ସ୍ବପ୍ନ ପୂରଣ କଲା ହୁଇଲଚେୟାର

ଖଇରା, ୧୭।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ରଟିଣା ପଞ୍ଚାୟତ ତୁମ୍ବାପଦୀ ଗ୍ରାମର ଭାଗିରଥି ଦାସ ଅଜଣା ରୋଗରେ ଆକ୍ରାନ୍ତ ହୋଇ ଚାଲିବାକୁ ଅକ୍ଷମ ହୋଇପଡିଥିଲେ। ଆଉ ବିଛଣାରୁ ଉଠି ରାସ୍ତାରେ ଚାଲିବା ଆଶା ତାଙ୍କର ଧୂଳିସାତ ହୋଇ ସାରିଥିଲା। ଚିକିତ୍ସାରେ ତାଙ୍କର ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହୋଇସାରିଥିବା ବେଳେ ଆଉ ହୁଇଲଚେୟାର କିଣିବାକୁ ଅସମର୍ଥ ଥିଲେ। କରୋନା ଯୋଗୁ କାମଧନ୍ଦା ବନ୍ଦ ଥିବାରୁ ଘର ଲୋକମାନେ ଖାଦ୍ୟ ଠିକ ଭାବେ ଯୋଗାଡ କରିପାରୁ ନ ଥିବା ବେଳେ ହୁଇଲ ଚେୟାର କିଣିବା ଅସମ୍ଭବ ଥିଲା। ଏ ସମ୍ପର୍କରେ ଗ୍ରାମର ବାବୁଲା ପଣ୍ଡା, ନଳିନୀ ମହାନ୍ତି, ରାମ ସାହୁ ବିଶିଷ୍ଟ ସମାଜସେବୀ ତଥା ଶିଳ୍ପପତି ଶଶି କୁମାର ସାହୁ ଅବଗତ କରାଯିବାରେ ସେ ଏକ ହୁଇଲଚେୟାର ପ୍ରଦାନ କରିବା ସହ ଖାଦ୍ୟସାମଗ୍ରୀ ଯୋଗାଡ ପାଇଁ ୨ହଜାର ଟଙ୍କା ଦେଇଥିଲେ। ରବିବାର ସାହୁଙ୍କ ଏକାନ୍ତ ଅନୁଗତ ଦୀପକ କୁମାର ପ୍ରଧାନ ଓ ଅକ୍ଷୟ କୁମାର ଧିନ୍ଦା ଗ୍ରାମରେ ପହଞ୍ଚି ହୁଇଲ ଚେୟାର ପ୍ରଦାନ କରିବା ପରେ ଭାଗିରଥି ଖୁସିରେ ଆମତ୍ବିଭୋର ହୋଇପଡିଥିଲେ। ତାଙ୍କର ଦୀର୍ଘଦିନର ଆଶା ପୂରଣ ହେଲା ବୋଲି ଗଦାଧର ଲୁହଭରା ନୟନରେ କହିଥିଲେ। ସେହିଭଳି କିଡ୍‌ନୀ ରୋଗରେ ଆକ୍ରାନ୍ତ ଯୋଗୁ ସର୍ବହରା ହୋଇ ପଡିଥିବା ସେହି ଗ୍ରାମର ଗଦାଧର ସାହୁଙ୍କୁ ତାଙ୍କର ସହଯୋଗୀ ଅକ୍ଷୟ ଧିନ୍ଦାଙ୍କ ସହାୟତାରେ ୧ହଜାର ୫ଶହ ଟଙ୍କା ପ୍ରଦାନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ସରକାରଙ୍କ ଏହି ପଦକ୍ଷେପରେ CJP ଅସନ୍ତୁଷ୍ଟ: ପୁଣି ରାଜରାସ୍ତାକୁ ଓହ୍ଲାଇବାକୁ ଦେଲା ଧମକ

ନୂଆଦିଲ୍ଲୀ,୩୧।୭: କକ୍ରୋଚ ଜନତା ପାର୍ଟି (CJP) ଦିଲ୍ଲୀ ସରକାରଙ୍କ ବିଜ୍ଞପ୍ତିକୁ ସ୍ବାଗତ କରିଛି। ୩୬ ଦିନ ଧରି ଚାଲିଥିବା ଛାତ୍ର ପ୍ରତିବାଦ ସହିତ ପଞ୍ଜିକୃତ FIR ସମ୍ପର୍କରେ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri