Posted inଜାତୀୟ

ସ୍ତ୍ରୀଙ୍କ ପାଇଁ ପ୍ରଚାର କଲେ ଶତ୍ରୁଘ୍ନ ସିହ୍ନା: କଂଗ୍ରେସ କହିଲା, ପ୍ରଥମେ ଦଳୀୟ ଧର୍ମ ନିଭାନ୍ତୁ

ଲକ୍ଷ୍ନୌ, ୧୮।୪: ଭାଜପା ଛାଡି କଂଗ୍ରେସରେ ଯୋଗଦେବାର ମାସେ ନ ପୂରୁଣ ଶତ୍ରୁଘ୍ନ ସିହ୍ନାଙ୍କ ନାଁରେ ଦଳରେ ବିରୋଧାଭାସ ଉଠିଛି। କଂଗ୍ରେସରେ ଥାଇ ଲକ୍ଷ୍ନୌ ଲୋକ ସଭା ଆସନରୁ ସମାଜବାଦୀ ପାର୍ଟି ପକ୍ଷରୁ ପ୍ରାର୍ଥୀ ହୋଇଥିବା ସ୍ତ୍ରୀ ପୁନମଙ୍କ ପାଇଁ ଭୋଟ ପ୍ରଚାର କରିବାକୁ ନାପସନ୍ଦ କରିଛନ୍ତି ଦଳର କିଛି ନେତା। ପୁନମଙ୍କ ବିରୋଧରେ ଲଢୁଥିବା କଂଗ୍ରେସର ଆଚାର୍ଯ୍ୟ ପ୍ରମୋଦ କୃଷ୍ଣନ ଏହାକୁ ବିରୋଧ କରି କହିଛନ୍ତି, ଶତ୍ରୁଘ୍ନ ସିହ୍ନା ପ୍ରଥମେ ଦଳୀୟ ଧର୍ମ ନିଭାନ୍ତୁ। ଗୋଟିଏ ଦଳରେ ଥାଇ ଅନ୍ୟ ଦଳ ପାଇଁ ପ୍ରଚାର କରିବା ଦଳବିରୋଧୀ କାର୍ଯ୍ୟ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଭାଜପା ଛାଡି କଂଗ୍ରେସରେ ଯୋଗଦେବା ପରେ ଦଳୀୟ ଟିକେଟରୁ ବିହାରର ପାଟନା ସାହେବ ଲୋକ ସଭା ଆସନରୁ ଶତ୍ରୁଘ୍ନ ଏଥର ନିର୍ବାଚନ ଲଢୁଛନ୍ତି। କିନ୍ତୁ ତାଙ୍କ ସ୍ତ୍ରୀ ପୁନମ ସମାଜବାଦୀ ପାର୍ଟିରେ ଯୋଗଦେଇ ଲକ୍ଷ୍ନୌ ଲୋକ ସଭା ଆସନରୁ ଗୃହମନ୍ତ୍ରୀ ରାଜନାଥ ସିଂଙ୍କ ବିରୋଧରେ ଲଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ବ୍ୟକ୍ତିଙ୍କୁ ଇଣ୍ଟରଭ୍ୟୁ ଦେବାରୁ ହାରିଗଲେ ଛତିଶଗଡ ମୁଖ୍ୟମନ୍ତ୍ରୀ ବାଘେଲ, ପଞ୍ଜାବ ପୂର୍ବ ମୁଖ୍ୟମନ୍ତ୍ରୀ ଚନ୍ନିଙ୍କ ମଧ୍ୟ ହୋଇଥିଲା ସମଦଶା, ଭାଇରାଲ ହେଉଛି ଇଣ୍ଟରଭ୍ୟୁ ଭିଡିଓ

ନୂଆଦିଲ୍ଲୀ,୫।୧୨: ଫାଇନାଲ ମ୍ୟାଚ ପୁର୍ବରୁ ସେମିଫାଇନାଲ ମ୍ୟାଚରେ ଫେଲ ମାରିଛି କଂଗ୍ରେସ। କଂଗ୍ରେସର ଗଡ କୁହାଯାଉଥିବା ଛତିଶଗଡରେ ଏଥରର ବିଧାନସଭା ନିର୍ବାଚନରେ ଧରାଶାୟୀ ହୋଇଛି। ଯାହାକୁ...

Video: ଜୟପୁରରେ କର୍ନି ସେନା ସଭାପତି ସୁଖଦେବ ସିଂଙ୍କୁ ହତ୍ୟା, ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଦେଇଥିଲା ଧମକ

ନୂଆଦିଲ୍ଲୀ,୫।୧୨: ରାଜସ୍ଥାନର ରାଜଧାନୀ ଜୟପୁରରେ ରାଷ୍ଟ୍ରୀୟ କର୍ନି ସେନା ଅଧ୍ୟକ୍ଷ ସୁଖଦେବ ସିଂ ଗୋଗାମେଦିଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି ଅଜଣା ଦୁର୍ବୁତ୍ତ। ଦିନ ଦିପ୍ରହରରେ...

ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମିଗଜୋମ’: ୯୦ରୁ ୧୧୦ କି.ମି. ମଧ୍ୟରେ ବୋହୁଛି ପବନ

ହାଇଦ୍ରାବାଦ୍‌,୫।୧୨: ବାତ୍ୟା ‘ମିଗଜୋମ’ ଭୀଷଣ ରୂପ ନେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମରେ ସ୍ଥଳଭାଗ ଛୁଇଁଛି। ସ୍ଥଳଭାଗ ଛୁଇଁବା ପରେ ବାତ୍ୟାର ବେଗ...

ଇଣ୍ଡିଆ ଗଠବନ୍ଧନ ବୈଠକ ସ୍ଥଗିତ, ମମତା-ନୀତୀଶ-ଅଖିଲେଶ ଯୋଗ ଦେବାକୁ ମନା କରିବା ପରେ ନିଷ୍ପତ୍ତି

ନୂଆଦିଲ୍ଲୀ,୫।୧୨: ବୁଧବାର ଦିନ ଧାର୍ଯ୍ୟ ହୋଇଥିବା ବିରୋଧୀ ଗୋଷ୍ଠୀଙ୍କ ଇଣ୍ଡିଆ ମେଣ୍ଟ’ର ବୈଠକ ସ୍ଥଗିତ ରଖାଯାଇଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖର୍ଗେ ଏହି ବୈଠକ ଡିସେମ୍ବର...

”ସେମାନେ ଅହଂକାର, ମିଛ, ନିରାଶା ଏବଂ ଅଜ୍ଞତାକୁ ନେଇ ଖୁସି ହେବା ଉଚିତ୍”, ପୁଣି ବିରୋଧୀଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୧୨: ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ସମାପ୍ତ ହୋଇଛି। ହିନ୍ଦୀ ହାର୍ଟଲ୍ୟାଣ୍ଡକୁ ଭାଜପା ସମ୍ପୂର୍ଣ୍ଣ ଭାବେ କବଜା କରିଛି। ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ...

ରେବନ୍ଥ ରେଡ୍ଡୀ ହେବେ ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ, ବୁଧବାର ନେଇପାରନ୍ତି ଶପଥ

ହାଇଦ୍ରାବାଦ, ୫।୧୨: ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ ରାଜ୍ୟ କଂଗ୍ରେସ ସଭାପତି ରେବନ୍ଥ ରେଡ୍ଡୀ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କଂଗ୍ରେସ ହାଇକମାଣ୍ଡ ଏହି ନିଷ୍ପତ୍ତି...

‘ଇଣ୍ଡିଆ’ ମେଣ୍ଟରେ ଫାଟ! ବୈଠକରେ ଯୋଗଦେବେନି ଅଖିଳେଶ

ନୂଆଦିଲ୍ଲୀ,୫।୧୨: ଡିସେମ୍ବର ୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆ’ରେ ଫାଟ ସୃଷ୍ଟି ହୋଇଛି। ଏହି ବୈଠକରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ...

ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ପାଇଁ ବଡ଼ ସୁବିଧା ଦେବେ ସରକାର

ନୂଆଦିଲ୍ଲୀ,୫।୧୨: ସଡ଼କ ଦୁର୍ଘଟଣାରେ ଅଧିକାଂଶ ମୃତ୍ୟୁ ଚିକିତ୍ସାରେ ବିଳମ୍ବ ହେତୁ ଘଟିଥାଏ। ଏହି ଗମ୍ଭୀର ପ୍ରସଙ୍ଗକୁ ଧ୍ୟାନରେ ରଖି ସରକାର ଶୀଘ୍ର ସଡ଼କ ଦୁର୍ଘଟଣା ମାମଲାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri