ସ୍ବତନ୍ତ୍ର ପ୍ୟାକେଜ ଘୋଷଣାକୁ ଉଦ୍ୟୋଗ ସଂଘର ଦାବି

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ରାଜ୍ୟରେ ଥିବା ୨ ଲକ୍ଷରୁ ଊର୍ଦ୍ଧ୍ୱ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ଗୁଡିକ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏସବୁ ଠିକ୍‌ ସ୍ଥିତିକୁ ଆସିବାକୁ ୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ଲାଗିବ। ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ସେହି ସବୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗଗୁଡିକୁ ପୁଣି ଥରେ କାର୍ଯ୍ୟକ୍ଷମ କରିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହାୟତା ଲୋଡାଯାଇଛି। ଏ ନେଇ ଜଗରନଟ ଆସୋସିଏଶନ ଫର ଏଣ୍ଟରପ୍ରିିନିୟର୍ସ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦାବିପତ୍ର ପ୍ରଦନ କରାଯାଇଛି।
ବିଦ୍ୟୁତ୍‌ ଶୁଳ୍କ ବିଳମ୍ବ ପାଇଁ ଆଦାୟ ଜରିମାନା ଛାଡ କରିବା ସହ ଏମ୍‌ଏସ୍‌ଏମ୍‌ଇଗୁଡିକରୁ ଆସନ୍ତା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବିଦ୍ୟୁତ୍‌ ଯୋଗାଣ ବିଚ୍ଛିନ୍ନ ନ କରିବା, ବିଲ୍‌ ଦେବା ପାଇଁ ସମୟ ଦେବା, ଲକ୍‌ଡାଉନ ହଟିବା ପରେ ଏକ ସର୍ଭ କରାଯାଇ କ୍ଷୁଦ୍ର ଶିଳ୍ପଗୁଡିକର ପୁନରୁଦ୍ଧାର ପାଇଁ ସରକାର ଏକ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିବାକୁ ଦାବି କରାଯାଇଛି। ଏଥିସହିତ ଲକ୍‌ଡାଉନ ପୂର୍ବରୁ ଯେଉଁ ଏମ୍‌ଏସ୍‌ଏମ୍‌ଇଗୁଡିକ ବିଦ୍ୟୁତ୍‌ ବିଲ୍‌ ପାଇଛନ୍ତି। ସେମାନେ ଲକ୍‌ଡାଉନ ଯୋଗୁ ନିର୍ଦ୍ଦିଷ୍ଟ ସମୟରେ ବିଲ୍‌ ପଇଠ କରିପାରି ନାହାନ୍ତି। ଏହି ବିଲ୍‌ଗୁଡିକ ଉପରେ ବିଳମ୍ବ ଦେୟ ବା ଲେଟ ଫି ଆଦାୟ ନ କରିବାକୁ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। ୨୦୨୦ ଡିସେମ୍ବର ଯାଏ ବିଦ୍ୟୁତ୍‌ ଓ ଜଳଯୋଗାଣ ବିଲ୍‌ ଅଦାୟ ନ କରିବା, କ୍ଷୁଦ୍ର ଶିଳ୍ପଗୁଡିକ ପାଇଁ ଆବଶ୍ୟକ କଞ୍ଚାମାଲ ଶସ୍ତାରେ ଯୋଗାଇ ଦେବା, ଶୀତଳ ଭଣ୍ଡାରଗୁଡିକର ପୁନରୁଦ୍ଧାର ପାଇଁ ସ୍ବତନ୍ତ୍ର ସହାୟତା ବ୍ୟବସ୍ଥା କରିବା ଆଦି ୧୬ ଦଫା ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri