ସ୍ଥାନାନ୍ତର ହେବ ଜାରକା ମାଛ ମାର୍କେଟ

ଧର୍ମଶାଳା,୧୫।୪(ଡିଏନଏ): ଧର୍ମଶାଳା ବ୍ଲକ ଜାରକା ଗୋପବନ୍ଧୁ ଛକ ନିକଟରେ ଚାଲିଥିବା ନିତିଦିନିଆ ମାଛ ମାର୍କେଟ ସ୍ଥାନାନ୍ତର କରାଯିବାକୁ ପୋଲିସ ଓ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି କରାଯାଇଛି। ମାଛ ମାର୍କେଟଗୁଡିକରେ ଅଧିକ ଲୋକଙ୍କ ଗହଳି ଜମୁଥିବାରୁ ସାମାଜିକ ଦୂରତା ରକ୍ଷା କରିବା ସମ୍ଭବପର ହୋଇପାରୁ ନାହିଁ। ଏହାକୁ ଦୃଷ୍ଟିରେ ରଖି ଧର୍ମଶାଳା ପୋଲିସ ଓ ପ୍ରଶାସନ ପକ୍ଷରୁ ଜାରକା ଗୋପବନ୍ଧୁ ଛକରେ ଚାଲିଥିବା ମାଛ ମାର୍କେଟକୁ ଧର୍ମଶାଳା ମହୋତ୍ସବ ପଡ଼ିଆକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବରୁ ବଜାରର ବିଭିନ୍ନ ଛକରେ ବସି ବ୍ୟବସାୟ କରୁଥିବା ପରିବା ବ୍ୟବସାୟୀଙ୍କୁ ମହୋତ୍ସବ ପଡ଼ିଆକୁ ସ୍ଥାନାନ୍ତର କରାଯାଇଛି। ଏଠାରେ ବାଉଁଶର ବ୍ୟାରିକେଟ କରାଯାଇ ସାମାଜିକ ଦୂରତା ରକ୍ଷା କରି ଲୋକେ ପରିବା କିଣିବାର ବ୍ୟବସ୍ଥା କରାଯାଇଛି। ଏବେ ମାଛ ମାର୍କେଟକୁ ଏଠାରୁ ସ୍ଥାନାନ୍ତର କରାଯିବା ସହ ଲୋକେ ସାମାଜିକ ଦୂରତା ରକ୍ଷା କରି କିଣାବିକା କରିବା ପାଇଁ କୁହାଯାଇଛି। ବୁଧବାର ଏ ସମ୍ପର୍କରେ ପୋଲିସ ପକ୍ଷରୁ ମାଛ ବ୍ୟବସାୟୀଙ୍କୁ ଅବଗତ କରାଯାଇଛି। ଲକଡାଉନ ଶେଷ ହେବା ପର୍ଯ୍ୟନ୍ତ ମାଛ ବ୍ୟବସାୟୀମାନେ ଧର୍ମଶାଳା ମହୋତ୍ସବ ପଡ଼ିଆରେ ନିଜର ବ୍ୟବସାୟ ଚଳାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ୩୭୫ କେଜି ଜବତ କଲା ଅଡବା ପୋଲିସ

ମୋହନା,୮।୯( ମନ୍ମଥ ମିଶ୍ର ): ଅଡବା ପୋଲିସକୁ ପୁଣି ସଫଳତା ମିଳିଛି । ଜଙ୍ଗଲରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ଅଡବା ପୋଲିସର ପାଟ୍ରୋଲିଂ…

ଚୁଗୁଲି କରି ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ୬୭ ବର୍ଷୀୟା ମହିଳା: କରିସାରିଲେଣି ୨ ଘର, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ପଡ଼ୋଶୀଙ୍କ ଘରର ଖବର ରଖିବା କିମ୍ବା ଗାଁ-ସାହିରେ ଚୁଗୁଲି କରିବାକୁ ସାଧାରଣତଃ ସମୟ ନଷ୍ଟ ବୋଲି କୁହାଯାଏ। କିନ୍ତୁ କଲମ୍ବିଆର ଜଣେ ୬୭ ବର୍ଷୀୟ ବୃଦ୍ଧା ଏହି…

ଘରୁ ଆସୁଥିଲା ଦୁର୍ଗନ୍ଧ ଯାଇଁ ଦେଖିଲା ବେଳକୁ ପଡ଼ିଛି….

ବେଲପାହାଡ଼, ୮/୯ (ସୁବାସ ପ୍ରଧାନ): ଝାରସୁଗୁଡ଼ା ଜିଲା ବେଲପାହାଡ଼ ମହିଜୋର ଅଞ୍ଚଳର ଏକ ଘର ଭିତରୁ ମଙ୍ଗଳବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri