ସ୍ବାଧୀନତା ଦିବସ ଅବସରରେ ଚାରାରୋପଣ

ସେମିଳିଗୁଡା, ୧୫।୮(ସ୍ବ.ପ୍ର.)-
ସେମିଳିଗୁଡ଼ାସ୍ଥିତ ସାଉଥ୍‌-କୋ କାର୍ଯ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ପ୍ରଥମେ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରାଯାଇଥିଲା। ପରେ ଏହି ଅବସରରେ ସ୍ଥାନୀୟ ପାହଡ଼ରେ ସାଉଥ୍‌-କୋ କର୍ମଚାରୀମାନେ ଚାରାରୋପଣ କରିଥିଲେ। ପରିବେଶକୁ ସବୁଜସୁନ୍ଦର କରିବା ଲକ୍ଷ୍ୟରେ ଆମ୍ବ, କଦମ୍ବ, ବଉଳ, କୃଷ୍ଣଚୂଡା ଗଛ ଲଗାଯାଇଛି ବୋଲି ସାଉଥ୍‌-କୋ ଅଧିକାରୀ କହିଥିଲେ। ପତାକା ଉତ୍ତୋଳନ ଓ ଚାରାରୋପଣ ସମୟରେ ସାଉଥ୍‌-କୋ ସହକାରୀ ଯନ୍ତ୍ରୀ ଅରବିନ୍ଦ ପଣ୍ଡା, ପ୍ରଭାତ ଚୌଧୁରି, ସଂଗ୍ରାମ ବିଶ୍ୱାଳ, ନୀଳ ଟାକିରି, ମନୋଜ ପାତ୍ର, ମାଧବ ମହାନ୍ତି, ଲକ୍ଷ୍ମୀ ପଣ୍ଡା, ପି. ପ୍ରଦୀପ କୁମାର, ସନ୍ତୋଷ ପାଢି, ରମେଶ କୁମାର ସାହୁ, ବାଲାଜି ଓ କାଳୁ ମହାନ୍ତିଙ୍କ ସମେତ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri