ସ୍ଥାୟୀ କର୍ମଚାରୀ ଦାବିରେ ପାଚିକାଙ୍କ ବିକ୍ଷୋଭ

ଭଦ୍ରକ ଅଫିସ, ୧୭।୬ – ମଧ୍ୟାହ୍ନଭୋଜନ କାର୍ଯ୍ୟରେ ନିୟୋଜିତ ଥିବା ପାଚିକାମାନଙ୍କୁ ସରକାରୀ ଭାବେ ସ୍ଥାୟୀ କର୍ମଚାରୀ ସମେତ ବିଭିନ୍ନ ଦାବି ନେଇ ସୋମବାର ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଜିଲାରେ କାର୍ଯ୍ୟରତ ଶତାଧିକ ପାଚିକା ସିଆଇଟିୟୁ ନେତୃତ୍ୱ ମଳୟ ଭୋଇ, ଶାନ୍ତିଲତା ନାୟକ, ମହେଶ୍ୱର ନାୟକ, ବିଷ୍ଣୁ ପ୍ରଧାନ, ସେକ୍‌ କମର, ଡ. ସୁଲୋଚନା ମଲ୍ଲିକ ଓ ଜୟଶ୍ରୀ ଜେନାଙ୍କ ନେତୃତ୍ୱରେ ସହର ପରିକ୍ରମା କରି ଜିଲାପାଳଙ୍କ ଅଫିସ ସମ୍ମୁଖରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସମସ୍ତଙ୍କୁ ୪ର୍ଥ ଶ୍ରେଣୀ କର୍ମଚାରୀ ମାନ୍ୟତା, ମାସକୁ ୧୮ ହଜାର ଟଙ୍କା ବେତନ, ସମାନ କାମକୁ ସମାନ ମଜୁରି ରାଜ୍ୟ ସରକାରଙ୍କ ଘୋଷଣା ଅନୁସାରେ ୨ ହଜାର ଟଙ୍କା ମାସିକ ବେତନ ତୁରନ୍ତ ପ୍ରଦାନ, ସମସ୍ତଙ୍କୁ ବର୍ଷକୁ ୨ ଖଣ୍ଡ ଶାଢ଼ି, ହାତଧୁଆ ଓ ଲୁଗାସଫା ଖର୍ଚ୍ଚ ବାବଦକୁ ମାସକୁ ୨ ଶହ ଟଙ୍କା, ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ଆଦି ଦାବି କରାଯାଇଛି। ସିଟୁ ନେତା ଦିବ୍ୟସିଂହ ନାୟକଙ୍କ ସଭାପତିତ୍ୱରେ ଜିଲାପାଳଙ୍କ ଅଫିସ ସାମ୍ନାରେ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଶ୍ରମିକନେତା ବିଷ୍ଣୁ ଦାଶ, ମଳୟ ଭୋଇ, ଦିଲୀପ ନାୟକ, ରାଧା ଦାସ ପ୍ରମୁଖ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନମାରଣ ନୀତିକୁ ତୀବ୍ର ନିନ୍ଦା କରିଥିଲେ। ଏମ୍‌ପି ଏବଂ ବିଧାୟକମାନଙ୍କର ଦରମା ବଢୁଥିବା ବେଳେ ସେମାନଙ୍କୁ ପେନ୍‌ସନ ମଧ୍ୟ ମିଳୁଛି। କିନ୍ତୁ ଶ୍ରମଜୀବୀ ମହିଳା ପାଚିକାମାନଙ୍କ ଉପରେ ଶୋଷଣକୁ ପ୍ରତିହତ କରିବା ପାଇଁ ଲଢ଼େଇ କରିବାକୁ ସେମାନେ ଆହ୍ବାନ ଦେଇଥିଲେ। ଶେଷରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଅତିରିକ୍ତ ଜିଲାପାଳ ଶ୍ୟାମଭକ୍ତ ମିଶ୍ରଙ୍କୁ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri