ସ୍ବାଦିଷ୍ଟ ସହ ସ୍ବାସ୍ଥ୍ୟ ଉପକାରୀ କିଓ୍ବି: ଏସବୁ ସମସ୍ୟା କରେଦୂର

ପାହାଡ଼ିଆ ଅଞ୍ଚଳରେ ଏପରି କିଛି ଫଳ ରହିଛି ଯାହା ଅଧିକ ଲୋକପ୍ରିୟ ହୋଇ ନ ଥିଲେ ମଧ୍ୟ ଏହାକୁ ଥରେ ଖାଇଲେ ତାହା ସ୍ବାଦ ଭୁଲିହୋଇ ନ ଥାଏ। ଏପରି ଏକ ଫଳ ହେଉଛି କିୱି ଯାହା ଅଧିକ ସ୍ବାଦିଷ୍ଟ। ଏହାର ଅନେକ ଉପକାରୀ ଗୁଣ ମଧ୍ୟ ରହିଛି ଯାହା ଆପଣଙ୍କୁ ଆଶ୍ଚର୍ଯ୍ୟ କରିବ। ଜାଣନ୍ତୁ ଏହି ଫଳକୁ ଖାଇବା ଦ୍ୱାରା କ’ଣ ସବୁ ଲାଭ ମିଳିଥାଏ।

ଚର୍ମ କୋଷଗୁଡ଼ିକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଠିକ୍‌ ରଖେ
ଏଥିରେ ଭଲ ପରିମାଣର ଭିଟାମିନ ଇ’ ଏବଂ ଆଣ୍ଟିଅକ୍ସିଡାଣ୍ଟ ଥାଏ । ଏହା ଚର୍ମ କୋଷଗୁଡ଼ିକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସୁସ୍ଥ ରଖେ ଏବଂ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ।

ଶରୀରରେ ଆଇରନ ବୃଦ୍ଧି

ଏଥିରେ ସର୍ବାଧିକ ଭିଟାମିନ୍‌ ସି ଥାଏ, ଯାହା କମଳାର ଦୁଇଗୁଣ ହୋଇଥାଏ। ଏହା ଶରୀରରେ ଆଇରନ୍‌ ବୃଦ୍ଧି କରିଥାଏ। ବିଶେଷକରି ରକ୍ତହୀନତା ସମସ୍ୟା ଦୂର ଲାଗି ଏହାକୁ ଖାଇବା ଜରୁରୀ।

ମଧୁମେହ ନିୟନ୍ତ୍ରଣ
ଏଥିରେ କମ୍‌ ପରିମାଣର ଗ୍ଲାଇସେମିକ୍‌ ଇଣ୍ଡେକ୍ସ ରହିଥାଏ। ଯାହା ରକ୍ତରେ ଗ୍ଲୁକୋଜ ବୃଦ୍ଧି କରେ ନାହିଁ । ଏହି କାରଣରୁ ମଧୁମେହ, ହୃଦ୍‌ରୋଗ ଏବଂ ଓଜନ ହ୍ରାସ କରିବାରେ ସାହାଯ୍ୟ କରେ।

ଗର୍ଭାବସ୍ଥାରେ ଲାଭଦାୟକ
ଗର୍ଭବତୀ ମହିଳାମାନେ ପ୍ରତିଦିନ ୪୦୦ରୁ ୬୦୦ ମାଇକ୍ରୋଗ୍ରାମ ଫଲିକ୍‌ ଏସିଡ୍‌ ଆବଶ୍ୟକ କରୁଥିବା ବେଳେ କିୱି ଫଲିକ୍‌ ଏସିଡ୍‌ର ଉତ୍ସ ହୋଇଥାଏ। ଏହାକୁ ଖାଇଲେ ଗର୍ଭରେ ଥିବା ଶିଶୁର ମସ୍ତିଷ୍କ ବିକାଶ ହୋଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri