Posted inରାଜ୍ୟ

ସ୍ବର୍ଣ୍ଣ ବିଜେତା ଅଶ୍ୱତ୍ଥଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ବ୍ୟୁରୋ): ରୁଷିଆସ୍ଥିତ କାଜାନ୍‌ରେ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିବା ଏସ୍‌. ଅଶ୍ୱତ୍ଥ ନାରାୟଣଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବର୍ଦ୍ଧିତ କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନାରାୟଣଙ୍କୁ ୧୦ ଲକ୍ଷ ଟଙ୍କା ପୁରସ୍କାର ଦିଆଯାଇଛି। ଏଥିସହିତ ତାଙ୍କ ପ୍ରଶିକ୍ଷକ ରଜତ କୁମାର ସାମନ୍ତରାୟଙ୍କୁ ୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଅଶ୍ୱତ୍ଥ ବୈଷୟିକ ଶିକ୍ଷା ଗ୍ରହଣ କରୁଥିବା ସି.ଭି. ରମଣ କଲେଜ ଅଫ୍‌ ଇଞ୍ଜିନିୟରିଂ ପାଇଁ ୫ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରାଯାଇଛି। ଏହି ଅର୍ଥରେ ସେଠାରେ ବିଜୁ ପଟ୍ଟନାୟକ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ପ୍ରତିଷ୍ଠା କରାଯିବ। ଏହି ଉତ୍ସବରେ ଉପସ୍ଥିତ ଥିବା ସେହି ବୈଷୟିକ ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଡକ୍ଟର ସଞ୍ଜୀବ ରାଉତ, ପ୍ରଶିକ୍ଷକ ରଜତ କୁମାର ଏବଂ ଅନ୍ୟ ଦୁଇ ପ୍ରତିଯୋଗୀ(ଜେନୋଫୋନ୍‌ ଦାସ ଏବଂ ଅବିନାଶ ସ୍ବାଇଁ)ଙ୍କୁ ମଧ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦକ୍ଷତାକୁ ଆୟୁଧ କରି ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଯୁବବର୍ଗଙ୍କ ପାଇଁ ଅଶ୍ୱତ୍ଥ ପ୍ରକୃତ ରୋଲ୍‌ ମଡେଲ। ତାଙ୍କୁ ବିଶ୍ୱ ଦରବାରରେ ମିଳିଥିବା ଏହି ସମ୍ମାନ ଓଡ଼ିଶାରେ ଦକ୍ଷତା ବିକାଶ କ୍ଷେତ୍ରରେ ଯୁବଗୋଷ୍ଠୀଙ୍କୁ ପ୍ରେରଣା ଯୋଗାଇବ। ସେହିପରି ରାଜ୍ୟର ବିଭିନ୍ନ ଆଇଟିଆଇ, ପଲିଟେକ୍‌ନିକ ଏବଂ ଅନ୍ୟ ଦକ୍ଷତା ପ୍ରଶିକ୍ଷଣ ସଂସ୍ଥାର ଛାତ୍ରୀଛାତ୍ରଗଣ ୨୦୨୧ରେ ହେବାକୁ ଥିବା ଇଣ୍ଡିଆ ସ୍କିଲ୍ସ ଏବଂ ୱାଲର୍‌ଡ ସ୍କିଲ୍ସରେ ଭାଗ ନେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏହି ଉତ୍ସବରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧ୍ୟକ୍ଷ ସୁବ୍ରତ ବାଗଚୀ, ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri