ସ୍ତ୍ରୀଙ୍କ ଶାଢ଼ିରେ ଝୁଲି ଆତ୍ମହତ୍ୟା କଲେ ସ୍ବାମୀ: ଦ୍ୱିତୀୟ ବିବାହକୁ କେନ୍ଦ୍ରକରି ଲାଗି ରହିଥିଲା ଅଶାନ୍ତି

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ସ୍ବାମୀଙ୍କ ଦ୍ୱିତୀୟ ବିବାହକୁ କେନ୍ଦ୍ର କରି ପରିବାରରେ ଲାଗି ରହିଥିବା ଅଶାନ୍ତି ଶେଷରେ ଉଗ୍ର ରୂପ ନେଇଛି। ସ୍ତ୍ରୀଙ୍କ ପିନ୍ଧା ଶାଢ଼ୀରେ ଝୁଲି ଆତ୍ମହତ୍ୟା କରିଛନ୍ତି ସ୍ବାମୀ। ଶହୀଦନଗର ଥାନା ତ୍ରିନାଥ ବସ୍ତି ଅଞ୍ଚଳରେ ଏମିତି ଏକ ଅଭାବନୀୟ ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ଅନୁଗୋଳ ଜିଲା ସୌଭାଗ୍ୟନଗର ଅଞ୍ଚଳର କାଳିଆ ବାହାଦୂର ସାଏ(୨୬)। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଘର କବାଟ ଭାଙ୍ଗି ମୃତଦେହକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା (ନଂ.୮୧/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି।
ପୋଲିସ ସୂଚନା ମୁତାବକ, କାଳିଆ ତ୍ରିନାଥ ବସ୍ତି ଅଞ୍ଚଳରେ ରହି ମଞ୍ଚେଶ୍ୱରସ୍ଥିତ ଏକ ଜାଲ କମ୍ପାନୀରେ କାର୍ଯ୍ୟ କରୁଥିଲେ। ସେଠାରେ କାର୍ଯ୍ୟରତ ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ଗଢି ଉଠିବା ପରେ ତାଙ୍କୁ ୪ ବର୍ଷ ତଳେ ବିବାହ କରିଥିଲେ। ମାତ୍ର ତାଙ୍କର କୌଣସି ସନ୍ତାନ ନ ହେବାରୁ କାଳିଆ ଆଉଜଣେ ଯୁବତୀଙ୍କୁ ବିବାହ କରିଥିଲେ। ତାଙ୍କୁ ଉକ୍ତ ବସ୍ତିର ଅନ୍ୟ ଏକ ଘରେ ରଖିଥିଲେ। ଇତି ମଧ୍ୟରେ ଦ୍ୱିତୀୟ ସ୍ତ୍ରୀ ୪ ମାସର ଗର୍ଭବତୀ ଅଛନ୍ତି। ତେବେ ଦ୍ୱିତୀୟ ବିବାହ ଓ ଆର୍ଥିକ ସମସ୍ୟାକୁ ନେଇ ପରିବାରର ବହୁ ସମୟରେ ଝଗଡ଼ା ଲାଗୁଥିଲା। ମଙ୍ଗଳବାର ସନ୍ଧ୍ୟାରେ ପ୍ରଥମ ସ୍ତ୍ରୀ ଓ କାଳିଆଙ୍କ ମଧ୍ୟରେ ପରିବାର ଭରଣ ପୋଷଣକୁ ନେଇ ଝଗଡା ହୋଇଥିଲ। କାଳିଆ ତାଙ୍କୁ ଘର ଛାଡି ଚାଲିଯିବାକୁ କହିବା ପରେ ସେ ଚାଲିଯାଇଥିଲେ। ବୁଧବାର ସକାଳେ ଦ୍ୱିତୀୟ ସ୍ତ୍ରୀ କାଳିଆଙ୍କୁ ବାରମ୍ବାର ଫୋନ୍‌ କରିଥିଲେ ମଧ୍ୟ ସେ ଉଠାଇ ନ ଥିଲେ। ତାଙ୍କ ଘର ନିକଟରେ ପହଞ୍ଚତ୍ କବାଟ ଭିତରପଟୁ ବନ୍ଦ ଥିବା ଦେଖି ବାଡେଇଥିଲେ। କବାଟ ନ ଖୋଲିବାରୁ ସେ ପଡୋଶୀଙ୍କୁ ଡାକିବା ସହ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ କବାଟ ଭାଙ୍ଗିବା ପରେ କାଳିଆ ଏକ ଶାଢ଼ିକୁ ବେକରେ ବାନ୍ଧି ଆଜ୍‌ବେଷ୍ଟସ୍‌ ଘରର ଓରାରେ ଝୁଲିପଡ଼ିଥିବା ଦେଖିବାକୁ ମିଳିଥିଲା। ପୋଲିସ ତୁରନ୍ତ ତାଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ସେଠାରେ ଡାକ୍ତର କାଳିଆଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ କାଳିଆଙ୍କ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲରେ ପହଞ୍ଚତ୍ଥିଲେ। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri