Posted inଖେଳ

ସ୍ବପ୍ନ ରହିଗଲା ଅଧା, ହେଲେ ବିଶ୍ୱାସ ମରି ନାହିଁ: ସେହ୍ବାଗ

ନୂଆଦିଲ୍ଲୀ,୭।୯- ଦେଶର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରାୟାନ-୨ ଲ୍ୟାଣ୍ଡର ‘ବିକ୍ରମ’କୁ ଚନ୍ଦ୍ର ପୃଷ୍ଠରେ ଅବତାର କରାଇପାରି ନାହିଁ। ଲକ୍ଷ୍ୟ ସ୍ଥଳଠାରୁ ୨.୧ କିମି ଦୂରରେ ଥିବାବେଳେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଏହି ପ୍ରୋଜେକ୍ଟରେ ବର୍ଷ ବର୍ଷ ଧରି କାର୍ଯ୍ୟ କରୁଥିବା ବୈଜ୍ଞନିକମାନେ ଦୁଃଖରେ ଭାଙ୍ଗି ପଡ଼ିଥିଲେ। ହେଲେ ସେମାନଙ୍କୁ ସାନ୍ତ୍ୱନା ଦେବାକୁ ଆଗେଇ ଆସିଛନ୍ତି ପୂର୍ବତନ ଓ ବର୍ତ୍ତମାନ ଭାରତୀୟ କ୍ରିକେଟରମାନେ। ପୂର୍ବତନ ଓପନର ବୀରେନ୍ଦ୍ର ସେହ୍ବାଗ ଟୁଇଟ୍‌ କରିଛନ୍ତି ଅଧା ରହିଗଲା ସ୍ବପ୍ନ, ହେଲେ ବିଶ୍ୱାସ ମରି ନାହିଁ। ଚ୍ୟାଲେଞ୍ଜକୁ ମୁକାବିଲା କରିବାର କ୍ଷମତା ଇସ୍ରୋର ରହିଛି। ଆମେ ନିଶ୍ଚେ ସଫଳ ହେବା। ସେହିଭଳି ଭାରତୀୟ ଅଧିନାୟକ ବିରାଟ କୋହଲି ଲେଖିଛନ୍ତି, ବିଜ୍ଞାନରେ ବିଫଳତା କିଛି ନାହିଁ। ଆମେ ଏକ୍ସପେରିମେଣ୍ଟ କରି ଶିକ୍ଷା ଲାଭ କରୁ। ଦିନ-ରାତି କାର୍ଯ୍ୟ କରିଥିବା ଇସ୍ରୋର ବୈଜ୍ଞାନିକଙ୍କ ଲାଗି ସମ୍ମାନ ବଢ଼ିଯାଇଛି। ତୁମମାନଙ୍କ ପାଇଁ ଦେଶ ଗର୍ବିତ। ଜୟ ହିନ୍ଦ୍‌। ଏହି ତାଲିକାରେ ଭାଜପା ଏମ୍‌ପି ଗୌତମ ଗମ୍ଭୀର, ହରଭଜନ ସିଂ, ରିଷଭ ପନ୍ତ, ଶିଖର ଧାଓ୍ବନଙ୍କ ଭଳି କ୍ରିକେଟର ରହିଛନ୍ତି। ରାତି ୧ଟା ୫୩ ମିନିଟରେ ଚନ୍ଦ୍ରୟାନ-୨ ‘ବିକ୍ରମ’ ଅବତାରଣ କରିବାରେ ବିଫଳ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରୋ ମୁଖ୍ୟ କେ. ଶିବନଙ୍କୁ ସାନ୍ତ୍ୱନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri