ସ୍ନାନମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ

ବାରିପଦା ଅଫିସ,୧୬ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦ୍ୱାଦଶ ପ୍ରମୁଖ ଯାତା୍ର ମଧ୍ୟରୁ ସ୍ନାନ ଯାତ୍ରା ହେଉଛି ସ୍ବତନ୍ତ୍ର। ଜ୍ୟୋଷ୍ଠ ପୂର୍ଣ୍ଣିମା ତିଥିରେ ଏହା ପାରମ୍ପାରିକ ରୀତିରେ ପାଳିତ ହୋଇଥାଏ। ଦ୍ୱିତୀୟ ଶ୍ରୀକ୍ଷେତ୍ର ପରିଚୟ ପାଇଥିବା ବାରିପଦା ଜଗନ୍ନାଥ ମନ୍ଦିରର ସ୍ନାନମଣ୍ଡପରେ ସୋମବାର ଦର୍ଶନ ଦେବେ ମହାପ୍ରଭୁ। ଏଥିପାଇଁ ମନ୍ଦିର କର୍ତ୍ତୃପକ୍ଷ ସମସ୍ତ ପ୍ରସ୍ତୁତି ଶେଷ କରିସାରିଛନ୍ତି।
ସୂଚନା ଅନୁଯାୟୀ, ରବିବାର ରାତିରେ ମହାପ୍ରଭୁଙ୍କର ଠାଁ ନୀତି ସରିବା ପରେ ପାଟ ତ୍ୟୋତିଷଙ୍କ ସମୟ ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ନାଗରା ଧ୍ୱନି ବାଜିବ। ପରେ ବିଜୟ କାହାଳୀ, ଘଣ୍ଟଘଣ୍ଟା ଓ ଶଙ୍ଖ ଧ୍ୱନୀ ବଜାଇ ପୂଜାପଣ୍ଡା ରୁପା ଥାଳିରେ ଅଁଳା ପତ୍ର ଓ ଫୁଲ ପୂଜା ସଂସ୍କାର କରିବେ। ଏବଂ ପରେ ମନ୍ଦିର ପରିଚ୍ଛା ଦୁର୍ଗା ଚରଣ ବାବୁ ତିନି ଠାକୁରଙ୍କ ସହ ସୁଦର୍ଶନ, ମଦନମୋହନ, ସରସ୍ବତୀ ଓ ସମସ୍ତ ଶାଳଗ୍ରାମଙ୍କୁ ଅଁଳା ପତ୍ର ଲାଗି କରିବେ। ମନ୍ଦିର ପରିଚ୍ଛା ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇବା ପରେ ଠାକୁରମାନଙ୍କ ଚକାଛଡ଼ା ନୀତି ଅନୁଷ୍ଠିତ ହେବ। ପରେ ପ୍ରଥମେ ବଡ଼ଠାକୁର ଶ୍ରୀ ବଳଭଦ୍ର, ପରେ ଦେବୀ ସୁଭଦ୍ରା ଓ ଶେଷରେ ଶ୍ରୀ ଜଗନ୍ନାଥଙ୍କୁ ପହଣ୍ଡିଆମାନେ ଭୋଗ ମଣ୍ଡପକୁ ଆଣିବେ। ସେଠାରେ ଠାକୁରମାନଙ୍କର ସ୍ନାନଯାତ୍ରା ବେଶ କରାଯିବା ସହ ରାତ୍ରୀର ଶେଷ ପହଡ଼ ନୀତି ସମ୍ପନ୍ନ ହେବ। ମନ୍ଦିର ମୁଖ୍ୟ ପୁରୋହିତ ଅରୁଣ ମିଶ୍ର ସ୍ନାନମଣ୍ଡପରେ ଅଧିବାସ ପୂଜାନୀତି ଓ ସିଂହାସନକୁ ପ୍ରତିଷ୍ଠା କରିବେ। ପରେ ଠାକୁରଙ୍କ ପହଡ଼ ନୀତି କରାଯାଇ ଭୋର୍‌ ୪ଟା ବେଳକୁ ଠାକୁରମାନେ ପହଣ୍ଡି ହୋଇ ସ୍ନାନମଣ୍ଡପରେ ଥିବା ସିଂହାସନରେ ବିରାଜମାନ ହେବେ। ପରେ ମହାପ୍ରଭୁମାନଙ୍କ ସ୍ନାନ ନୀତି ଆରମ୍ଭ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri