ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା: ଆବେଦନକାରୀଙ୍କୁ ଅଣଦେଖା

ରଣପୁର,୨୬ା୯(ସ୍ବ.ପ୍ର.): ରଣପୁର ଏନ୍‌ଏସିରେ ସ୍ବଚ୍ଛ ସାଥୀ ଚୟନରେ ଅନିୟମିତତା ନେଇ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଏଥିରେ ଆବେଦନକାରୀଙ୍କୁ ଅଣଦେଖା କରାଯାଇ ଅଣଆବେଦନକାରୀଙ୍କୁ ଅନୁକମ୍ପା ଦେଖାଇ ନିଯୁକ୍ତି ମିଳିଛି ବୋଲି ଦର୍ଶାଯାଇଛି। ସ୍ବଚ୍ଛ ଭାରତ ମିଶନ ପକ୍ଷରୁ ରଣପୁର ଏନ୍‌ଏସିରେ ୩ ସ୍ବଚ୍ଛ ସାଥୀ ଓ ୧ ସୁପରଭାଇଜର ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ହେଲେ କେବଳ ୩ ସ୍ବଚ୍ଛ ସାଥୀଙ୍କ ନିଯୁକ୍ତି କାର୍ଯ୍ୟ ପ୍ରଥମେ ହୋଇଥିଲା। ଏଥିପାଇଁ ୧୩ ଜଣ ଆବେଦନ କରିଥିଲେ। ଯୁକ୍ତ ୨ ପାସ କରିଥିବା ସ୍ବୟଂ ସହାୟିକା ଗୋଷ୍ଠୀ ସଭ୍ୟା କେବଳ ଏଥିରେ ନିଯୁକ୍ତି ପାଇବେ ବୋଲି କୁହାଯାଇଥିଲା। ଏଥିପାଇଁ ବିଜ୍ଞାପନ ବାହାରି ନ ଥିଲା। ଏପରିସ୍ଥଳେ ୧୩ ଆବେଦନକାରୀଙ୍କୁ ବାଦ୍‌ ଦେଇ ୩ ଜଣଙ୍କୁ ନିଯୁକ୍ତି ମିଳିଛି । ନିଯୁକ୍ତି ପାଇଥିବା ୩ ସ୍ବଚ୍ଛ ସାଥୀଙ୍କୁ ବୁଧବାର ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ କାର୍ଯ୍ୟ ସମ୍ପର୍କରେ ପ୍ରଶିକ୍ଷଣ ଦେଇଛନ୍ତି। ଏଣେତେଣେ ଅଳିଆ ନ ପକାଇ କେବଳ ଡଷ୍ଟବିନ୍‌ରେ ପକାଇବାକୁ ବିଭିନ୍ନ ୱାର୍ଡ ବୁଲି ସଚେତନତା ସୃଷ୍ଟି କରିବା ସ୍ବଚ୍ଛ ସାଥୀର କାର୍ଯ୍ୟ ବୋଲି କୁହାଯାଇଛି। ଆଗାମୀ ଦିନରେ ପୁଣି ୩ଜଣ ରହିବାର ବ୍ୟବସ୍ଥା ରହିଛି। ଏ ନେଇ ମା’ ତାରିଣୀ ସ୍ବୟଂ ସହାୟିକା ଗୋଷ୍ଠୀର ଲକ୍ଷ୍ମୀପ୍ରିୟା ସାହୁ କୁହନ୍ତି, ମୁଁ ବିଏ ପାସ୍‌ କରି ଆବେଦନ କରିଥିଲି। ମୋତେ ସୁଯୋଗ ଦିଆଗଲାନି। ମୋଠାରୁ କମ୍‌ ପାଠ ପଢ଼ି ଆବେଦନ କରି ନ ଥିବା ପ୍ରାର୍ଥୀ ନିଯୁକ୍ତି ପାଇଛନ୍ତି। ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତା କରାଯାଇ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଗଲା ନାହିଁ । ରାନୁପ୍ରିୟା ମଲ୍ଲିକ କୁହନ୍ତି, ମୁଁ ଉଚ୍ଚ ଶିକ୍ଷିତା ହୋଇଥିବାବେଳେ ମୋତେ ଅଣଦେଖା କରାଗଲା। ଆବେଦନ କରିଥିଲେ ବି ମୋତେ ସାକ୍ଷାତକାରକୁ ଡକାଇଲେ ନାହିଁ। ଏନ୍‌ଏସି ନିର୍ବାହୀ ଅଧିକାରୀ ଅର୍ଚ୍ଚନା ନାୟକ କୁହନ୍ତି, ସ୍ବଚ୍ଛ ସାଥୀ ପାଇଁ ବିଜ୍ଞାପନ ପ୍ରକାଶ କରିବାର ଆବଶ୍ୟକତା ନାହିଁ। ଆବେଦନକାରୀଙ୍କ ମଧ୍ୟରୁ ଚୟନ କରାଯିବା ମଧ୍ୟ ନିିୟମ ନାହିଁ । ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଯେଉଁମାନଙ୍କର କାର୍ଯ୍ୟ କରିବାର ଦକ୍ଷତା ରହିଛି ସେପରି ସ୍ବୟଂ ସହାୟିକା ଗୋଷ୍ଠୀର ୩ଜଣଙ୍କୁ ନିଯୁକ୍ତି ଦିଆଯାଇ ପ୍ରଶିକ୍ଷଣ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri