ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ କେରଳରୁ ରାୟଗଡ଼ାରେ ପହଞ୍ଚିଲେ ୨୧୬ ପ୍ରବାସୀ

ରାୟଗଡ଼ା ଅଫିସ,୨୧ା୫: କେରଳକୁ ରୋଜଗାର କରିବା ପାଇଁ ଓଡ଼ିଶାର ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରି ଜିଲାରୁ ବହୁ ଶ୍ରମିକ ଯାଇଥିଲେ। କରୋନା ଯୋଗୁ ଲକ୍‌ଡାଉନ୍‌ ହେବାରୁ ସେମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଫଳରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ତିରୁଲଭାଲରୁ ଆସି ସେମାନେ ଗୁରୁବାର ରାୟଗଡ଼ାରେ ପହଞ୍ଚିଛନ୍ତି। ଗଜପତିରୁ ୪୧ଜଣ, ରାୟଗଡ଼ାର ୧୭,କୋରପୁଟର ୧୧,ନବରଙ୍ଗପୁର ୧୨୧, କନ୍ଧମାଳର ୨୩ ଓ ମାଲକାନଗିରି ଜିଲାର ୩ ଜଣ ମିଶି ସର୍ବମୋଟ ୨୧୬ଜଣ ଶ୍ରମିକ ରାୟଗଡ଼ାରେ ପହଞ୍ଚିଛନ୍ତି।
ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା, ଅତିରକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା,ପିଡିଡିଆରଡିଏ ଅମ୍ରିତ ଋତୁରାଜ, ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପ୍ରବାସୀ ଶ୍ରମିକମାନଙ୍କୁ ସ୍ବାଗତ କରିଥିଲେ। ସେହିପରି ରାୟଗଡ଼ା ଜିଲାର ରାମନାଗୁଡ଼ା ବ୍ଲକର ୫ଜଣ, ଗୁଣୁପୁର ୩ ଏବଂ ମୁନିଗୁଡ଼ା ୯ ସର୍ବମୋଟ ୧୭ ଜଣ ଶ୍ରମିକଙ୍କୁ ବିଡିଓଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri