ସ୍ପାର୍ସକୁ ଟପିଲା କରୋନା: ମୃତ୍ୟୁ ସଂଖ୍ୟା ୮୧୧ ଛୁଇଁଲା

ବେଜିଂ,୯।୨: ଚାଇନାର କରୋନା ମହାମାରୀ ଯୋଗୁ ହାହାକାର ସୃଷ୍ଟି ହୋଇଛି। ଦେଶର ୩୦ଟିରୁ ଅଧିକ ସହରରେ ସନ୍ଦିଗ୍ଧ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୮୧୧ରେ ପହଞ୍ଚିଛି। ୨୦୦୨-୨୦୦୩ରେ ସ୍ପାର୍ସ ଯୋଗୁ ହୋଇଥିବା ମୃତ୍ୟୁ ସଂଖ୍ୟାକୁ ଏହା ଟପିଯାଇଛି। ସ୍ପାର୍ସ ଯୋଗୁ ଏଠାରେ ୭୭୪ ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିପରି ୮ ହଜାର ୯୮ ଜଣ ସ୍ପାସା ଦ୍ୱାରା ସଂକ୍ରମିତ ହୋଇଥିଲେ। ତେବେ ଏବେ କରୋନା ମୃତ୍ୟୁ ସଂଖ୍ୟା ସ୍ପାର୍ସ ରେକର୍ଡ ଭାଙ୍ଗିଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭ ହଜାର ଶହେ ୯୮ରେ ପହଞ୍ଚିଛି। ସେହିପରି ସନ୍ଦିଗ୍ଧଙ୍କ ସଂଖ୍ୟା ୨୮ ହଜାର ୯ ଶହ ୪୨ରେ ପହଞ୍ଚିଛି। ଇତିମଧ୍ୟରେ ୨ ହଜାର ୬ଶହ ୪୯ ଲୋକଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। କରୋନା ସଂକ୍ରମିତଙ୍କର ୩ ଲକ୍ଷ ୭୧ ହଜାର ୯ଶହ ୫ ଜଣ ନିକଟ ସମ୍ପର୍କୀୟ ଥିବା ସରକାରୀ ଭାବେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri