Posted inଜାତୀୟ

ସ୍ବଦେଶ ଫେରିବେ ୧୯୩ ପାକ୍‌ ନାଗରିକ

ନୂଆଦିଲ୍ଲୀ, ୨ା୫: ପ୍ରାଣଘାତୀ କରୋନା ଭାଇରସ୍‌ର ତାଣ୍ଡବ ଜାରି ରହିଛି। ଏଥିଲାଗି ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ମହାମାରୀରୁ ବର୍ତ୍ତିବା ଲାଗି ଯୋଜନା ପ୍ରସ୍ତୁତ ହେଉଛି। ତେବେ ଭାରତରେ ଫସି ରହିଥିବା ୧୯୩ ପାକିସ୍ତାନ ନାଗରିକଙ୍କୁ ସ୍ବଦେଶ ଫେରିଯିବା ଲାଗି କେନ୍ଦ୍ର ସରକାର ଶନିବାର ଅନୁମତି ପ୍ରଦାନ କରିଛନ୍ତି। ମେ ୫ରେ ଏହି ନାଗରିକମାନେ ପାକିସ୍ତାନ ଫେରିଯିବେ। ଏଥିଲାଗି ୧୦ ରାଜ୍ୟ ସହଯୋଗ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି।
କରୋନା ଯୋଗୁ ଅଟକି ରହିଥିବା ପାକ୍‌ ନାଗରିକଙ୍କୁ ଓ୍ବାଘା ସୀମା ପର୍ଯ୍ୟନ୍ତ ଯିବା ଲାଗି ରାଜ୍ୟଗୁଡ଼ିକ ସହଯୋଗ କରିବାକୁ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୧୦ ରାଜ୍ୟର ୨୫ ଜିଲାରେ ଏମାନେ ରହୁଛନ୍ତି। ମଙ୍ଗଳବାର ପୂର୍ବରୁ ସୀମା ପର୍ଯ୍ୟନ୍ତ ଯିବା ଲାଗି ରାଜ୍ୟ ପୋଲିସ ମୁଖ୍ୟ ବ୍ୟବସ୍ଥା କରିବାକୁ କେନ୍ଦ୍ର ନିର୍ଦ୍ଦେଶ ଦେଇଛି। ପାକିସ୍ତାନ ଯିବା ପୂର୍ବରୁ ସମସ୍ତଙ୍କ ସ୍କ୍ରିନିଂ ଟେଷ୍ଟ କରାଯିବ ବୋଲି ଜଣାପଡ଼ିଛି। ପାକିସ୍ତାନ ହାଇ କମିଶନ ପକ୍ଷରୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପାକିସ୍ତାନ ନାଗରିକଙ୍କୁ ଫେରିବା ସୁବିଧା ଯୋଗାଇ ଦେବା ଲାଗି ଭାରତକୁ ଅନୁରୋଧ କରାଯାଇଥିବା ଜଣାପଡ଼ିଛି। ଗତ ଏପ୍ରିଲ ମାସରେ ମଧ୍ୟ ଭାରତରେ ଅଟକି ରହିଥିବା କିଛି ପାକ୍‌ ନାଗରିକଙ୍କୁ ଫେରିଯିବା ଲାଗି ସୁବିଧା ଯୋଗାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ୟୁ-ଟର୍ନ ନେଲା ଆନ୍ଦୋଳନ: ସରକାରଙ୍କ ଆଗରେ ପୁଣି ବଡ଼ ସର୍ତ୍ତ ରଖିଲା CJP, ବଢିଲା କେନ୍ଦ୍ର ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରବକ୍ତା ସୌରଭ ଦାସ ସରକାରଙ୍କ ସହ ଆଲୋଚନାକୁ ନେଇ କହିଛନ୍ତି ଯେ, ପୂର୍ବରୁ ସରକାର ମିଛ କହିଥିଲେ ଯେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri