ସ୍ବାଧୀନତା ଦିବସରେ ଗାନ୍ଧିଜୀଙ୍କୁ ଅସମ୍ମାନ

ଚନ୍ଦାହାଣ୍ଡି, ୧୫।୮(ଡି.ଏନ୍‌.ଏ.)-ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସମସ୍ତେ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ମନେ ପକାଇଥାନ୍ତି। ଜାତୀୟ ପତାକା ଉତ୍ତୋଳନ ପରେ ସେମାନଙ୍କ ବଳିଦାନର କଥା ଚର୍ଚ୍ଚା ହୋଇଥାଏ। ଏହା ମଧ୍ୟରେ ସ୍ବାଧୀନତା ସଂଗ୍ରାମର ପୁରୋଧା କୁହାଯାଉଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଚନ୍ଦାହାଣ୍ଡିରେ ଅସମ୍ମାନ କରାଯାଉଥିବା ଭଳି ଦୃଶ୍ୟ ନଜରକୁ ଆସିଥିଲା। ଗୁରୁବାର ଚନ୍ଦାହାଣ୍ଡି ବ୍ଲକ କାର୍ଯ୍ୟାଳୟରେ ବିଡିଓ ଦେବେନ୍ଦ୍ର ପ୍ରସାଦ ପତାକା ଉତ୍ତୋଳନ କରିଥିଲେ। କାର୍ଯ୍ୟକ୍ରମ ସରିବା ପରେ ସମସ୍ତେ ଘରକୁ ଯାଇଥିଲେ। କିନ୍ତୁ ପତାକା ପାଖରେ ଫୁଲ ଦିଆଯାଇ ପୂଜା କରାଯାଇଥିବା ମହାତ୍ମା ଗାନ୍ଧୀଙ୍କ ଫଟୋ ତଳେ ପଡିଥିବା ଦେଖା ଯାଇଥିଲା। ବ୍ଲକ କଲୋନୀ ମଧ୍ୟରେ ସମସ୍ତ ଷ୍ଟାଫ ରହୁଥିଲେ ମଧ୍ୟ ଏଥିପ୍ରତି କାହାର ନଜର ପଡି ନ ଥିଲା। ପତାକା ଉତ୍ତୋଳନ ବେଳେ ପୂଜା କରାଯାଇଥିବା ମହାତ୍ମା ଗାନ୍ଧୀଙ୍କୁ ପ୍ରଶାସନ ପରେ ଭୁଲି ଯାଇଥିଲା ବୋଲି ବୁଦ୍ଧିଜୀବୀମାନେ କହିଛନ୍ତି। ପରେ ବିଜେଡିର କିଛି ନେତା ବ୍ଳକକୁ ବୁଲି ଯାଇଥିବାବେଳେ ମହାତ୍ମା ଗାନ୍ଧୀଙ୍କ ଫଟୋ ତଳେ ପଡି ଯାଇଥିବା ଦେଖି ଉଠାଇଥିଲେ। ଏହି ଘଟଣାକୁ ସାଧାରଣରେ ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri