ସ୍ବାଧୀନତାର ୭୦ ବର୍ଷ ପରେ ବି ଏଠି ଉଡ଼ି ନ ଥିଲା ଜାତୀୟ ପତାକା

ପ୍ରତିବର୍ଷ ଅଗଷ୍ଟ ୧୫କୁ ଭାରତ ସ୍ବାଧୀନତା ଦିବସ ଭାବେ ପାଳନ କରିଥାଏ। କାରଣ ଭାରତୀୟଙ୍କ ପାଇଁ ଏହି ଦିନର ମହତ୍ତ୍ୱ ଖୁବ୍‌ ଅଧିକ। ହେଲେ ଭାରତରେ ଏମିତି ଏକ ଗାଁ ଅଛି ଯେଉଁଠି ଲୋକେ ସ୍ବାଧୀନତାର ୭୦ ବର୍ଷ ପର୍ଯ୍ୟନ୍ତ ନିଜକୁ ପରାଧୀନ ବୋଲି ଧରି ନେଇଥିଲେ। କାରଣ ଏମାନେ ଆଜି ମଧ୍ୟ ଗୋଲାମ ଭଳି ରହୁଛନ୍ତି। ହରିୟାଣାର ରୋହନାତ ଗାଁରେ ସ୍ବାଧୀନତାର ୭୦ ବର୍ଷ ପର୍ଯ୍ୟନ୍ତ ଜାତୀୟ ପତାକା ନ ଉଡିବା ଆଶ୍ଚର୍ଯ୍ୟର ଘଟଣା। କେବଳ ସେତିକି ନୁହେଁ, ପାଖାପାଖି ୪ହଜାର ୨ଶହ ଜନସଂଖ୍ୟା ବିଶିଷ୍ଟ ଏହି ଗାଁରେ ସ୍ବାଧୀନତା ସହ ଯୋଡିହୋଇ ରହିଥିବା କୌଣସି ପର୍ବ ପାଳନ କରାଯାଉ ନ ଥିଲା। ଖାଲି ସ୍ବାଧୀନତା ଦିବସ ନୁହେଁ, ଏଠାରେ ସାଧାରଣତନ୍ତ୍ର ଦିବସ ମଧ୍ୟ ପାଳନ କରାଯାଇ ନ ଥାଏ। ଇତିହାସ କହେ ଇଂରେଜମାନେ ଏଠାରେ ଜାଲିଆନାଓ୍ବାଲାବାଗ ଭଳି ନରସଂହାର କରିବା ସହ ୧୮୫୭ କ୍ରାନ୍ତିରେ ଯେଉଁମାନେ ଅଂଶ ଗ୍ରହଣ କରିଥିଲେ ସେମାନଙ୍କୁ ମୃତ୍ୟୁଦଣ୍ଡ ଦେଇଥିଲେ। ଏହାସହ ଗାଁରେ ତୋପ ଚଳାଇ ଅନେକଙ୍କୁ ମାରିଦେବା ସହ କେତେକଙ୍କୁ ରୋଲର ଚଢାଇ ଇଂରେଜମାନେ ମାରି ଦେଇଥିବା କୁହାଯାଏ। ଏମିତି ପରିସ୍ଥିତିରେ ଅନେକ ମହିଳା କୂଅକୁ ଡେଇଁ ଆତ୍ମହତ୍ୟା କରିଥିବା ମଧ୍ୟ ଇତିହାସରେ ବର୍ଣ୍ଣନା କରାଯାଇଛି। ଏମିତି ସବୁ ଘଟଣା ଇତିହାସ ପୃଷ୍ଠାରୁ ତଥା ବୟସ୍କ ବ୍ୟକ୍ତିଙ୍କଠାରୁ ଶୁଣିବା ପରେ ଆଜିବି ରୋହନାତ ଗାଁର ଲୋକେ ନିଜକୁ ଗୋଲାମ ବୋଲି ଭାବି ଗାଁରେ ଜାତୀୟ ପତାକା ଉଡାଉ ନ ଥିଲେ। ଏବେ ସରକାରଙ୍କର ବିଭିନ୍ନ ଯୋଜନା ମାଧ୍ୟମରେ ଗାଁର ଉନ୍ନତୀକରଣ କରାଯାଇଥିବା ବେଳେ ଗାଁ ଲୋକେ ଧୀରେ ଧୀରେ ପରିବର୍ତ୍ତନ ହେଉଥିବା ଲକ୍ଷ୍ୟ କରାଯାଉଛି। କାରଣ ୨୦୧୮ ସାଧାରଣତନ୍ତ୍ର ଦିବସରେ ସେଠାରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିବା କେତେଜଣ ସରକାରୀ ଅଧିକାରୀ ସୂଚନା ଦେଇଛନ୍ତି। ତେଣୁ ଚଳିତ ବର୍ଷ ସ୍ବାଧୀନତା ଦିବସରେ ଏଠାରେ ଜାତୀୟ ପତାକା ଉତ୍ତୋଳନ କରାଯିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?