ସ୍ବଚ୍ଛ ବିଦ୍ୟାଳୟକୁ ମିଳିବ ପୁରସ୍କାର, ଷ୍ଟାର ର଼୍ୟାଙ୍କିଙ୍ଗ୍‌

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଏଣିକି ସ୍ବଚ୍ଛ ବିଦ୍ୟାଳୟକୁ ମିଳିବ ପୁରସ୍କାର। ପିଲାଙ୍କୁ ଛାତ୍ରଜୀବନରୁ ସ୍ବଚ୍ଛତା ପାଇଁ ସଚେତନ କରାଇବା ଏବଂ ବିଦ୍ୟାଳୟରେ ସ୍ବଚ୍ଛ ପରିବେଶ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରୟାସ ଆରମ୍ଭ କରିଛି। ଏନେଇ ସ୍ବଚ୍ଛ ବିଦ୍ୟାଳୟ ପୁରସ୍କାର ଦେବାକୁ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି ଅବସରରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ଏକ ଆପ୍‌ ଲୋକାର୍ପିତ କରିଛନ୍ତି।
ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ଏଥିରେ ସାମିଲ ହେବେ। ସ୍ବଚ୍ଛ ବିଦ୍ୟାଳୟ ପୁରସ୍କାର ପାଇଁ ଅନ୍‌ଲାଇନ୍‌ରେ ଆବେଦନ କରିବାକୁ ହେବ। ଆପ୍‌ ମାଧ୍ୟମରେ ବିଦ୍ୟାଳୟଗୁଡ଼ିକ ସ୍ବେଚ୍ଛାକୃତ ଭାବେ ପଞ୍ଜୀକୃତ କରିପାରିବେ। ସ୍ବଚ୍ଛ ବିଦ୍ୟାଳୟଗୁଡ଼ିକ ପାଇଁ ପୁରସ୍କାର ରାଶି ସହ ତାରକା ମାର୍କିଂ ବ୍ୟବସ୍ଥା ମଧ୍ୟ ରହିଛି। ଅକ୍ଟୋବର ୧୪ ମଧ୍ୟରେ ସମସ୍ତ ବିଦ୍ୟାଳୟଗୁଡ଼ିକ ପୁରସ୍କାର ପାଇଁ ପଞ୍ଜୀକରଣ କରିିପାରିବେ। ଅକ୍ଟୋବର ୧୫ରୁ ୩୧ତାରିଖ ପର୍ଯ୍ୟନ୍ତ ଆବେଦନ ପତ୍ର ଯାଞ୍ଚ ହେବ। ନଭେମ୍ବର ୧ରୁ ୧୦ ତାରିଖ ମଧ୍ୟରେ ରାଜ୍ୟସ୍ତରୀୟ ପୁରସ୍କାର ଘୋଷଣା କରାଯିବ। ବ୍ଲକସ୍ତରରେ ୧୨୫୬, ଜିଲାସ୍ତରରେ ୨୪୦, ରାଜ୍ୟସ୍ତରରେ ୪୦ ସ୍କୁଲକୁ ସ୍ବଚ୍ଛ ବିଦ୍ୟାଳୟ ପୁରସ୍କାର ମିଳିବ। ସ୍ବଚ୍ଛ ବିଦ୍ୟାଳୟଗୁଡ଼ିକୁ ବ୍ଲକସ୍ତରରେ ୨ହଜାର, ଜିଲାସ୍ତରରେ ୫ହଜାର ଏବଂ ରାଜ୍ୟସ୍ତରରେ ୧୦ହଜାର ଟଙ୍କା ପୁରସ୍କାର ପ୍ରଦାନ କରାଯିବ।
ଅନ୍ୟପଟେ ୯୦ରୁ ୧୦୦% ସ୍ବଚ୍ଛ ବିଦ୍ୟାଳୟଗୁଡ଼ିକୁ ୫ଷ୍ଟାର୍‌ ର଼୍ୟାଙ୍କିଙ୍ଗ୍‌ ମିଳିବ। ଅର୍ଥାତ୍‌ ଏହି ବିଦ୍ୟାଳୟଗୁଡ଼ିକ ଉତ୍କୃଷ୍ଟ ବୋଲି ବିବେଚନା କରାଯିବ। ୭୦ ରୁ ୮୯% ସ୍ବଚ୍ଛ ଥିଲେ ବିଦ୍ୟାଳୟଗୁଡ଼ିକୁ ୪ଷ୍ଟାର୍‌ ମିଳିବ ଏବଂ ଏହି ବିଦ୍ୟାଳୟଗୁଡ଼ିକ ଭଲ ଏବଂ ଆହୁରି ସ୍ବଚ୍ଛ କରାଯାଇପାରେ ବୋଲି କୁହାଯିବ। ଅନ୍ୟପଟେ ୫୧ରୁ ୬୯%କୁ ୩ଷ୍ଟାର୍‌ ର଼୍ୟାଙ୍କିଙ୍ଗ୍‌ କରାଯିବ। ଏହି ବିଦ୍ୟାଳୟଗୁଡ଼ିକ ମଧ୍ୟ ଭଲ ଅଛି, ଆଉ ଅଧିକ ଭଲ କରାଯାଇପାରିବ। ୩୫ରୁ ୫୦% ସ୍ବଚ୍ଛ ବିଦ୍ୟାଳୟକୁ ୨ଷ୍ଟାର୍‌ ଦିଆଯିବ ଏବଂ ଏହି ବିଦ୍ୟାଳୟଗୁଡ଼ିକ ଅଧିକ ଉନ୍ନତି ଦରକାର। ୩୫%ରୁ କମ୍‌ ସ୍ବଚ୍ଛତା ପାଇଁ ୧ଷ୍ଟାର୍‌ ବା ଖରାପ ବୋଲି ବିଚାର କରାଯିବ।
ମଙ୍ଗଳବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଓଡ଼ିଶା ସ୍ବଚ୍ଛ ବିଦ୍ୟାଳୟ ପୁରସ୍କାର-୨୦୧୯ ଅଭିଯାନ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ମନ୍ତ୍ରୀ ଦାଶ କହିଲେ, ସ୍ବଚ୍ଛ ବିଦ୍ୟାଳୟ ଅଭିଯାନରେ ଯେଉଁ ବିଦ୍ୟାଳୟଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଥିବେ ସେମାନଙ୍କୁ ସମ୍ମାନିତ କରିବା ଏହି ପୁରସ୍କାରର ଲକ୍ଷ୍ୟ। ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଚିତ୍ରା ଅରୁମୁଗମ୍‌, ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ, ୟୁନିସେଫ୍‌ ଓଡ଼ିଶା ମୁଖ୍ୟ ମୋନିକା ଓ ନିଲେସନ୍‌, ସ୍ବଚ୍ଛ ବିଶେଷଜ୍ଞ ଆଇସିଓ ପ୍ରତିଭା ସିଂ ପ୍ରମୁଖ ଉକ୍ତ ସ୍ବଚ୍ଛ ବିଦ୍ୟାଳୟ ଅଭିଯାନ ଶୁଭାରମ୍ଭ ଅବସରରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସୁନାରେ ସଜେଇ ହେବେ ଶ୍ରୀଜିଉ: ରତ୍ନସିଂହାସନରେ ଦିବ୍ୟ ଦୁର୍ଲଭ ଦର୍ଶନ

ପୁରୀ,୩।୧: ଆଜି ପୌଷ ପୂର୍ଣ୍ଣିମା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପୁଷ୍ୟାଭିଷେକ ନୀତି। ୧୦୮ ଗରା ଘିଅ ମିଶ୍ରିତ ଜଳରେ ଅଭିଷେକ ହେବେ ମହାପ୍ରଭୁ। ରତ୍ନସିଂହାସନରେ ଦିବ୍ୟ ଦୁର୍ଲଭ...

କାନାଡ଼ାରେ ୧୦ ଲକ୍ଷ ଭାରତୀୟଙ୍କ ମୁଣ୍ଡ ଉପରେ ଝୁଲୁଛି ଖଣ୍ଡା, ଜଙ୍ଗଲରେ ତମ୍ବୁ ଲଗାଇ ରହୁଛନ୍ତି ପ୍ରବାସୀ

ଓଟାଓ୍ବା,୩।୧: କାନାଡାରେ ଅବୈଧ ପ୍ରବାସୀ ସଂଖ୍ୟାରେ ଉଲ୍ଲେଖନୀୟ ବୃଦ୍ଧି ଘଟିବ ବୋଲି ଆଶା କରାଯାଉଛି, ଯାହାଙ୍କ ମଧ୍ୟରୁ ପ୍ରାୟ ଅଧା ଭାରତୀୟ ହେବେ। କାନାଡାରେ ଲକ୍ଷ...

ଏକା ସାଙ୍ଗେ ଆଖିବୁଜିଦେଲେ ଦୁଇ ଭାଇ: ବାହୁନି ବାହୁନି କାନ୍ଦୁଛି …

ଭବାନୀପାଟଣା,୩ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କଲମ ଗାଁରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗାଁ ମଣ୍ଡି...

ଖୋଲିଲା ଜଳଭଣ୍ଡାର ଗେଟ୍‌: ବରଗଡ଼ ମୁଖ୍ୟ କେନାଲକୁ ଛଡ଼ାଗଲା ପାଣି

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ହୀରାକୁଦ ଜଳଭଣ୍ଡାରରୁ ବରଗଡ଼ ମୁଖ୍ୟ କେନାଲକୁ ଶନିବାର ପାଣି ଛଡ଼ାଯାଇଛି। ରବିଚାଷ ପାଇଁ ବିଭାଗୀୟ ଯନ୍ତ୍ରୀ ଓ ଅଧିକାରୀବୃନ୍ଦ ଉପସ୍ଥିତ ରହି ପୂର୍ବାହ୍ନ...

US-Iran Tension: ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବର୍ଷିଲା ଇରାନ, ଦେଲା ଏମିତି ଧମକ ସଭିଏଁ ଆଶ୍ଚର୍ଯ୍ୟ

ତେହରାନ,୩।୧: ଇରାନରେ ଚାଲିଥିବା ବ୍ୟାପକ ପ୍ରତିବାଦ ମଧ୍ୟରେ, ଆମେରିକା ଏବଂ ଇରାନ ମଧ୍ୟରେ ସମ୍ପର୍କରେ ପୁଣି ଥରେ ତୀବ୍ର ଉତ୍ତେଜନା ଦେଖାଦେଇଛି। ଶୁକ୍ରବାର (ଜାନୁଆରୀ ୨,...

ଗ୍ରୀନ ଷ୍ଟିକରକୁ ନେଇ ଦ୍ୱନ୍ଦ୍ୱ ରହିଛି କି? ଜାଣନ୍ତୁ କଣ କହିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୩।୧: ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ...

ବିନା ନଟ୍‌ ବୋଲ୍ଟରେ ତିଆରି ହୋଇଛି ଏହି ବିଶ୍ୱପ୍ରସିଦ୍ଧ ବ୍ରିଜ୍‌

ଭାରତରେ ଏମିତି ଏକ ବ୍ରିଜ୍‌ ଅଛି, ଯାହାକୁ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ପାର୍‌ ହୁଅନ୍ତି, କିନ୍ତୁ ଏହାର ପ୍ରକୃତ କାହାଣୀ ବହୁତ କମ୍‌ ଲୋକ...

ଦିନିକିଆ ସିରିଜ ପାଇଁ ଆଜି ଟିମ ଇଣ୍ଡିଆ ଘୋଷଣା ହେବା ପୂର୍ବରୁ ଅସୁସ୍ଥ ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷରେ ଦିନିକିଆ ସିରିଜ ପାଇଁ ଆଜି ଟିମ ଇଣ୍ଡିଆ ଘୋଷଣା ହେବାର କାର୍ଯ୍ୟକ୍ରମ ରହିଛି। ଏହି ଘୋଷଣା ପୂର୍ବରୁ, ଭାରତୀୟ ଅଧିନାୟକ ଅସୁସ୍ଥ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri