ସ୍ବାଧୀନତା ଦିବସ ପାଳିଲା ଡିଏଭି ପୋଖରୀପୁଟ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ସ୍ଥାନୀୟ ଡିଏଭି ପୋଖରୀପୁଟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଡ. ସୁଜାତା ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଉପସ୍ଥିତ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ମିଳିତ ଭାବେ ଜାତୀୟ ସଙ୍ଗୀତ ଗାନ କରିଥିଲେ।

ଅଧ୍ୟକ୍ଷ ସୁଜାତା କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମହାତ୍ମାମାନଙ୍କ ପଦଚିହ୍ନରେ ଚାଲିବା ସହ ସେମାନଙ୍କର ବଳିଦାନକୁ ବ୍ୟର୍ଥ ଯିବାକୁ ନ ଦେଇ ଭାରତକୁ ଏକ ପ୍ରଗତିଶୀଳ ରାଷ୍ଟ୍ରରେ ପରିଣତ କରିବାକୁ କହିଥିଲେ। ଏଥିସହ ଉପଯୁକ୍ତ ଯୋଜନା ଏବଂ ତଦନୁଯାୟୀ କାର୍ଯ୍ୟ କରିବା ଦ୍ୱାରା ଛାତ୍ରୀଛାତ୍ରମାନେ ନିଜର ଲକ୍ଷ୍ୟପଥରେ ପହଞ୍ଚିପାରିବେ ବୋଲି ସେ ପରାମର୍ଶ ଦେଇଥିଲେ। ଏହି ଅବସରରେ ପଞ୍ଚମରୁ ଦଶମ ଶ୍ରେଣୀର ଛାତ୍ରୀଛାତ୍ରମାନେ ଦେଶ ମାତୃକାର ସେବା ଲାଗି ଶହୀଦ ହୋଇଥିବା ବରପୁତ୍ର ତଥା ସ୍ବାଧୀନତା ସଂଗ୍ରାମୀମାନଙ୍କ ଉଦ୍ଦେଶ୍ୟରେ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ। ଶେଷରେ ଖେଳ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ଛାତ୍ରୀଛାତ୍ରମାନଙ୍କୁ ପଦକ, ପୁରସ୍କାର ଏବଂ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା...

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା...

ଓଡ଼ିଶାର ୪ ଶିକ୍ଷାଧିକାରୀଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୨ (ଅସମାପିକା ସାହୁ):ଭାରତ ସରକାରଙ୍କ ପକ୍ଷରୁ ଜାତୀୟ ଶୈକ୍ଷିକ ଯୋଜନା ଓ ପ୍ରଶାସନ ଅନୁଷ୍ଠାନ (ଏନ୍‌ଆଇଇପିଏ) ଦ୍ୱାରା ନୂଆଦିଲ୍ଲୀର ଡ. ଆମ୍ବେଡକର ଅନ୍ତର୍ଜାତୀୟ କେନ୍ଦ୍ରଠାରେ...

ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍‌ଜୋମ୍‌ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍‌ ମଧ୍ୟବର୍ତ୍ତୀ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ଭିଜିଲାନ୍ସ ପକ୍ଷରୁ ବହୁ ସମୟରେ ସେମାନଙ୍କ...

ସ୍କ୍ରାପିଂ କଲେ ଟିକସ, ଜରିମାନା ଛାଡ଼

ଭୁବନେଶ୍ୱର,୬।୧୨(ଅନିଲ ଦାସ):ପୁରୁଣା ଗାଡ଼ି ଉପରେ ଥିବା ସମସ୍ତ ବକେୟା ଟିକସ ଓ ଜରିମାନା ଛାଡ଼ କରାଯିବ। ଯେଉଁ ଗାଡ଼ି ମାଲିକମାନେ ନିଜ ଗାଡ଼ିକୁ ସ୍କ୍ରାପିଂ କରିବାକୁ...

ବଦଳିଲେ ଆଉ ଜଣେ ଆଇଏଏସ୍‌ ଅଫିସର: ଥିରୁମାଳା ନାଏକ ହେଲେ ଅତିରିକ୍ତ ସିଇଓ

ଭୁବନେଶ୍ୱର, ୫।୧୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଜଣେ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ନିର୍ବାଚନ ଦାୟିତ୍ୱ ଦେଇଛନ୍ତି । ୨୦୦୯ ବ୍ୟାଚ୍‌...

ରାଜ୍ୟରେ କମିଲା ଝିଅ ସଂଖ୍ୟା: ପ୍ରତି ୧୦୦୦ ପୁଅରେ ଅଛନ୍ତି…

ଭୁବନେଶ୍ୱର, ୫।୧୨(ଅସମାପିକା ସାହୁ)- ଓଡ଼ିଶାରେ କମିଛନ୍ତି ଝିଅ ସଂଖ୍ୟା। ଦେଶରେ ଝିଅ ସଂଖ୍ୟା ହ୍ରାସରେ ଓଡ଼ିଶା ୬ ନମ୍ବର ସ୍ଥାନରେ ରହିଛି। କେରଳ, ଛତିଶଗଡ଼, ହିମାଚଳପ୍ରଦେଶ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri