ସ୍ବାଧୀନତା ଦିବସ ପାଇଁ ରେଳ ଷ୍ଟେଶନରେ ବଢ଼ିଲା ସୁରକ୍ଷା: ଯାତ୍ରୀଙ୍କ ଲଗେଜ୍‌, ଟ୍ରେନ୍‌ ବଗି ଯାଞ୍ଚ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସ୍ବାଧୀନତା ଦିବସ ପାଇଁ ମଙ୍ଗଳବାର ଭୁବନେଶ୍ୱର ମୁଖ୍ୟ ରେଳ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ରେଳ ସୁରକ୍ଷା ବଳ ଓ ସ୍ପେଶାଲ ଟାସ୍କ ଫୋର୍ସ ମିଶି ରେଳ ଷ୍ଟେଶନର କୋଣ ଅନୁକୋଣ ଯାଞ୍ଚ କରିଛନ୍ତି। ଯାତ୍ରୀଙ୍କଠାରୁ ନେଇ, କର୍ମଚାରୀ ଓ ଷ୍ଟେଶନକୁ ଆସୁଥିବା ସମସ୍ତ ପାର୍ସଲକୁ ତନ୍ନ ତନ୍ନ କରି ଯାଞ୍ଚ କରିଛି ରେଳ ସୁରକ୍ଷା ବଳ। ମେଟାଲ ଡିଟେକ୍ଟର ସାହାଯ୍ୟରେ ପ୍ରତିଟି ସନ୍ଦେହଜନକ ଜିନିଷ ପତ୍ର ଓ ଡଷ୍ଟବିନ ପାଣି ଟାଙ୍କି ସବୁକୁ ତନଖି କରାଯାଇଛି। ଷ୍ଟେଶନକୁ ଆସିଥିବା ସବୁ ଟ୍ରେନର ବଗିଗୁଡିକ ମଧ୍ୟ ଯାଞ୍ଚ କରାଯାଉଛି ବୋଲି ଆରପିଏଫ ପକ୍ଷରୁ ସୂଚନା ମିଳିଛି। ତେବେ ସୁରକ୍ଷାକୁ ସୁନିଶ୍ଚିତ କରିବା ଲାଗି ସୁରକ୍ଷାକର୍ମୀଙ୍କ କାର୍ଯ୍ୟ ସମୟକୁ ୮ ରୁ ୧୨ ଘଣ୍ଟାକୁ ବୃଦ୍ଧି କରାଯାଇଛି। ନିକଟରେ ଜମ୍ମୁ ଓ କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଠିବା ପରେ ପୂରା ଦେଶରେ ବିମାନ ବନ୍ଦର ଏବଂ ରେଳ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ମଙ୍ଗଳବାର ଭିଆଇପି ଗେଟ୍‌ରେ ପ୍ରତିବନ୍ଧକ ଲଗାଇବା ସହ, ଡଗ ସ୍କ୍ବାଡ ଚେକିଂ, ପାର୍ସଲ ଅଫିସ୍‌ ଆରପିଏଫ ପକ୍ଷରୁ ଯାଞ୍ଚ କରାଯାଇଛି। ସନ୍ଧ୍ୟାରେ ବରିଷ୍ଠ ସୁରକ୍ଷା ଆୟୁକ୍ତ ପି. ଶଙ୍କର କୁଟ୍ଟି ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ଷ୍ଟେଶନର କଳ୍ପନା ପଟକୁ ଓ ସତ୍ୟନଗର ବ୍ରିଜ ତଳେ ଦୁଇଜଣ ବନ୍ଧୁକଧାରୀ ଜଗି ରହିଛନ୍ତି ବୋଲି ଥାନାଧିକାରୀ କାଳୁ ସେଠୀ ସୂଚନା ଦେଇଛନ୍ତି। ବୁଧବାର ସୁରକ୍ଷା ସମୀକ୍ଷା କରିବାକୁ ଆରପିଏଫ ଡିଆଇଜି ଚୈତନ୍ୟ ମାରାଣ୍ଡି ଆସିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri