ସ୍ତ୍ରୀଙ୍କ ସ୍ମୃତିରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ମନ୍ଦିର ନିର୍ମାଣ କଲେ ସ୍ବାମୀ

ଜୟପୁର,୧୪।୧୦: ଦୁଇ ମାସ ପୂର୍ବରୁ ରାଜସ୍ଥାନ ସିକର ଜିଲାର ଫତେହପୁରରେ ଏକ ସଡ଼କ ଦୁର୍ଘଟଣାରେ ହରିୟାଣାର ଜିତେନ୍ଦ୍ର ନାମକ ଜଣେ ବ୍ୟକ୍ତିଙ୍କ(୫୪) ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିଲା। ସ୍ତ୍ରୀଙ୍କ ମୃତ୍ୟୁ ପରେ ତାଙ୍କ ସ୍ମୃତିରେ ଦୁର୍ଘଟଣା ଘଟିଥିବା ସ୍ଥାନରେ ଜିତେନ୍ଦ୍ର ଏକ ମନ୍ଦିର ନିର୍ମାଣ କରିଛନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୧୬ରେ ଜିତେନ୍ଦ୍ର ଓ ତାଙ୍କ ପରିବାରର ସମସ୍ତ ସଦସ୍ୟ ଜିନ୍ଦରୁ ସାଲାସର ବାଲାଜୀ ମନ୍ଦିର ଦର୍ଶନ ପାଇଁ ୨ଟି କାର୍‌ରେ ଯାଇଥିଲେ। ଗୋଟିଏ କାର୍‌ରେ ଜିତେନ୍ଦ୍ର,ବଡ଼ ପୁଅ ବୋହୂ ଓ ନାତି ଥିବା ବେଳେ ଅନ୍ୟଟିରେ ତାଙ୍କ ସ୍ତ୍ରୀ, ସାନ ପୁଅ ଓ ବୋହୂ ଥିଲେ। ଫତେହପୁର ନିକଟରେ ଏକ କ୍ୟାଣ୍ଟର ଜିତେନ୍ଦ୍ରଙ୍କ ସ୍ତ୍ରୀ ଥିବା କାର୍‌କୁ ଧକ୍କା ଦେଇଥିଲା। ସେ ଗୁରୁତର ଆହତ ହୋଇଥିଲେ। ଆହତ ଅବସ୍ଥାରେ ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟପଟେ ସେଠାକାର ଲୋକଙ୍କ କହିବା କଥା ହେଲା ଆଖପାଖ ଅଞ୍ଚଳରୁ ୮ କିଲୋମିଟର ପର୍ଯ୍ୟନ୍ତ କୌଣସି ମନ୍ଦିର ନ ଥିବାରୁ ହରିୟାଣାରୁ ସାଲାସରକୁ ଯାଉଥିବା ଶ୍ରଦ୍ଧାଳୁ ପ୍ରାୟ ସମୟରେ ଏହି ହାଇଓ୍ବେ ଉପରେ ଦୁର୍ଘଟଣାର ଶିକାର ହୋଇଥାନ୍ତି। ତେଣୁ ଜିତେନ୍ଦ୍ର ଦୁର୍ଘଟଣା ଘଟୁଥିବା ସ୍ଥାନରେ ହନୁମାନଙ୍କ ଏକ ମନ୍ଦିର ତିଆରି କରିବା ପାଇଁ ଚିନ୍ତା କରିଥିଲେ। ଆଉ ଏଥିପାଇଁ ସ୍ଥାନୀୟ ହୋଟେଲ ମାଲିକ ନିଜର ଜମି ଦାନ କରି ତାଙ୍କୁ ସାହାଯ୍ୟର ହାତ ବଢ଼ାଇଥିଲେ। ଏହାପରେ ସେଠାରେ ସେ ଏକ ମନ୍ଦିର ନିର୍ମାଣ କରିଛନ୍ତି। ରବିବାର ସ୍ଥାନୀୟ ପୋଲିସ ଓ ପରିବାରର ଉପସ୍ଥିତିରେ ଜିତେନ୍ଦ୍ର ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Test news 2

Test news 2

Test new post

Test new post

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri