Posted inଜାତୀୟ

ସ୍ତ୍ରୀଙ୍କ ଅଭିମାନ ଭାଙ୍ଗିବା ପାଇଁ ହାତ ଆଙ୍ଗୁଳି କାଟି ୬୦ କିମି ସାଇକେଲ ଚଳାଇ ଶ୍ୱଶୁର ଘରେ ପହଞ୍ଚିଲେ ସ୍ବାମୀ

ରାୟପୁର,୨୫।୪: ଛତିଶଗଡ଼ କୋରବା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ରଜଗାମାର ଥାନା ଅଞ୍ଚଳରେ ଥିବା ଔରାଇ ଗାଁରେ ମୁକୁନ୍ଦ ନାମକ ଜଣେ ଯୁବକ ସାଧାରଣ ଘରୋଇ କଳିରୁ ବାପଘରକୁ ଚାଲି ଯାଇଥିବା ସ୍ତ୍ରୀ ଜ୍ୟୋତିଙ୍କ ଅଭିମାନ ଭାଙ୍ଗିବା ଏବଂ ମନାଇ ଘରକୁ ଫେରାଇ ଆଣିବା ପାଇଁ ଦେଇଛନ୍ତି ପ୍ରେମ ପରୀକ୍ଷା। ନିଜ ହାତ ଆଙ୍ଗୁଳି କାଟି ଏହାକୁ ଏକ ପ୍ଲାଷ୍ଟିକ୍‌ ଡବାରେ ରଖି ମୁକୁନ୍ଦ ୬୦ କିଲୋମିଟର ଦୂର ଶ୍ୱଶୁର ଘର ବାସିନ୍‌ଖାରରେ ପହଞ୍ଚିଥିଲେ। ସେଠାରେ ଜ୍ୟୋତିଙ୍କୁ ଏହା ଦେଇ ଘର ବାହୁଡ଼ିବାକୁ ନେହୁରା ହୋଇଥିଲେ। ଘରେ ଦଉି ସନ୍ତାନ ମା’ ବାଟକୁ ଚାହିଁ ବସିଥିବା ମଧ୍ୟ କହିଥିଲେ। ତେବେ ଶ୍ୱଶୁର ଘର ଲୋକେ ମୁକୁନ୍ଦଙ୍କ ଏଭଳି ଅବସ୍ତା ଦେଖି ଭୟଭୀତ ହୋଇ ପୋଲିସ ଥାନା ପହଞ୍ଚିଥିଲେ। ପୋଲିସ ମୁକୁନ୍ଦଙ୍କ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିବା ସହିତ ଜ୍ୟୋତିଙ୍କୁ ବୁଝାସୁଝା କରି ଘରକୁ ପଠାଇ ଦେଇଛନ୍ତି। ଏହି ଘଟଣା ନେଇ ଏଠାରେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ବ୍ୟକ୍ତିଙ୍କୁ ଇଣ୍ଟରଭ୍ୟୁ ଦେବାରୁ ହାରିଗଲେ ଛତିଶଗଡ ମୁଖ୍ୟମନ୍ତ୍ରୀ ବାଘେଲ, ପଞ୍ଜାବ ପୂର୍ବ ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ ମଧ୍ୟ ହୋଇଥିଲା ସମଦଶା, ଭାଇରାଲ ହେଉଛି ଇଣ୍ଟରଭ୍ୟୁ ଭିଡିଓ

ନୂଆଦିଲ୍ଲୀ,୫।୧୨: ଫାଇନାଲ ମ୍ୟାଚ ପୁର୍ବରୁ ସେମିଫାଇନାଲ ମ୍ୟାଚରେ ଫେଲ ମାରିଛି କଂଗ୍ରେସ। କଂଗ୍ରେସର ଗଡ କୁହାଯାଉଥିବା ଛତିଶଗଡରେ ଏଥରର ବିଧାନସଭା ନିର୍ବାଚନରେ ଧରାଶାୟୀ ହୋଇଛି। ଯାହାକୁ...

Video: ଜୟପୁରରେ କର୍ନି ସେନା ସଭାପତି ସୁଖଦେବ ସିଂଙ୍କୁ ହତ୍ୟା, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଦେଇଥିଲା ଧମକ

ନୂଆଦିଲ୍ଲୀ,୫।୧୨: ରାଜସ୍ଥାନର ରାଜଧାନୀ ଜୟପୁରରେ ରାଷ୍ଟ୍ରୀୟ କର୍ନି ସେନା ଅଧ୍ୟକ୍ଷ ସୁଖଦେବ ସିଂ ଗୋଗାମେଦିଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି ଅଜଣା ଦୁର୍ବୁତ୍ତ। ଦିନ ଦିପ୍ରହରରେ...

ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମିଗଜୋମ’: ୯୦ରୁ ୧୧୦ କି.ମି. ମଧ୍ୟରେ ବୋହୁଛି ପବନ

ହାଇଦ୍ରାବାଦ୍‌,୫।୧୨: ବାତ୍ୟା ‘ମିଗଜୋମ’ ଭୀଷଣ ରୂପ ନେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମରେ ସ୍ଥଳଭାଗ ଛୁଇଁଛି। ସ୍ଥଳଭାଗ ଛୁଇଁବା ପରେ ବାତ୍ୟାର ବେଗ...

ଇଣ୍ଡିଆ ଗଠବନ୍ଧନ ବୈଠକ ସ୍ଥଗିତ, ମମତା-ନୀତୀଶ-ଅଖିଲେଶ ଯୋଗ ଦେବାକୁ ମନା କରିବା ପରେ ନିଷ୍ପତ୍ତି

ନୂଆଦିଲ୍ଲୀ,୫।୧୨: ବୁଧବାର ଦିନ ଧାର୍ଯ୍ୟ ହୋଇଥିବା ବିରୋଧୀ ଗୋଷ୍ଠୀଙ୍କ ଇଣ୍ଡିଆ ମେଣ୍ଟ’ର ବୈଠକ ସ୍ଥଗିତ ରଖାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖର୍ଗେ ଏହି ବୈଠକ ଡିସେମ୍ବର...

”ସେମାନେ ଅହଂକାର, ମିଛ, ନିରାଶା ଏବଂ ଅଜ୍ଞତାକୁ ନେଇ ଖୁସି ହେବା ଉଚିତ୍”, ପୁଣି ବିରୋଧୀଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୧୨: ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ସମାପ୍ତ ହୋଇଛି। ହିନ୍ଦୀ ହାର୍ଟଲ୍ୟାଣ୍ଡକୁ ଭାଜପା ସମ୍ପୂର୍ଣ୍ଣ ଭାବେ କବଜା କରିଛି। ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ...

ରେବନ୍ଥ ରେଡ୍ଡୀ ହେବେ ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ, ବୁଧବାର ନେଇପାରନ୍ତି ଶପଥ

ହାଇଦ୍ରାବାଦ, ୫।୧୨: ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ ରାଜ୍ୟ କଂଗ୍ରେସ ସଭାପତି ରେବନ୍ଥ ରେଡ୍ଡୀ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କଂଗ୍ରେସ ହାଇକମାଣ୍ଡ ଏହି ନିଷ୍ପତ୍ତି...

‘ଇଣ୍ଡିଆ’ ମେଣ୍ଟରେ ଫାଟ! ବୈଠକରେ ଯୋଗଦେବେନି ଅଖିଳେଶ

ନୂଆଦିଲ୍ଲୀ,୫।୧୨: ଡିସେମ୍ବର ୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆ’ରେ ଫାଟ ସୃଷ୍ଟି ହୋଇଛି। ଏହି ବୈଠକରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ...

ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ପାଇଁ ବଡ଼ ସୁବିଧା ଦେବେ ସରକାର

ନୂଆଦିଲ୍ଲୀ,୫।୧୨: ସଡ଼କ ଦୁର୍ଘଟଣାରେ ଅଧିକାଂଶ ମୃତ୍ୟୁ ଚିକିତ୍ସାରେ ବିଳମ୍ବ ହେତୁ ଘଟିଥାଏ। ଏହି ଗମ୍ଭୀର ପ୍ରସଙ୍ଗକୁ ଧ୍ୟାନରେ ରଖି ସରକାର ଶୀଘ୍ର ସଡ଼କ ଦୁର୍ଘଟଣା ମାମଲାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri