Posted inଜାତୀୟ

ସ୍ଥଗିତାଦେଶକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୨୧ା୧(ପି.ଟି.): ରାଜନୈତିକ ଦଳଗୁଡିକର ପାଣ୍ଠି ସଂଗ୍ରହ ପାଇଁ ରହିଥିବା ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ଉପରେ ଅନ୍ତରୀଣ ସ୍ଥଗିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ଏଥିସହିତ କେନ୍ଦ୍ର ସରକାର ଓ ନିର୍ବାଚନ କମିଶନଙ୍କଠାରୁ ଅଦାଲତ ଜବାବ ଲୋଡ଼ିଛନ୍ତି। ଦୁଇ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ, ଜଷ୍ଟିସ୍‌ ବି.ଆର୍‌. ଗଭାଇ ଏବଂ ସୂର୍ଯ୍ୟକାନ୍ତଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଇଲେକ୍ଟୋରାଲ ବଣ୍ଡ ଯୋଜନା ଉପରେ ସ୍ଥଗିତାଦେଶ ଜାରି ଲାଗି ‘ଆସୋସିଏଶନ ଫର ଡୋମୋକ୍ରାଟିକ୍‌ ରିଫର୍ମସ’ (ଏଡିଆର୍‌) ପକ୍ଷରୁ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା। ଏହି ଯୋଜନା ମାଧ୍ୟମରେ ଅଘୋଷିତ କଳାଧନ ଶାସକ ଦଳ ପାଣ୍ଠିକୁ ଯାଉଥିବା ଏନ୍‌ଜିଓ ପକ୍ଷରୁ ଓକିଲ ପ୍ରଶାନ୍ତ ଭୂଷଣ ଅଭିଯୋଗ କରିଥିଲେ। ନିର୍ବାଚନ କମିଶନଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରାକେଶ ଦ୍ୱିବେଦୀ ଉପସ୍ଥିତ ରହି ଜବାବ ଦାଖଲ ପାଇଁ ୪ ସପ୍ତାହ ସମୟ ମାଗିଥିଲେ। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଇଲେକ୍ଟୋରାଲ ବଣ୍ଡ ବିକ୍ରି ନିମନ୍ତେ ସରକାର ୧୦ ଦିନ ସମୟ ଦେଇଛନ୍ତି। ୨୦୧୮ ଜାନୁୟାରୀ ୨ରେ ଇଲେକ୍ଟୋରାଲ ବଣ୍ଡ ଯୋଜନା ପ୍ରଚଳନ ଲାଗି ସରକାର ବିଜ୍ଞପ୍ତି ପ୍ରକାଶ କରିଥିଲେ। ରାଜନୈତିକ ଦଳଙ୍କୁ ଚାନ୍ଦା ଦେବାକୁ ଚାହୁଁଥିବା ଜଣେ ଭାରତୀୟ କିମ୍ବା ଭାରତରେ ଥିବା କୌଣସି ସଂସ୍ଥା ଏହି ବଣ୍ଡ୍‌ କିଣିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ଦ୍ୱନ୍ଦ୍ୱରେ ପଡିଲେ ଚାଇନା- ପାକିସ୍ତାନ

ନୂଆଦିଲ୍ଲୀ,୧୧।୪: ଆଧୁନିକ ଯୁଦ୍ଧରେ ଗୁପ୍ତ ପ୍ଲାଟଫର୍ମର ଗୁରୁତ୍ୱ ବହୁତ ବୃଦ୍ଧି ପାଇଛି। ଉନ୍ନତ ରାଡାର ସିଷ୍ଟମ ମଧ୍ୟ ଯୁଦ୍ଧ ଖେଳରେ ପରିବର୍ତ୍ତନ ଆଣିବାକୁ ବାଧ୍ୟ କରୁଛି। ଗୁପ୍ତ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri