Posted inଖେଳ

ସ୍ପାନିଶ କ୍ଲବ ଭାଲେନସିଆର ଏକତୃତୀୟାଂଶ ଖେଳାଳି ଆକ୍ରାନ୍ତ

ମାଡ୍ରିଡ୍‌, ୧୭।୩ (ଏଏଫ୍‌ପି)- ସ୍ପେନ ଫୁଟ୍‌ବଲ କ୍ଲବ ଭାଲେନସିଆ ଦଳର ୩୫ ପ୍ରତିଶତ ଖେଳାଳି ମାରାତ୍ମକ କରୋନା ଭାଇରସ୍‌ରେ ଆକ୍ରାନ୍ତ ରହିଛନ୍ତି। କ୍ଲବର ଏକତୃତୀୟାଂଶ ଖେଳାଳି ଓ ଷ୍ଟାଫ୍‌ଙ୍କ ରିପୋର୍ଟ ପଜିଟିଭ ବାହାରିଥିବା କ୍ଲବ ପକ୍ଷରୁ ଘୋଷଣା କରାଯାଇଛି। ଭାଲେନସିଆ ଗତ ମାସରେ ଆଟ୍‌ଲାଣ୍ଟ ବିପକ୍ଷ ଚାମ୍ପିୟନ୍ସ ଲିଗ୍‌ ରାଉଣ୍ଡ-୧୬ ମ୍ୟାଚ୍‌ ଖେଳିବା ଲାଗି ଇଟାଲୀର ମିଲାନ ସହର ଗସ୍ତ କରିଥିଲା। ସେହି ସମୟରେ ଖେଳାଳିଙ୍କ ମଧ୍ୟରେ ଭାଇରସ୍‌ ବ୍ୟାପୀଥିବା କ୍ଲବ ପକ୍ଷରୁ କୁହାଯାଇଛି। ‘ମ୍ୟାଚ୍‌ ପରେ କ୍ଲବ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯିବା ସତ୍ତ୍ୱେ ବର୍ତ୍ତମାନର ରିପୋର୍ଟରେ ୩୫ ପ୍ରତିଶତ ପଜିଟିଭ ବାହାରିଛି। ସମସ୍ତଙ୍କୁ ବର୍ତ୍ତମାନ ଘରେ ଆଇସୋଲେଟ୍‌ରେ ରଖାଯାଇ ମେଡିକାଲ ଚିକିତ୍ସା ଯୋଗାଇ ଦିଆଯାଉଛି’ ବୋଲି ଭାଲେନସିଆ କ୍ଲବ ପକ୍ଷରୁ ଏକ ବିବୃତିରେ କୁହାଯାଇଛି। କରୋନା ଦ୍ୱାରା ୟୁରୋପ୍‌ରେ ଅଧିକ ମାତ୍ରାରେ ପ୍ରଭାବିତ ହୋଇଥିବା ଦେଶମାନଙ୍କ ମଧ୍ୟରେ ସ୍ପେନ ୨ୟ ସ୍ଥାନରେ ରହିଛି। ବର୍ତ୍ତମାନ ସୁଦ୍ଧା ସ୍ପେନରେ ୯୧୦୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩୦୯ ଜଣ ମୃତ୍ୟୁବରଣ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri