ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପ୍ରସଙ୍ଗ : ଓଡ଼ିଶାର ଦାବିକୁ କେନ୍ଦ୍ରର ଅଗ୍ରାହ୍ୟ

ଭୁବନେଶ୍ୱର, ୫।୭(ବ୍ୟୁରୋ) : ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦାବି ନେଇ ଶାସକ ବିଜେଡି କରି ଆସୁଥିବା ରାଜନୀତିକୁ ଶକ୍ତ ଆଘାତ ଲାଗିଛି। ଓଡ଼ିଶା କ୍ରମାଗତ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଥିବାରୁ ଏହାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ନିକଟରେ ଦାବି କରିଥିଲେ। କିନ୍ତୁ କେନ୍ଦ୍ର ସରକାର ମୁଖ୍ୟମନ୍ତ୍ରୀଙ୍କ ଏହି ଦାବିକୁ ଅଗ୍ରାହ୍ୟ କରିଦେଇଛନ୍ତି। ରାଜ୍ୟ ସଭାରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ବୁଧବାର ବିଜେଡି ରାଜ୍ୟ ସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ କହିଛନ୍ତି, ଚତୁର୍ଦ୍ଦଶ ଅର୍ଥ କମିଶନ ସ୍ବତନ୍ତ୍ର ଓ ସାଧାରଣ ବର୍ଗ ରାଜ୍ୟ ମଧ୍ୟରେ କୌଣସି ପାର୍ଥକ୍ୟ ରଖି ନାହାନ୍ତି। ସେଥିଲାଗି ବର୍ତ୍ତମାନ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ବ୍ୟବସ୍ଥା ପ୍ରଚଳିତ ନାହିଁ। ପ୍ରସନ୍ନ ତାଙ୍କ ପ୍ରଶ୍ନରେ ଓଡ଼ିଶା ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବାରୁ କେନ୍ଦ୍ର ସରକାର ଏହାକୁ ମାନଦଣ୍ଡ ଭାବେ ବିଚାରକରି ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବେ କି ବୋଲି ନିର୍ଦ୍ଦିଷ୍ଟ ଭାବେ ଜାଣିବାକୁ ଚାହିଁଥିଲେ। ଏହାସହ ଫନୀ ପାଇଁ କେନ୍ଦ୍ର ସରକାର ଓଡ଼ିଶାକୁ କେତେ ସହାୟତା ଦେଇଥିବା ନେଇ ଜାଣିବାକୁ ଚାହିଁଥିଲେ। ପ୍ରସନ୍ନଙ୍କ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ କହିଛନ୍ତି, ଏସ୍‌ଡିଆର୍‌ଏଫ୍‌ରୁ ଓଡ଼ିଶା ସରକାରଙ୍କୁ ଏପ୍ରିଲ ୨୯ରେ ଅଗ୍ରିମ ୩୪୦.୮୭ କୋଟି ଟଙ୍କା ଦିଆଯାଇଥିଲା। ଏହାପରେ ପ୍ରଧାନମନ୍ତ୍ରୀ ନିଜେ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବାପରେ ମେ ୭ରେ ୧ ହଜାର କୋଟି ଟଙ୍କାର ଅତିରିକ୍ତ ସହାୟତା ଦିଆଯାଇଛି। ଓଡ଼ିଶା ସରକାର ଏନ୍‌ଡିଆର୍‌ଏଫ୍‌ରୁ ୫୨୨୭.୬୮ କୋଟି ଟଙ୍କା ଦାବି କରିଛି। ଏନେଇ ଏକ ସ୍ମାରକପତ୍ର ମଧ୍ୟ କେନ୍ଦ୍ରକୁ ଦିଆଯାଇଛି। ଏହା ମିଳିବା ପରେ ମନ୍ତ୍ରଣାଳୟ ପକ୍ଷରୁ ଏକ କମିଟି ଗତ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଯାଇ କ୍ଷୟକ୍ଷତି ଆକଳନ କରିଛନ୍ତି। ରିପୋର୍ଟ ମିଳିବା ପରେ ନିର୍ଦ୍ଧାରିତ ନିୟମ ଅନୁଯାୟୀ ଏନ୍‌ଡିଆର୍‌ଏଫ୍‌ରୁ ପୁଣିଥରେ ସହାୟତା ଯୋଗାଇ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ତେବେ ଚତୁର୍ଦ୍ଦଶ ଅର୍ଥ କମିଶନରେ କୌଣସି ରାଜ୍ୟକୁ ସ୍ବତନ୍ତ୍ର ପାହ୍ୟା ମାନ୍ୟତା ମିଳିବା ନେଇ ବ୍ୟବସ୍ଥା ନାହିଁ ବୋଲି କେନ୍ଦ୍ର ଯେଉଁ କଥା କହୁଛି ତାହା ଠିକ୍‌ ନୁହେଁ। ଏଭଳି ତଥ୍ୟ ରଖି କେନ୍ଦ୍ର ସରକାର ବିଭ୍ରାନ୍ତି କରୁଛନ୍ତି ବୋଲି ପ୍ରସନ୍ନ କହିଛନ୍ତି। ପ୍ରକାଶ ଯେ, ସାଧାରଣ ନିର୍ବାଚନ ପରେ ଗତ ଜୁନ୍‌ ୧୧ରେ ନବୀନ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଥିଲେ। ଏହାପରେ ଗତ ଜୁନ୍‌ ୧୫ରେ ନୀତି ଆୟୋଗ ପରିଚାଳନା ବୈଠକ ଏବଂ ୧୯ରେ ସର୍ବଦଳୀୟ ବୈଠକରେ ନବୀନ ଯୋଗଦେଇଥିଲେ। ଓଡ଼ିଶା ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟର ଶିକାର ହେଉଥିବାରୁ ଓଡ଼ିଶାକୁ ସ୍ବତନ୍ତ୍ର ଫୋକସ୍‌ ଷ୍ଟେଟ ଘୋଷଣାକରି ନିର୍ଦ୍ଦିଷ୍ଟ ଅବଧି ପାଇଁ ଆର୍ଥିକ ପ୍ୟାକେଜ ଦେବାକୁ ସେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri