Posted inଖେଳ

ସ୍ଥିତି ଉପରେ ନଜର

ନୂଆଦିଲ୍ଲୀ, ୨୮ା୩ (ପି.ଟି.)- ସବୁଠାରୁ କ୍ଷମତାଶାଳୀ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ବୋର୍ଡର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ବସିଥିଲା। ଏହା ଟେଲିକନଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ଭାରତର ତରଫରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ପୂର୍ବତନ ସଭାପତି ଭାଗନେବେ ବୋଲି ପ୍ରଥମେ ଶୁଣାଯାଉଥିଲା। ମାତ୍ର ବର୍ତ୍ତମାନର ସଭାପତି ସୌରଭ ଗାଙ୍ଗୁଲି ଏଥିରେ ଦେଶ ତରଫରୁ ପ୍ରତିନିଧିତ୍ୱ କରିଥିଲେ।
କୋଭିଡ୍‌-୧୯ କେବଳ କ୍ରିକେଟ ନୁହେଁ ବିଶ୍ୱର ସମସ୍ତପ୍ରକାର କ୍ରୀଡ଼ା କାର୍ଯ୍ୟକଳାପକୁ ନିସ୍ତେଜ କରିଦେଇଛି। ଏହି ପରିପ୍ରେକ୍ଷୀରେ ଟି୨୦ ବିଶ୍ୱକପ୍‌ ଓ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ସମେତ ଆଇସିସି ଦ୍ୱାରା ପରିଚାଳିତ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକ ଲାଗି ବିଭିନ୍ନ ଆକସ୍ମିକ ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା। କରୋନା ଭାଇରସ୍‌ ସଂକ୍ରମଣ ଆଶଙ୍କା ଦୃଷ୍ଟିରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଅନ୍ତର୍ଗତ ବହୁ ଦ୍ୱିପାକ୍ଷିକ ଟେଷ୍ଟ ସିରିଜକୁ ଇତିମଧ୍ୟରେ ବାତିଲ କରିବାକୁ ହୋଇଛି। ବିଶ୍ୱ କ୍ରୀଡ଼ାରେ କରୋନା ଭାଇରସ୍‌ର ପ୍ରଭାବ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। କୋଭିଡ୍‌-୧୯ ମହାମାରୀର ଅଗ୍ରଗତି ଉପରେ ନିଜର ରଖାଯିବ। ପର୍ଯ୍ୟାୟକୁ ପର୍ଯ୍ୟାୟ ଅନୁଧ୍ୟାନ କରି ଅକସ୍ମିକ ଯୋଜନା ପ୍ରସ୍ତୁତ କରାଯିବ ବୋଲି ଆଇସିସି ମୁଖ୍ୟ କାର୍ଯ୍ୟନିର୍ବାହୀ ମନୁ ଶାହାନେ ପ୍ରକାଶ କରିଛନ୍ତି। ବୈଠକରେ ଟୁର୍ନାମେଣ୍ଟର କାର୍ଯ୍ୟସୂଚୀ କିମ୍ବା ସ୍ଥାନ ପରିବର୍ତ୍ତନ ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ। କରୋନା ଭାଇରସ୍‌ ସମ୍ପର୍କିତ ଦୃଶ୍ୟପଟ୍ଟକୁ ଭିତ୍ତି କରି ଆଇସିସି ଇଭେଣ୍ଟଗୁଡ଼ିକ ସମ୍ପର୍କରେ ଆଇସିସି ମ୍ୟାନେଜମେଣ୍ଟ ସଦସ୍ୟମାନଙ୍କ ମତାମତକୁ ନେଇ ତୁରନ୍ତ ପଦକ୍ଷେପ ନେବ। ଇଂଲଣ୍ଡ ଆଗକୁ ପାକିସ୍ତାନ ଓ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଘରୋଇ ସିରିଜ ଖେଳିବା କାର୍ଯ୍ୟକ୍ରମ ରହିଛି। ଯଦି ଏହା ସମ୍ଭବପର ନୁହେଁ ତେବେ ପଏଣ୍ଟ କିପରି ବଣ୍ଟାଯିବ ବୋଲି ବୋର୍ଡର ଜଣେ ସଦସ୍ୟ ପ୍ରଶ୍ନ କରିବାରୁ ଶାହାନେ କହିଥିଲେ। ଏ ବିଷୟରେ ନିଷ୍ପତ୍ତି ଟେକ୍‌ନିକାଲ କମିଟି ନେବ। ସହମତି ଭିତ୍ତିରେ ଏହି ସମସ୍ୟାର ସମାଧାନ କରାଯାଇ ପାରେ। ବୋର୍ଡର କେତେଜଣ ସଦସ୍ୟ କହିଥିଲେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍‌ ଅକ୍ଟୋବରରେ ଖେଳାଯିବା କାର୍ଯ୍ୟକ୍ରମ ରହିଛି। ଏହା ପ୍ରତି ବିପଦ ଥିବା ଭଳି ମନେ ହେଉ ନାହିଁ। କାରଣ ଆହୁରି ଅନେକ ଦିନ ବାକି ରହିଛି। ଜୁନ୍‌ରେ ଯଦି ପରିସ୍ଥିତି ନିୟନ୍ତ୍ରଣକୁ ଚାଲି ଆସେ ତେବେ ବିଭିନ୍ନ ପ୍ରସ୍ତାବକୁ ବିଚାର କରି ନିର୍ଦ୍ଦିଷ୍ଟ ଯୋଜନା ପ୍ରସ୍ତୁତ କରିବାକୁ ପଡ଼ିବ ବୋଲି ଜଣେ ସିନିୟର ଅଫିସିଆଲ କହିଛନ୍ତି। ବୋର୍ଡ ବୈଠକରେ ୨୦୧୯ ଫାଇନାନ୍ସିିଆଲ ଅଡିଟ୍‌ ରିପୋର୍ଟ ଏବଂ ୨୦୧୯ ଆଇସିସି


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri