ସ୍ବାଧୀନତା ସଂଗ୍ରାମୀଙ୍କ ପରିବାରକୁ ଫ୍ୟାମିଲ ପେନ୍‌ସନ୍‌ ପ୍ରଦାନ ମାମଲା: ୩ସପ୍ତାହ ମଧ୍ୟରେ ପଦକ୍ଷେପ ନେବାକୁୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୯ା୧୧: ସ୍ବାଧୀନତା ସଂଗ୍ରାମୀଙ୍କ ବିଧବା ସ୍ତ୍ରୀଙ୍କୁ ପେନ୍‌ସନ୍‌ ପ୍ରଦାନ ସମ୍ପର୍କିତ ଏକ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟ ୩ ସପ୍ତାହ ମଧ୍ୟରେ ପଦକ୍ଷେପ ନେବାକୁ ରାଜ୍ୟ ଅର୍ଥ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ ବିକାଶ ଦାସଙ୍କ ପକ୍ଷରୁ ରୁଜୁ ଏହି ମାମଲାର ଶୁଣାଣି କରି ହାଇକୋର୍ଟ ରିପ୍ରେଜେଣ୍ଟେଶନ ଆଧାରରେ ପଦକ୍ଷେପ ନେବାକୁ ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରୀ ଓ ବିଚାରପତି ଏ.କେ. ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ବିବରଣୀରୁ ପ୍ରକାଶ, ଢେଙ୍କାନାଳ ଜିଲାର ସ୍ବାଧୀନତା ସଂଗ୍ରାମୀ ଶ୍ରୀଧର ପାତ୍ର ସରକାରୀ ନିୟମାନୁଯାୟୀ ପେନ୍‌ସନ୍‌ ପାଇ ଆସୁଥିଲେ। ୨୦୧୧ରେ ପାତ୍ରଙ୍କ ପରଲୋକ ହୋଇଥିଲା। ପରେ ତାଙ୍କ ସ୍ତ୍ରୀଙ୍କୁ ୨୦୧୫ ପର୍ଯ୍ୟନ୍ତ ସରକାର ଫ୍ୟାମିଲି ପେନ୍‌ସନ୍‌ ଦେଇଥିଲେ। ମାତ୍ର ଏହାପରେ ହଠାତ୍‌ ପେନ୍‌ସନ୍‌ ବନ୍ଦ କରି ଦେଇଥିଲେ। ଏ ସମ୍ପର୍କରେ ବୁଝିବାରୁ ସଂଗ୍ରାମୀ ପାତ୍ର ଜେଲ୍‌ ଯାଇ ନ ଥିବାରୁ ଫ୍ୟାମିଲି ପେନ୍‌ସନ୍‌ ଦିଆଯିବ ନାହିଁ ବୋଲି ଅର୍ଥ ବିଭାଗ ପକ୍ଷରୁ କୁହାଯାଇଥିଲା। ସେହିପରି ୨୦୧୧ରୁ ୨୦୧୫ ପର୍ଯ୍ୟନ୍ତ ପାତ୍ରଙ୍କ ସ୍ତ୍ରୀଙ୍କୁ ଦିଆଯାଇଥିବା ପେନ୍‌ସନ୍‌ ଫେରସ୍ତ ପାଇଁ ବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଥିଲା। ଏ ନେଇ ବିକାଶ ଦାସ ହାଇକୋର୍ଟରେ ଡବ୍ଲ୍ୟୁପି(ସି)୧୬୮୪୩/୨୦୧୯ରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଅର୍ଥ ବିଭାଗ ପକ୍ଷରୁ ଦିଆଯାଇଥିବା ନୋଟିସ୍‌କୁ ରଦ୍ଦ କରିବା ଓ ସଂଗ୍ରାମୀଙ୍କ ପରିବାରକୁ ନିୟମାନୁଯାୟୀ ଫ୍ୟାମିଲ ପେନ୍‌ସନ୍‌ ପ୍ରଦାନ କରିବା ପାଇଁ ଆବେଦନକାରୀ ହାଇକୋର୍ଟଙ୍କୁ ପ୍ରାର୍ଥନା କରିଥିଲେ। ସେହିପରି ପାତ୍ର ଜେଲ୍‌ ଯାଇଥିବା ନେଇ ଆବେଦନକାରୀଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ କରାଯାଇଥିବାବେଳେ ଏହି ମାମଲାର ଶୁଣାଣି କରି ଖଣ୍ଡପୀଠ ଉପରୋକ୍ତ ରାୟ ଶୁଣାଇଛନ୍ତି। ଏହି ମାମଲାକୁ ଆଇନଜୀବୀ ବିଜୟ କୁମାର ମିଶ୍ର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

ନିରବତା ମଧ୍ୟରେ ପୁଣି ବିସ୍ଫୋରଣର ପ୍ରତିଧ୍ୱନି? ହର୍ମୁଜରେ ଆକ୍ରମଣ କଲା ଇରାନ? ଦୁଇ ଜାହାଜ ଉପରେ ମିଶାଇଲ ଆଟାକ

ତେହରାନ,୭।୭: ଇରାନ ତା’ର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମନେଇଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରୁଛି; ସମଗ୍ର ଦେଶ ଏବେ ଶୋକରେ ଅଛି। ଏହି ସମୟରେ, ହର୍ମୁଜ ପ୍ରଣାଳୀରେ…

ହାତରୁ ଖସୁଛି ସୁରକ୍ଷା

ଭାରତରେ ହାତଟଣା ରିକ୍ସା ଓ ସାଇକେଲ-ରିକ୍ସା ସ୍ବଳ୍ପ ବାଟ ଯିବା ଆସିବାରେ ବହୁଳ ବ୍ୟବହୃତ ହେଉଥତ୍ଲା। ରିକ୍ସା ଚାଳକ ଉପରେ ଶାରୀରିକ କଷ୍ଟ, ଧତ୍ମା ଗତି ଓ…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଜି ପଡ଼ଆକୁ ଓହ୍ଲାଇ ସଭିଙ୍କୁ ଚକିତ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ…, ଭାରତ ବନାମ ଇଂଲଣ୍ଡ ତୃତୀୟ ଟି-୨୦ ଉପରେ ରହିଛି ନଜର

ନୂଆଦିଲ୍ଲୀ,୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ଆଜି (ମଙ୍ଗଳବାର) ନଟିଂହାମର ଟ୍ରେଣ୍ଟ ବ୍ରିଜ ଗ୍ରାଉଣ୍ଡରେ ଖେଳାଯିବ। ସିରିଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri