୱେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଭାରତ ୨୭ ରନରେ ଇଂଲଣ୍ଡଠାରୁ ପରାସ୍ତ ହୋଇଛି। ଏହି ବିଜୟ…

ଶାନ୍ତି ଚୁକ୍ତିରୁ ଓହରିଲା ଇରାନ, ଏବେ ତୀବ୍ର ହେବ ଲଢ଼େଇ

ଦୁବାଇ,୧୯।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ସଂଘର୍ଷ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଦୁଇଦେଶ ମଧ୍ୟରେ ଗୋଟିଏ ମାସ ପୂର୍ବରୁ ସ୍ବାକ୍ଷରିତ ହୋଇଥିବା…

ଲର୍ଡସରେ ରୋହିତଙ୍କ ଐତିହାସିକ ଶତକ

ଲଡର୍‌ସ,୧୯ା୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ରବିବାର ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ରୋହିତ ଶର୍ମା ଐତିହାସିକ ଶତକିୟ ଇନିଂସ ଖେଳିଛନ୍ତି। ରୋହିତ ୧୦୭ ବଲ୍‌…

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ

ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri