ସ୍ବାଭିମାନ ଅଞ୍ଚଳରେ ମାଓବାଦୀଙ୍କ ବର୍ବରକାଣ୍ଡ: ପୋଲିସ ଇନଫର୍ମର ଦର୍ଶାଇ ଜଣଙ୍କୁ ହତ୍ୟା

ଚିତ୍ରକୋଣ୍ଡା,୨୫।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ପୁଣି ବର୍ବରକାଣ୍ଡ ଘଟାଇଛନ୍ତି ମାଓବାଦୀ। ପୋଲିସ ଇନଫର୍ମର ଦର୍ଶାଇ ଚିତ୍ରକୋଣ୍ଡା ବ୍ଲକ ଯୋଡ଼ାମ୍ବ ଗ୍ରାମ ନିକଟବର୍ତ୍ତୀ ଖଜୁରିଗୁଡ଼ା ଜଙ୍ଗଲର ବିହନଗୁଡ଼ା ଛକ ନିକଟରେ ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ସେ ହେଲେ ଯୋଡ଼ାମ୍ବ ଗ୍ରାମର ଦୀନବନ୍ଧୁ ବେପାରୀ। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।
ସୂଚନାନୁଯାୟୀ, ଦୀନବନ୍ଧୁ ଅଞ୍ଚଳର ସାପ୍ତାହିକ ହାଟରେ ବ୍ୟବସାୟ କରନ୍ତି। ସୋମବାର ପରିବାର ସହ ସେ ଯୋଡ଼ାମ୍ବରୁ ପଣସପୁଟ ଯାଉଥିଲେ। ରାସ୍ତାରେ ମାଓବାଦୀ କିଛି କାମଥିବା କହି ତାଙ୍କୁ ଡାକି ନେଇଥିଲେ। ପରିବାର ଲୋକେ ଏହି ଘଟଣାକୁ ବିଶେଷ ଗୁରୁତ୍ୱ ନ ଦେଇ ଘରକୁ ଚାଲି ଯାଇଥିଲେ। ହେଲେ ଦୀନବନ୍ଧୁ ଆଉ ଘରକୁ ଫେରି ନ ଥିଲେ। ମଙ୍ଗଳବାର ବିହନଗୁଡ଼ା ଜଙ୍ଗଲରେ ତାଙ୍କ ମୃତଦେହ ପଡ଼ିଥିବା ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚିଥିଲେ। ପରେ ମୃତଦେହ ଉଦ୍ଧାର କରିବା ସହ ମାଓବାଦୀମାନେ ତାଙ୍କୁ ଗୁଳିକରି ହତ୍ୟା କରିଥିବା ସେମାନେ କହିଛନ୍ତି। ଘଟଣାକୁ ଦୁଇଦିନ ବିତି ଯାଇଥିଲେ ସୁଦ୍ଧା ତାଙ୍କୁ ଉଦ୍ଧାର କରିବା ଲାଗି କେହି ବିଭାଗୀୟ ଅଧିକାରୀ ପହଞ୍ଚି ନ ଥିଲେ। ଯୋଡ଼ାମ୍ବ ବିଏସ୍‌ଏଫ୍‌ କ୍ୟାମ୍ପଠାରୁ ମାତ୍ର ୪ କିଲୋମିଟର ଦୂରରେ ଏହି ଘଟଣା ଘଟିଛି। ଏ ସମ୍ପର୍କରେ ପୋଲିସକୁ ପଚରା ଯିବାରୁ ସେ ମୁହଁ ଖୋଲି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri