ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ:କବିଙ୍କ ଆଦର୍ଶ, ନୀତି ଓ ଜୀବନୀ ଉପରେ ଆଲୋଚନା

କେସିଙ୍ଗା,୨୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ସ୍ଥାନୀୟ ବିଦ୍ୟାପୀଠ ପରିସରରେ ରବିବାର ଅପରାହ୍ନ ୪ଟାରେ ପାଳିତ ହୋଇଯାଇଛି । ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ହରିଶଙ୍କର ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା । ପ୍ରାରମ୍ଭିକ ସଙ୍ଗୀତ ଶିଶୁ ମନ୍ଦିରର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ଗାନ କରାଯାଇଥିଲା । ଏହି ଉପଲକ୍ଷେ ବରିଷ୍ଠ ସାହିତ୍ୟକ ଡ. ରଘୁନାଥ ମେହେରଙ୍କୁ ଗଙ୍ଗାଧର ମେହେର ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିରେ ମୁଖ୍ୟଅତିଥି ଭାବେ ବରିଷ୍ଠ ଚିକିତ୍ସକ ଓ ସାମାଜିକ କର୍ମୀ ଡା. ହେମସାଗର ସାହା, ମୁଖ୍ୟବକ୍ତା ଭାବେ ବରିଷ୍ଠ ସାହିତ୍ୟକ ସମ୍ବଲପୁର ଡ. ରଘୁନାଥ ମେହେର, ସମ୍ମାନିତ ବକ୍ତା ଓଡିଆ ଅଧ୍ୟାପିକା ମହିଳା ବିଦ୍ୟାଳୟ ବରଗଡ ଡ. ରୀନା କୁମାରୀ ମେହେର ପ୍ରମୁଖ ଯୋଗଦେଇ କବିଙ୍କ ଆଦର୍ଶ, ନୀତି ଓ ଜୀବନୀ ଉପରେ ଆଲୋକପାତ କରିଥିଲେ। ଚେତାବନୀ ସାହିତ୍ୟ ସଂସଦର ସାଧାରଣ ସମ୍ପାଦକ ରଞ୍ଜନ କୁମାର ପଣ୍ଡା ସ୍ବାଗତ ସମ୍ଭାଷଣ ପ୍ରଦାନ କରିଥିଲେ। ଉକ୍ତ ଅନୁଷ୍ଠାନର ଉପସଭାନେତ୍ରୀ ରୁବି ଚୌଧୁରୀ ମଞ୍ଚ ପରିଚାଳନା କରିଥିଲେ। ସାଙ୍ଗଠନିକ ସମ୍ପାଦକ ଯାଦବେନ୍ଦ୍ର ସାହା ଅତିଥି ପରିଚୟ ପ୍ରଦାନ କରିଥିଲେ। ଶେଷରେ ଉପସଭାପତି ରମେଶ କୁମାର ଜେନା ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

କୋଲାବ ନଦୀରେ ଭାସିଗଲେ ଶିକ୍ଷକ, ମାଛ ଧରୁଥିବା ବେଳେ…

କୋରାପୁଟ, ୨୪ା୯ (ଅମିତାଭ ବେହେରା): କୋଲାବ ନଦୀର ପ୍ରଖର ସ୍ରୋତରେ ଭାସିଯାଇ ଜଣେ ଶିକ୍ଷକ ନିଖୋଜ ହୋଇଛନ୍ତି । ନିଖୋଜ ଶିକ୍ଷକ ହେଲେ ବନ୍ଦଗୁଡ଼ା ଅଞ୍ଚଳର ଭୀମଧର…

ଦଳେଇଗୁଡ଼ା ସ୍କୁଲକୁ ଆକସ୍ମିକ ଗସ୍ତ କଲେ ଅତିରିକ୍ତ ଜିଲ୍ଲାପାଳ, ଯାଞ୍ଚ କଲେ ଖାଦ୍ୟର ଗୁଣବତ୍ତା

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ ): ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ବିଦ୍ୟାଳୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ପାଇଁ ଉପଲବ୍ଧ ବ୍ୟବସ୍ଥା, ଖାଦ୍ୟର ଗୁଣବତ୍ତା ଏବଂ ସରକାରୀ ନିର୍ଦ୍ଧାରିତ ମାନଦଣ୍ଡର ଅନୁପାଳନ ସମ୍ପର୍କରେ…

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?