ସ୍ବତନ୍ତ୍ର ନିୟମାବଳୀ ଉପରେ ନିର୍ଭର

ଅନୁଗୋଳ ଅଫିସ, ୧୩।୬ – ଚଳିତ ବର୍ଷ ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ରଥଯାତ୍ରା କିପରି ହେବ ତାହା ନିର୍ଭର କରୁଛି ସରକାରଙ୍କ ସ୍ବତନ୍ତ୍ର ନିୟମାବଳୀ ଉପରେ। ଏହା ଜିଲା ପ୍ରଶାସନର ହସ୍ତଗତ ହେବା ପରେ ଏ ନେଇ ଯାହାକିଛି ନିଷ୍ପତ୍ତି ନିଆଯିବ। ତେବେ ସମସ୍ତ ବିଭାଗୀୟ ଅଧିକାରୀ ଓ ମନ୍ଦିର ପରିଚାଳନା କମିଟି କର୍ମକର୍ତ୍ତାମାନେ ଶୃଙ୍ଖଳିତ ଭାବେ ନିଜ ଦାୟିତ୍ୱ ନିର୍ବାହ କରିବାକୁ ଶୁକ୍ରବାର ବେଦଭବନଠାରେ ମନ୍ଦିର ପରିଚାଳନା ସମିତି କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଅଧ୍ୟକ୍ଷତା କରି ଜିଲାପାଳ ମନୋଜ କୁମାର ମହାନ୍ତି ଏହି ପରାମର୍ଶ ଦେଇଛନ୍ତି।
ପ୍ରାରମ୍ଭରେ ମନ୍ଦିର ପରିଚାଳନା କମିଟି ସମ୍ପାଦକ ହେମନ୍ତ କୁମାର ଦାସ ଦାନ ସୂତ୍ରରେ ୫୦ ଲକ୍ଷ ୬୪ ହଜାର ୮ ଶହ ଏବଂ ଅନ୍ୟାନ୍ୟ ସୂତ୍ରରୁ ୮୨ ଲକ୍ଷ ୪୦ ହଜାର ୮୨୬ ଟଙ୍କା ସଂଗୃହୀତ ହୋଇଥିବା ସୂଚନା ଦେଇଥିଲେ। ରଥ ନିର୍ମାଣ ନିରାପତ୍ତା ପ୍ରମାଣପତ୍ର ପାଇଁ ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ଓ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ସୁଧାଂଶୁ କୁମାର ନାୟକଙ୍କୁ ଦାୟିତ୍ୱ ଦିଆଯାଇଥିବା ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ସୂଚନା ଦେଇଥିଲେ। ରଥଯାତ୍ରା ବେଳେ ହରିମହୁରୀ ଛକ ଠାରୁ ପିଟିସି ଛକ ମଧ୍ୟରେ ଯାନବାହନ ଚଳାଚଳ ନିୟନ୍ତ୍ରଣ କରିବା ସହ ରଥର ସୁରକ୍ଷା ପାଇଁ ପୋଲିସ ମୁତୟନ କରିବାକୁ ଏସ୍‌ପି ଜଗମୋହନ ମୀନାଙ୍କୁ ଅନୁରୋଧ କରାଯାଇଥିଲା। ରାସ୍ତା ପାର୍ଶ୍ୱରେ କୌଣସି ପ୍ରକାର ଖାଦ୍ୟ ଓ ପଣା ଦିଆଯିବା ଉପରେ କଟକଣା ଲଗାଯାଇଥିଲା। ସେହିପରି କୌଣସି ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ ନାହିଁ। ପରିଚାଳନା କମିଟି ପକ୍ଷରୁ ଅବଢ଼ା ପାର୍ସଲ ପାଇଁ ପ୍ରତ୍ୟହ ଅତି କମ୍‌ରେ ୧୦୦ ଜଣଙ୍କୁ ଆଗୁଆ ଅନୁମତି ସହ ଯୋଗାଇ ଦିଆଯିବାକୁ ସ୍ଥିର କରାଯାଇଥିଲା। ରଥଟଣା ଶୃଙ୍ଖଳିତ କରିବା ପାଇଁ ଅତିରିକ୍ତ ଜିଲାପାଳ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ସରକାରଙ୍କ ସ୍ବତନ୍ତ୍ର ନିୟମାବଳୀ ହସ୍ତଗତ ହେବା ପରେ ଆଉ ଏକ ବୈଠକ ଡକାଯିବ ବୋଲି ଜିଲାପାଳ କହିଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ଧନ୍ୟବାଦ ଦେଇଥିଲେ। ଅନୁଗୋଳ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷ ଅକ୍ଷୟ କୁମାର ସାମନ୍ତ, ମନ୍ଦିର ପରିଚାଳନା କମିଟି ଉପସଭାପତି ଭବାନୀ ପ୍ରସାଦ ମିଶ୍ର, ସଦସ୍ୟ ପରମାନନ୍ଦ ମିଶ୍ର, ଭକ୍ତିପ୍ରସାଦ ଦାସ, ଆନନ୍ଦ ଚନ୍ଦ୍ର ମହାପାତ୍ର, ଆସିଷ୍ଟାଣ୍ଟ କଲେକ୍ଟର ମଧୁସ୍ମିତା ବିଶି, ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri