ସ୍ବତନ୍ତ୍ର ସଂକଳ୍ପକୁ କ୍ୟାବିନେଟ ମୋହର: ରାଜ୍ୟରେ ହେବ ଜାତିଭିତ୍ତିକ ଜନଗଣନା

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ରାଜ୍ୟରେ ସାମାଜିକ, ଆର୍ଥିକ ଏବଂ ଜାତିଭିତ୍ତିକ ଜନଗଣନା ହେବ। ୨୦୨୧ ଜନସଂଖ୍ୟା ଗଣନା ବେଳେ ଏକା ସାଙ୍ଗରେ ଏହି ଗଣନା କରାଯିବ। ସାମାଜିକ, ଆର୍ଥିକ ପଛୁଆ ବର୍ଗ(ଏସଇବିସି), ଏସ୍‌ସି/ଏସ୍‌ଟିଙ୍କର ସ୍ବତନ୍ତ୍ର ଗଣନା କରିବେ। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏ ନେଇ ଏକ ସଂକଳ୍ପକୁ ଅନୁମୋଦନ କରାଯାଇଛି । ଗତ ଦୁଇ ଦଶନ୍ଧି ଧରି ମାନବ ସୂଚକାଙ୍କରେ ରାଜ୍ୟ ଉଲ୍ଲେଖନୀୟ ପ୍ରଗତି କରିଥିଲେ ମଧ୍ୟ ସାମଗ୍ରିକ ଅଭିବୃଦ୍ଧି ପାଇଁ ଜାତିଭିତ୍ତିକ ଜନଗଣନା ଜରୁରୀ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

୨୦୨୧ ଜନଗଣନା ପାଇଁ ସମସ୍ତ ପ୍ରସ୍ତୁତି ହୋଇଥିଲେ ମଧ୍ୟ ସାମାଜିକ, ଆର୍ଥିକ ଓ ଜାତିଭିତ୍ତିକ ଗଣନା ପାଇଁ କୌଣସି ବ୍ୟବସ୍ଥା ହୋଇ ନାହିଁ। ରାଜ୍ୟର ଦୁର୍ବଳ ବର୍ଗର ଲୋକମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କର ପ୍ରକୃତ ସଂଖ୍ୟା ଗଣାଯାଇ ନ ଥିବାରୁ ସୁବିଧା ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷେ ସମସ୍ୟା ସୃଷ୍ଟି ହେଉଛି। ୨୦୧୧ରେ ସାମାଜିକ, ଆର୍ଥିକ ଜନଗଣନା ହୋଇଥିଲେ ମଧ୍ୟ ତାହାକୁ ପ୍ରକାଶ କରାଯାଇ ପାରିନାହିଁ। ଏଥିଯୋଗୁ ଆସନ୍ତା ଜନଗଣନା ବେଳେ ଏଥିପାଇଁ ଏକ ସ୍ବତନ୍ତ୍ର କଲମ ରହିବ। କ୍ୟାବିନେଟ ନିଷ୍ପତ୍ତି ପରେ ଏହାକୁ କେନ୍ଦ୍ର ସରକାରଙ୍କ ନିକଟକୁ ଅନୁମୋଦନ ପାଇଁ ପଠାଯିବ।

ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ ସାମାଜିକ, ଆର୍ଥିକ ଓ ଜାତିଭିତ୍ତିକ ଗଣନା କରିବା ନେଇ ରାଜ୍ୟ ସରକାର ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ଜାତିର ପିତା ମହାତ୍ମା ଗାନ୍ଧୀ କହିଥିଲେ ”ଯେତେବେଳେ ଅର୍ଥନୈତିକ ଏକତା ଦେଖାଦେବ ସେତେବେଳେ ପୂର୍ଣ୍ଣ ସ୍ବାଧୀନତା ମିଳିପାରିବ। ଆମେ ସମାନ ଭାବେ ଜନ୍ମ ନେଇଛୁ, ଆମ ସମସ୍ତଙ୍କୁ ସମାନ ସୁଯୋଗ ମିଳିବା ଦରକାର।“ ଗାନ୍ଧିଜୀଙ୍କ ଏହି ଚିନ୍ତାଧାରାକୁ ସମ୍ବିଧାନରେ ସ୍ଥାନିତ କରାଯାଇଛି। ସମ୍ବିଧାନର ଅନୁଚ୍ଛେଦ ୧୫(୪) ଅନୁଯାୟୀ ରାଜ୍ୟ ସରକାର ସାମାଜିକ ଓ ଆର୍ଥିକ କ୍ଷେତ୍ରରେ ପଛୁଆ ଥିବା ବର୍ଗ, ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ବ୍ୟବସ୍ଥା ରହିଛି । ଅନୁଚ୍ଛେଦ-୪୬ରେ ଦୁର୍ବଳ ଶ୍ରେଣୀଙ୍କ ସାମାଜିକ ଓ ଶିକ୍ଷାଗତ ଉନ୍ନତି ପାଇଁ ସ୍ବତନ୍ତ୍ର ଯତ୍ନ ନେବାକୁ କୁହାଯାଇଛି। ଅନୁଚ୍ଛେଦ ୧୬(୪) ଅନୁଯାୟୀ ପଛୁଆ ବର୍ଗଙ୍କ ପାଇଁ ନିଯୁକ୍ତି କ୍ଷେତ୍ରରେ ସ୍ଥାନ ସଂରକ୍ଷଣ ଦେବାକୁ ବ୍ୟବସ୍ଥା ରହିଛି। ଗଣନା ହୋଇ ନ ଥିବାରୁ ସରକାରୀ ଚାକିରିରେ ସେମାନଙ୍କୁ ପର୍ଯ୍ୟାପ୍ତ ନିଯୁକ୍ତି ମିଳିପାରୁ ନାହିଁ। ଦେଶର ସାମାଜିକ ବ୍ୟବସ୍ଥା ମଧ୍ୟରେ ରାଜ୍ୟର ସାମାଜିକ ବିବିଧତା କେଉଁ ଅନାଦି କାଳରୁ ରହି ଆସିଛି। ଗତ ୮୩ ବର୍ଷ ଧରି ଦେଶର ଆଧୁନିକ ରାଜ୍ୟ ଭାବେ ଓଡିଶା ଅନେକ କ୍ଷେତ୍ରରେ ପ୍ରଗତି କରିଛି। ଗତ ଦୁଇ ଦଶନ୍ଧି ଧରି ରାଜ୍ୟର ପ୍ରଗତି ହୋଇଛି। ତେବେ ୧୯୩୧ ପରଠାରୁ ଜନଗଣନାରେ ଜାତିଭିତ୍ତିକ ଗଣନାକୁ ପ୍ରାଧାନ୍ୟ ଦିଆଯାଇ ନାହିଁ। ଆସନ୍ତା ଜନଗଣନାରେ ଏସ୍‌ଇବିସି, ଏସ୍‌ସି/ଏସ୍‌ଟି ବର୍ଗ ପାଇଁ ସ୍ବତନ୍ତ୍ର ଗଣନା କରାଯିବ। ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଏହାକୁ କାର୍ଯ୍ୟକାରୀ କରିପାରିଲେ ବାପୁଙ୍କ ଚିନ୍ତାଧାରାକୁ ଏହା ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ମନ୍ତ୍ରୀ କହିଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ ସାମାଜିକ, ଅର୍ଥନୈତିକ ଓ ଜାତିଭିତ୍ତିକ ଜନଗଣନା କରିବାକୁ ମହାରାଷ୍ଟ୍ର ବିଧାନସଭାରେ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri