ସ୍ବାଧୀନତା ସଂଗ୍ରାମୀଙ୍କ ପରଲୋକ

କେନ୍ଦ୍ରାପଡ଼ା ଅଫିସ,୧୦ା୬: କେନ୍ଦ୍ରାପଡ଼ା ଜିଲା ସ୍ବାଧୀନତା ସଂଗ୍ରାମୀ ସମିତିର ସଭାପତି ତଥା ବରିଷ୍ଠ ସାମାଜିକକର୍ମୀ ନକୁଳ ଚରଣ ଦାସ(୯୪)ଙ୍କର ବାର୍ଦ୍ଧକ୍ୟ ଜନିତ କାରଣରୁ ବୁଧବାର ପରଲୋକ ଘଟିଛି। ଜିଲା ପ୍ରଶାସନ ପକ୍ଷରୁ କେନ୍ଦ୍ରାପଡ଼ା ସହର ନିକଟ ସୁଜାନଗର ବାସଭବନରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏଥିସହିତ ବହୁ ରାଜନେତା, ଶିକ୍ଷାବିତ୍‌, ସାମାଜିକ କର୍ମୀ ତାଙ୍କ ଶବାଧାରରେ ରହି ଶୋକ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ସ୍ବର୍ଗତ ଦାସ ୧୯୨୬ ମସିହା ସେପ୍ଟେମ୍ବରରେ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ମା’ଙ୍କ ନାମ ପାର୍ବତୀ ଓ ବାପାଙ୍କ ନାମ ହରିହର। ପାଠପଢ଼ା ସମୟରେ ସ୍ବାଧୀନତା ସଂଗ୍ରାମରେ ଯୋଗ ଦେଇଥିବାବେଳେ ୧୯୪୨ରେ ଅଙ୍ଗୁଳେଇ ପୋଷ୍ଟ ଅଫିସ ପୋଡ଼ି ମାମଲାରେ ବ୍ରିଟିଶ ଶାସକ ତାଙ୍କୁ ଜେଲ ଦଣ୍ଡାଦେଶ ଦେଇଥିଲେ। ବରହମପୁର ଜେଲରୁ ଫେରି ନବକୃଷ୍ଣ ଚୌଧୁରୀଙ୍କ ନିର୍ଦ୍ଦେଶରେ ପ୍ରଜାମେଳି ଆନ୍ଦୋଳନରେ ସାମିଲ ହୋଇଥିଲେ। ସେ କୋରାପୁଟ ଜିଲା ନାରାୟଣପାଟଣାରେ ରହି ଭୂଦାନ ଆନ୍ଦୋଳନରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ସ୍ବାଧୀନତା ପରେ ବିଭିନ୍ନ ଅନୁଷ୍ଠାନ ଗଠନରେ ସକ୍ରିୟ ଅଂଶଗ୍ରହଣ କରିବା ସହିତ ସାମାଜିକ କର୍ମକୁ ବ୍ରତ କରିଥିଲେ। ମୃତ୍ୟୁବେଳକୁ ସେ ଅଖିଳ ଭାରତୀୟ ସ୍ବାଧୀନତା ସଂଗ୍ରାମୀ ଓ ଉତ୍ତର ଦାୟାଦ ସଂଯୁକ୍ତ ସଂଗଠନର ଉପସଭାପତି, ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସମିତିର ଉପସଭାପତି ଓ ଜିଲା ସଭାପତି ଦାୟିତ୍ୱରେ ଥିଲେ। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ଜିଲା ଯୁବ ବିଜେଡି ସଭାପତି ରାଜେଶ ପଣ୍ଡା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?